ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ‘ମୋଦୀଙ୍କ ରାଜନୈତିକ ଇଭେଣ୍ଟ’ କହିଲେ ରାହୁଲ
ନୂଆଦିଲ୍ଲୀ: ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ନେଇ ରାହୁଲ ଗାନ୍ଧୀଙ୍କ ପ୍ରଥମ ପ୍ରତିକ୍ରିୟା ଆସିଛି। ସେ ଏହି ଉତ୍ସବ ନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଟାକ୍ଷ କରିଛନ୍ତିି । ରାହୁଲ କହିଛନ୍ତି, ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନୀ ଉତ୍ସବ ହେଉଛି ମୋଦୀଙ୍କ କାର୍ଯ୍ୟକ୍ରମ। ଆରଏସ୍ଏସ୍ ଓ ବିଜେପି ଜାନୁଆରୀ ୨୨ର ଉତ୍ସବକୁ ପୂରା ନରେନ୍ଦ୍ର ମୋଦୀ ଇଭେଣ୍ଟରେ ପରିଣତ କରିଛନ୍ତି। ଏହା ଏକ ଆରଏସଏସ-ବିଜେପି କାର୍ଯ୍ୟକ୍ରମ । ସେଥିପାଇଁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ସେଠାକୁ [...]
ନୂଆଦିଲ୍ଲୀ: ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ନେଇ ରାହୁଲ ଗାନ୍ଧୀଙ୍କ ପ୍ରଥମ ପ୍ରତିକ୍ରିୟା ଆସିଛି। ସେ ଏହି ଉତ୍ସବ ନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଟାକ୍ଷ କରିଛନ୍ତିି । ରାହୁଲ କହିଛନ୍ତି, ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନୀ ଉତ୍ସବ ହେଉଛି ମୋଦୀଙ୍କ କାର୍ଯ୍ୟକ୍ରମ। ଆରଏସ୍ଏସ୍ ଓ ବିଜେପି ଜାନୁଆରୀ ୨୨ର ଉତ୍ସବକୁ ପୂରା ନରେନ୍ଦ୍ର ମୋଦୀ ଇଭେଣ୍ଟରେ ପରିଣତ କରିଛନ୍ତି। ଏହା ଏକ ଆରଏସଏସ-ବିଜେପି କାର୍ଯ୍ୟକ୍ରମ । ସେଥିପାଇଁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ସେଠାକୁ ନ ଯିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ସମ୍ପ୍ରତି କଂଗ୍ରେସର ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ନେତୃତ୍ବ ନେଉଥିବା ରାହୁଲ ସାମ୍ବାଦିକ ମାନଙ୍କୁ କହିଛନ୍ତି ।
ରାହୁଲ ଗାନ୍ଧୀ କହିଛନ୍ତି, “ଆମେ ସବୁ ଧର୍ମକୁ ସମ୍ମାନ ଦେଉଛୁ। ହିନ୍ଦୁ ଧର୍ମର ସବୁଠାରୁ ବଡ଼ ଗୁରୁମାନେ ମଧ୍ୟ ଜାନୁଆରୀ ୨୨ ଉତ୍ସବ ବିଷୟରେ ନିଜର ମତ ରଖିଛନ୍ତି । ସେମାନେ ଏହାକୁ ଏକ ରାଜନୈତିକ ଉତ୍ସବ ବୋଲି କହିଛନ୍ତି। ଯେଉଁ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଏବଂ ଆରଏସ୍ଏସ୍ କୁ କେନ୍ଦ୍ରରେ ରଖି ପରିକଳ୍ପନା କରାଯାଇଛି, ସେହିଭଳି ରାଜନୈତିକ କାର୍ଯ୍ୟକ୍ରମକୁ ଯିବା ଆମ ପକ୍ଷେ ମୁସ୍କିଲ। ଆମେ ଧର୍ମକୁ ନେଇ ରାଜନୀତି କରିବାକୁ ଚାହୁଁନୁ ବୋଲି କହିଛନ୍ତି ରାହୁଲ ।
ଉଲ୍ଲେଖଯୋଗ୍ୟ, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ, ସୋନିଆ ଗାନ୍ଧୀ ଏବଂ ଲୋକସଭାରେ ଦଳର ନେତା ଅଧୀର ରଞ୍ଜନ ଚୌଧୁରୀ ଜାନୁଆରୀ ୨୨ର ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଥିଲେ। କଂଗ୍ରେସ ଏହାକୁ ବିଜେପି-ଆରଏସ୍ଏସ୍ ରେ ରାଜନୈତିକ ଇଭେଣ୍ଟ ବୋଲି କହିଥିଲା ।
Murder case of Bhubaneswar’s hotelier solved, woman held
Next Articleଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶୁଭ ଉଦଘାଟନ ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଶ୍ରୀକ୍ଷେତ୍ର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
