ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର – ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ପୂଜ୍ୟପୂଜା ସାହିତ୍ୟ ସଂସଦ , ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ , ପଞ୍ଚାୟତିରାଜ ଓ ପାନୀୟ ଜଳ , ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ରାଜା ମର୍ଦ୍ଦରାଜ ଦେଓଙ୍କ ରାଜ୍ୟ ଶାସନ , ରାଜନୈତିକ [...]
ଭୁବନେଶ୍ୱର – ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ପୂଜ୍ୟପୂଜା ସାହିତ୍ୟ ସଂସଦ , ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଙ୍ଗଲ , ପରିବେଶ ଓ ଜଳବାୟୁ ପରିବର୍ତ୍ତନ , ପଞ୍ଚାୟତିରାଜ ଓ ପାନୀୟ ଜଳ , ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ରାଜା ମର୍ଦ୍ଦରାଜ ଦେଓଙ୍କ ରାଜ୍ୟ ଶାସନ , ରାଜନୈତିକ ଜୀବନ ଓ ଜନସଂପର୍କ ଉପରେ ଆଲୋକପାତ କରିଥିଲେ । ରାଜା ମର୍ଦ୍ଦରାଜ ଦେଓ ସର୍ବଦା ଓଡ଼ିଆ ଜାତି ପାଇଁ ଶ୍ରଦ୍ଧାଶୀଳ ଥିଲେ । ଉତ୍କଳ ପ୍ରଦେଶ ଗଠନରେ ତାଙ୍କର ମହତ୍ତ୍ଵପୂର୍ଣ୍ଣ ଭୂମିକା ରହିଥିଲା ।
ଗଞ୍ଜାମ ଜିଲ୍ଲା ବୋର୍ଡର ସଭାପତି ଭାବେ ସେ ବହୁ ଲୋକହିତକର କାର୍ଯ୍ୟ କରି ଜନତାଙ୍କ ଆସ୍ଥା ଭାଜନ ହୋଇ ପାରିଥିଲେ । ଏହି ବରପୁତ୍ର ତାଙ୍କର ଜନକଲ୍ୟାଣକାରୀ କାର୍ଯ୍ୟ ପାଇଁ ଚିରସ୍ମରଣୀୟ ହୋଇ ରହିବେ ବୋଲି ମନ୍ତ୍ରୀ ପ୍ରଦୀପ ଅମାତ କହିଥିଲେ । ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କୁ ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ବୋଲି ଅଭିହିତ କରିଥିଲେ । ମାନ୍ଦ୍ରାଜ ବିଧାନ ପରିଷଦ ସଦସ୍ୟ ଭାବେ ଓଡ଼ିଆ ଭାଷାଭାଷୀ ଅଞ୍ଚଳକୁ ନେଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ନିମନ୍ତେ ସେ ତତ୍କାଳୀନ ଇଂରେଜ ସରକାରଙ୍କ ନିକଟରେ ବଳିଷ୍ଠ ଯୁକ୍ତି ଓ ଦାବି ଉପସ୍ଥାପନ କରିଥିଲେ । ଓଡ଼ିଶାର ସୀମା ନିର୍ଦ୍ଧାରଣ ପାଇଁ ଓଡୋନେଲ କମିଟି ସମ୍ମୁଖରେ ସାକ୍ଷୀ ହେବା ସହ ଲଣ୍ଡନଠାରେ ଗୋଲଟେବୁଲ ବୈଠକରେ ଯୋଗଦେଇ ତଥ୍ୟପୂର୍ଣ୍ଣ ଅଭିଭାଷଣ ରଖିଥିଲେ । ଯଥାର୍ଥରେ ଓଡ଼ିଆ ଜାତି ପାଇଁ ତାଙ୍କର ଅବଦାନ ଅତୁଳନୀୟ ବୋଲି ମନ୍ତ୍ରୀ ବିକ୍ରମ ଆରୁଖ କହିଥିଲେ । ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୀବନ ଓ ଆଦର୍ଶ ନେଇ ବକ୍ତବ୍ୟ ରଖିଥିଲେ । ଜଣେ ପ୍ରଜାବତ୍ସଳ ଓ ଉତ୍ତମ ସଂଗଠକ ଭାବେ ସେ ରାଜ୍ୟବାସୀଙ୍କ ନିମନ୍ତେ ଅନେକ କାର୍ଯ୍ୟ କରିଯାଇଛନ୍ତି । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ତାଙ୍କର ଭୂମିକା ଥିଲା ଅନନ୍ୟ । ଜଣେ ସମାଜ ସଂସ୍କାରକ , ସତ୍ୟାନୁରାଗୀ ରାଜା ଭାବେ ସେ ଓଡ଼ିଶାର ଗର୍ବ ଓ ଗୌରବ ବୋଲି ବିଧାୟିକା ମତବ୍ୟକ୍ତ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ କାର୍ଯ୍ୟକ୍ରମରେ ସ୍ଵାଗତ ଭାଷଣ ପ୍ରଦାନ କରି ରାଜା ମର୍ଦ୍ଦରାଜ ଦେଓ ସମଗ୍ର ଓଡ଼ିଆ ଜାତି ପାଇଁ ଚିରକାଳ ପ୍ରେରଣାର ଉତ୍ସ ହୋଇ ରହିବେ ବୋଲି ମତବ୍ୟକ୍ତ କରିଥିଲେ ।
ପ୍ରାରମ୍ଭରେ ଅତିଥିମାନେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସଭାପରେ ପୂଜ୍ୟପୂଜା ସାହିତ୍ୟ ସଂସଦ , ଭୁବନେଶ୍ଵର ଆନୁକୂଲ୍ୟରେ ଗଞ୍ଜାମର ପ୍ରସିଦ୍ଧ ସଖୀନୃତ୍ୟ ଓ ଭାରତ ଲୀଳା ପରିବେଷିତ ହୋଇଥିଲା । ପୂଜ୍ୟପୂଜା ସାହିତ୍ୟ ସଂସଦର ସଂପାଦକ ମହେଶ୍ଵର ବରାଡ଼ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ( ବୈଷୟିକ ) ସୁରେନ୍ଦ୍ର ନାଥ ପରିଡ଼ା , ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ , ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ , ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ , ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ । ସୂଚନା ଅଧିକାରୀ ରୋଜାଲିନ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।
ରାଜ୍ୟବ୍ୟାପୀ ଅଭିଭାବକ -ଶିକ୍ଷକ ବୈଠକ
Next Articleରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭିଡିଓ କନ୍ଫରେସିଂ ବୈଠକ , ନିର୍ବାଚନ ପରିଚାଳନା ନେଇ ଆଲୋଚନା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
