ଜୈସୱାଲ, ଦୁବେଙ୍କ ବିସ୍ଫୋରଣ, ଭାରତର ସିରିଜ୍ କବଜା
ଇନ୍ଦୋର: ଯଶସ୍ବୀ ଜୈସୱାଲ ଓ ଶିବମ୍ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ ସହାୟତାରେ ଭାରତ ରବିବାର ଦ୍ୱିତୀୟ ଟି-୨୦ ମ୍ୟାଚରେ ଆଫଗାନିସ୍ତାନକୁ ୬ ୱିକେଟରେ ହରାଇଛି । ଏହି ବିଜୟ ସହ ଭାରତୀୟ ଦଳ ୨-୦ରେ ଅପରାଜେୟ ଅଗ୍ରଣୀ ହାସଲ କରିବା ସହ ୩ ମ୍ୟାଚ୍ ବିଶିଷ୍ଟ ସିରିଜକୁ କବଜା କରିନେଇଛି | ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ କରିଥିଲା । ଆଫଗାନିସ୍ତାନ ଠିକ୍ ୨୦ ଓଭରରେ ୧୭୨ [...]
ଇନ୍ଦୋର: ଯଶସ୍ବୀ ଜୈସୱାଲ ଓ ଶିବମ୍ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ ସହାୟତାରେ ଭାରତ ରବିବାର ଦ୍ୱିତୀୟ ଟି-୨୦ ମ୍ୟାଚରେ ଆଫଗାନିସ୍ତାନକୁ ୬ ୱିକେଟରେ ହରାଇଛି । ଏହି ବିଜୟ ସହ ଭାରତୀୟ ଦଳ ୨-୦ରେ ଅପରାଜେୟ ଅଗ୍ରଣୀ ହାସଲ କରିବା ସହ ୩ ମ୍ୟାଚ୍ ବିଶିଷ୍ଟ ସିରିଜକୁ କବଜା କରିନେଇଛି |
ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ କରିଥିଲା । ଆଫଗାନିସ୍ତାନ ଠିକ୍ ୨୦ ଓଭରରେ ୧୭୨ ରନ୍ କରି ଅଲ୍ଆଉଟ୍ ହୋଇଯାଇଥିଲା। ଦଳ ତରଫରୁ ଗୁଲବଦିନ ନାଏବ୍ ସର୍ବାଧିକ ୫୭ ରନ୍ କରିଥିଲେ। ଭାରତ ପକ୍ଷରୁ ଅର୍ଶଦୀପ ସିଂହ ୩ଟି ଓ୍ବିକେଟ୍ ନେଇଥିବା ବେଳେ ରବି ବିଷ୍ଣୋଇ ଓ ଅକ୍ଷର ପଟେଲ ୨ଟି ଲେଖାଏଁ ୱିକେଟ୍ ହାସଲ କରିଥିଲେ ।
ଆଫଗାନିସ୍ତାନ ପ୍ରଦତ୍ତ ୧୭୩ ରନର ଲକ୍ଷ୍ୟକୁ ଭାରତ ୪ ଓ୍ବିକେଟ୍ ହରାଇ ମାତ୍ର ୧୫.୪ ଓଭରରେ ହାସଲ କରିନେଇଥିଲା ।
ଶୁଭମାନ ଗିଲଙ୍କ ସ୍ଥାନରେ ଖେଳୁଥିବା ଯଶସ୍ୱୀ ଜୈସୱାଲ ୩୩ ବଲରେ ଆକର୍ଷଣୀୟ ୬୮ ରନ୍ କରିଥିବାବେଳେ ଶିବମ ଦୁବେ ୩୨ ବଲରେ ଅପରାଜିତ ୬୩ ରନର ବିସ୍ଫୋରକ ପାଳି ଖେଳିଥିଲେ। ଚଳିତ ସିରିଜରେ ଦୁବେଙ୍କ ଏହା କ୍ରମାଗତ ଦ୍ବିତୀୟ ଅର୍ଦ୍ଧଶତକ ଥିଲା।
ବିଶ୍ବର ପ୍ରଥମ ଖେଳାଳି ଭାବେ ୧୫୦ ଅନ୍ତର୍ଜାତୀୟ ଟି-୨୦ ଖେଳୁଥିବା ଟିମ୍ ଇଣ୍ଡିଆ କ୍ୟାପଟେନ୍ ରୋହିତ ଶର୍ମା ଖାତା ଖୋଲିନପାରି ପ୍ରଥମ ଓଭରରେ ହିଁ ଆଉଟ୍ ହୋଇଥିଲେ। ସିରିଜରେ ଦ୍ବିତୀୟ ଥର ସେ ଶୂନରେ ଆଉଟ୍ ହୋଇଥିଲେ ।ଏହା ପରେ କ୍ରିଜକୁ ଓହ୍ଲାଇଥିଲେ ବିରାଟ କୋହଲି। ଏକ ବର୍ଷେ ପରେ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଖେଳୁଥିବା କୋହଲି ୧୬ ବଲରେ ୫ଟି ଚୌକା ସହ ଦ୍ରୁତ ୨୯ ରନ୍ କରି ଆଉଟ୍ ହୋଇଥିଲେ। ଏହାପରେ ଜୈସୱାଲ ଓ ଦୁବେ ତୃତୀୟ ଓ୍ବିକେଟରେ ଦ୍ରୁତ ୯୨ ରନ୍ ଯୋଗକରି ଦଳର ବିଜୟ ନିଶ୍ଚିତ କରିଥିଲେ ।
ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍ ଜାନୁଆରୀ ୧୭ରେ ବେଙ୍ଗାଲୁରୁରେ ଖେଳାଯିବ |
CM Declares Srimandir Parikrama Project Inauguration Day (January 17) as Govt Holiday
Next Articleଶ୍ରୀମନ୍ଦିରରେ ମକର ସଂକ୍ରାନ୍ତି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
