ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ପୁରୀ – ଆଜି ପୌଷ ଶୁକ୍ଳ ସପ୍ତମୀ ଜାନୁଆରୀ ୧୭ ତାରିଖ । ଆଜି କୋଟି କୋଟି ଓଡିଆଙ୍କ ଆରାଧ୍ୟ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଇତିହାସରେ ଯୋଡ଼ି ହେଲା ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ଆଜି ଲୋକାର୍ପିତ ହୋଇଛି ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଚାଲିଥିବା ତ୍ରିଦିନାତ୍ମକ ମହାଯଜ୍ଞର ଆଜି ପୂର୍ଣ୍ଣାହୁତି ସହ ଉଦଘାଟିତ ହୋଇଛି।ପରିକ୍ରମା ପ୍ରକଳ୍ପ। ଗଜପତି ମହାରାଜା ଦିବ୍ୟସିଂହ ଦେବ ମହାଯଜ୍ଞରେ ପୂର୍ଣ୍ଣାହୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ [...]
ପୁରୀ – ଆଜି ପୌଷ ଶୁକ୍ଳ ସପ୍ତମୀ ଜାନୁଆରୀ ୧୭ ତାରିଖ । ଆଜି କୋଟି କୋଟି ଓଡିଆଙ୍କ ଆରାଧ୍ୟ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଇତିହାସରେ ଯୋଡ଼ି ହେଲା ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ଆଜି ଲୋକାର୍ପିତ ହୋଇଛି ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଚାଲିଥିବା ତ୍ରିଦିନାତ୍ମକ ମହାଯଜ୍ଞର ଆଜି ପୂର୍ଣ୍ଣାହୁତି ସହ ଉଦଘାଟିତ ହୋଇଛି।ପରିକ୍ରମା ପ୍ରକଳ୍ପ। ଗଜପତି ମହାରାଜା ଦିବ୍ୟସିଂହ ଦେବ ମହାଯଜ୍ଞରେ ପୂର୍ଣ୍ଣାହୁତି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଫଳକ ଉନ୍ମୋଚନ କରିଛନ୍ତି ।
୨୦୧୯ ଡିସେମ୍ବର ମାସରେ ପୁରୀକୁ ବିଶ୍ୱ ଐତିହ୍ୟ ସହରରେ ପରିଣତ କରିବାକୁ ଘୋଷଣା କରିଥିଲେ ରାଜ୍ୟ ସରକାର। ଏଥିପାଇଁ ଶ୍ରୀମନ୍ଦିର ଚତୁଃପାର୍ଶ୍ଵର ଉନ୍ନତିକରଣ ଓ ଅନ୍ୟାନ୍ୟ ସୁବିଧାସୁଯୋଗ ଉପରେ ଗୁରୁତ୍ୱ ଦିଆଯାଇଥିଲା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ୨୦୨୧ ମସିହା ନଭେମ୍ବର ୨୪ ତାରିଖରେ ଶିଳାନ୍ୟାସ କରାଯାଇଥିଲା । ଦୁଇ ବର୍ଷ ୫୪ ଦିନ ପରେ ପ୍ରକଳ୍ପ ଲୋକାର୍ପଣ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହା ଥିଲା ଡ୍ରିମ୍ ପ୍ରୋଜେକ୍ଟ। ଏବେ ଏହା ବାସ୍ତବ ରୂପ ନେଇଛି।
ସରକାରୀ ବଙ୍ଗଳା ତୁରନ୍ତ ଖାଲି କରିବାକୁ ମହୁଆଙ୍କୁ ନୋଟିସ୍
Next ArticleCM Naveen Patnaik Inaugurates Srimandira Parikrama Prakalpa
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
