ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ୫ ଥାକିଆ ସୁରକ୍ଷା ବ୍ୟବସ୍ଥା, ସିସିଟିଭି ନଜରରେ ରହିବ ପୁରୀ ସହର

ପୁରୀ – ଆସନ୍ତା ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ୫ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ୪୪ ପ୍ଲାଟୁନ ପୋଲିସ ଫୋର୍ସ ସମେତ ବରିଷ୍ଠ ଅଧିକାରୀ ମୁତୟନ ହେବେ। ଆଜି ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ପୋଲିସ ମୁତୟନ ରହିବେ। କେବଳ ୧୭ ତାରିଖ ଲୋକାର୍ପଣ ଦିନ ପାଇଁ ଅଧିକ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । [...]

Admin•ଜାନୁଆରୀ 12, 2024
Share Article:

ପୁରୀ – ଆସନ୍ତା ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ୫ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ୪୪ ପ୍ଲାଟୁନ ପୋଲିସ ଫୋର୍ସ ସମେତ ବରିଷ୍ଠ ଅଧିକାରୀ ମୁତୟନ ହେବେ। ଆଜି ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ପୋଲିସ ମୁତୟନ ରହିବେ। କେବଳ ୧୭ ତାରିଖ ଲୋକାର୍ପଣ ଦିନ ପାଇଁ ଅଧିକ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ ।

ପୁରୀ ସହର ସିସିଟିଭିର ତୀକ୍ଷଣ ନଜରରେ ରହିବ। ସାଧାରଣ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଦର୍ଶନ ନେଇ ମଧ୍ୟ ପୁଲିସ ବ୍ୟବସ୍ଥା ରହିବ। ଯଜ୍ଞସ୍ଥଳୀରେ କଡା ସୁରକ୍ଷା ବ୍ୟବସ୍ଥା କରାଯିବ । ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ ମଜବୁତ କରାଯାଇଛି ବୋଲି କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ ସୂଚନା ଦେଇଛନ୍ତି।

#Odia#Odisha#News
Share Article:

Related Articles