ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ସିଧା ପ୍ରସାରଣ ପାଇଁ ବେସରକାରୀ ଶିକ୍ଷାନୁଷ୍ଠାନ, ଅଫିସ ଓ ବ୍ୟବସାୟ ପ୍ରତିଷ୍ଠାନକୁ ସିଏସଙ୍କ ଅପିଲ୍
ଭୁବନେଶ୍ୱର – ଜାନୁଆରୀ ୧୭ ତାରିଖ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ହେବ । ଭକ୍ତି ଓ ଉଲ୍ଲାସର ସହ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ଲୋକାର୍ପଣ ଉତ୍ସବ ପାଇଁ ରାଜ୍ୟ ସରକାରଙ୍କ ପରିଚାଳନାଧିନ ସମସ୍ତ ସରକାରୀ ଅଫିସ, ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ନିମନ୍ତେ ଛୁଟି ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କୁ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରୁ ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ବ୍ୟବସାୟିକ ପ୍ରତିଷ୍ଠାନମାନଙ୍କୁ ଏହି କାର୍ଯ୍ୟକ୍ରମରେ ସାମିଲ [...]
ଭୁବନେଶ୍ୱର – ଜାନୁଆରୀ ୧୭ ତାରିଖ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ହେବ । ଭକ୍ତି ଓ ଉଲ୍ଲାସର ସହ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ଲୋକାର୍ପଣ ଉତ୍ସବ ପାଇଁ ରାଜ୍ୟ ସରକାରଙ୍କ ପରିଚାଳନାଧିନ ସମସ୍ତ ସରକାରୀ ଅଫିସ, ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ନିମନ୍ତେ ଛୁଟି ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀଙ୍କୁ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରୁ ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ବ୍ୟବସାୟିକ ପ୍ରତିଷ୍ଠାନମାନଙ୍କୁ ଏହି କାର୍ଯ୍ୟକ୍ରମରେ ସାମିଲ ହେବା ନିମନ୍ତେ ଅନୁରୋଧ ପ୍ରାପ୍ତ ହୋଇଛି। ଏ ସଂପର୍କରେ ମୁଖ୍ୟ ଶାସନ ସଚିବପ୍ରଦୀପ କୁମାର ଜେନା କହିଛନ୍ତି ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କାର୍ଯ୍ୟକ୍ରମ ବିଭିନ୍ନ ବୈଦ୍ୟୁତିକ ଗଣମାଧ୍ୟମରେ ସିଧାପ୍ରସାରଣ ହେବ। ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ନିଜ ନିଜ ସ୍ତରରେ ଜାନୁଆରୀ ୧୭ ତାରିଖ ଦିନ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୩ ଘଣ୍ଟା ପର୍ଯ୍ୟନ୍ତ ନିଜ ନିଜ ଅନୁଷ୍ଠାନରେ ଏହି ସିଧାପ୍ରସାରଣ ପ୍ରଦର୍ଶନର ସୁବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ଅନୁରୋଧ କରିଛନ୍ତି । ଅନୁଷ୍ଠାନଗୁଡିକରେ କାର୍ଯ୍ୟରତ କର୍ମଚାରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ଦେଖିବା ସହ ଏଥିରେ ନିଜକୁ ସାମିଲ କରିପାରିବେ।
ଲାଞ୍ଚ ମାମଲାରେ ମେଡିକାଲ ଅଫିସର ଦୋଷୀ, ୨ ବର୍ଷ ଜେଲ୍ ଓ ଜୋରିମାନା ଆଦେଶ ଦେଲେ ଭିଜିଲାନ୍ସ କୋର୍ଟ
Next Articleଭକ୍ତଙ୍କୁ ମିଳିବ ଦିବ୍ୟ ଆଧ୍ୟାତ୍ମିକ ଅନୁଭୂତି : ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
