କଲେଜ ଓ ବିଶ୍ଵବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ପାଇଁ ଆଜିଠୁ ଇ-ଲେକଚର୍ ବ୍ୟବସ୍ଥା ଆରମ୍ଭ
ଭୁବନେଶ୍ୱର – ଉଚ୍ଚଶିକ୍ଷା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଆଉ ଏକ ବଡ ପଦକ୍ଷେପ । ଆଜିଠୁ ଆରମ୍ଭ ହୋଇଛି ‘ଇ-ଲେକଚର’ ବ୍ୟବସ୍ଥା। ଏହି ବ୍ୟବସ୍ଥାରେ କଲେଜ ଓ ବିଶ୍ୱବିଦ୍ୟାଳୟର ୧୧ଟି ବିଷୟବସ୍ତୁ ଅପଲୋଡ କରାଯାଇଛି। ଏହାକୂ ଉତ୍କଳ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ କରାଯାଇଛି। ‘ଇ-ଲେକଚର’ର ସୁବିଧା ନେବାକୁ ଉଚ୍ଚଶିକ୍ଷା ବିଭାଗ ସ୍ୱତନ୍ତ୍ର ସଚିବଙ୍କ ପକ୍ଷରୁ ରାଜ୍ୟର ସବୁ କଲେଜ ଓ ବିଶ୍ୱବିଦ୍ୟାଳୟକୁ ଚିଠି ଲେଖାଯାଇଛି । ଇ-ଲେକଚର ପାଇଁ vtputkal.odisha.gov.in ରେ କ୍ଲିକ୍ କରିବାକୁ ପଡ଼ିବ । [...]
ଭୁବନେଶ୍ୱର – ଉଚ୍ଚଶିକ୍ଷା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଆଉ ଏକ ବଡ ପଦକ୍ଷେପ । ଆଜିଠୁ ଆରମ୍ଭ ହୋଇଛି ‘ଇ-ଲେକଚର’ ବ୍ୟବସ୍ଥା। ଏହି ବ୍ୟବସ୍ଥାରେ କଲେଜ ଓ ବିଶ୍ୱବିଦ୍ୟାଳୟର ୧୧ଟି ବିଷୟବସ୍ତୁ ଅପଲୋଡ କରାଯାଇଛି। ଏହାକୂ ଉତ୍କଳ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ କରାଯାଇଛି। ‘ଇ-ଲେକଚର’ର ସୁବିଧା ନେବାକୁ ଉଚ୍ଚଶିକ୍ଷା ବିଭାଗ ସ୍ୱତନ୍ତ୍ର ସଚିବଙ୍କ ପକ୍ଷରୁ ରାଜ୍ୟର ସବୁ କଲେଜ ଓ ବିଶ୍ୱବିଦ୍ୟାଳୟକୁ ଚିଠି ଲେଖାଯାଇଛି । ଇ-ଲେକଚର ପାଇଁ vtputkal.odisha.gov.in ରେ କ୍ଲିକ୍ କରିବାକୁ ପଡ଼ିବ । ଏଥିରେ ୪ଟି ସେମିଷ୍ଟାର କୋର୍ସ ପଢି ପାରିବେ ଛାତ୍ରଛାତ୍ରୀ। ୧୧ଟି କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ତରୀୟ ପାଠ୍ୟକ୍ରମ ଏହି ପୋର୍ଟାଲରେ ଅପଲୋଡ ହୋଇଛି। ଫିଜିକ୍ସ, କେମେଷ୍ଟ୍ରି, ବଟନି, ଜୁଲୋଜି, ରାଜନୀତି ବିଜ୍ଞାନ, ଓଡ଼ିଆ, ଇତିହାସ, ଇଂରାଜୀ ସାଇକୋଲୋଜି, ବାଣିଜ୍ୟ ଓ ଅର୍ଥନୀତି ପରି ପାଠ୍ୟକ୍ରମ ୱେବସାଇଟରେ ଅପଲୋଡ ହୋଇଛି।
ହଳଦିଆପଦର ହୋଟେଲରୁ ଯୁବତୀଙ୍କ ଶବ ଉଦ୍ଧାର
Next ArticleNLC India Awards 2400 MW Thermal Power Project in Odisha to BHEL
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
