ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଜାନୁଆରୀ ୧୭ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନ ସରକାରୀ ଛୁଟି

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ [...]

Admin•ଜାନୁଆରୀ 14, 2024
Share Article:

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ ।

#Odia#Odisha#News
Share Article:

Related Articles