ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପ୍ରସ୍ତୁତିର ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ : ପ୍ରତିବର୍ଷ ମାତୃଭାଷା ଦିବସ ସହ ଓଡିଆ ଭାଷା ସପ୍ତାହ ପାଳନ କରାଯିବ
ଭୁବନେଶ୍ୱର – ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ତୃତୀୟ ଐତିହ୍ୟ କ୍ଯାବିନେଟ ନିଷ୍ପତ୍ତି ଅନୁଯାୟୀ ଆଗାମୀ ଫେବ୍ରୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵର ଜନତା ମଇଦାନଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ପରିପ୍ରେକ୍ଷୀରେ ଆଜି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ । [...]
ଭୁବନେଶ୍ୱର – ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ତୃତୀୟ ଐତିହ୍ୟ କ୍ଯାବିନେଟ ନିଷ୍ପତ୍ତି ଅନୁଯାୟୀ ଆଗାମୀ ଫେବ୍ରୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵର ଜନତା ମଇଦାନଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ପରିପ୍ରେକ୍ଷୀରେ ଆଜି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ । ସମ୍ମିଳନୀ ଉପଲକ୍ଷେ ପ୍ରସ୍ତୁତ କରାଯାଉଥିବା ‘ଅକ୍ଷର ଭୂମି’କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ସମ୍ମିଳନୀର ପ୍ରଥମ ଦିନରେ ଲୋକାର୍ପଣ କରାଯିବ ।
ସମ୍ମିଳନୀ ଅବସରରେ ସମସ୍ତ ବିଦ୍ୟାଳୟ/ଉଚ୍ଚ ବିଦ୍ୟାଳୟ/ ମହାବିଦ୍ୟାଳୟ/ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଭାଷା ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ । ଏହି ସମ୍ମିଳନୀରେ ଭାଷା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟ ବସ୍ତୁଗୁଡ଼ିକୁ ନେଇ ୧୬ଗୋଟି ସମ୍ପାନ ଆୟୋଜନ କରାଯିବ । ଏତଦବ୍ଯତୀତ ବିଦ୍ୟାଳୟ/ଉଚ୍ଚ ବିଦ୍ୟାଳୟ/ ମହାବିଦ୍ୟାଳୟ/ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ସ୍ଵତନ୍ତ୍ର ସମ୍ପାନର ଆୟୋଜନ କରାଯିବ।
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ଲୋକାର୍ପିତ ଲୋଗୋକୁ ଚୟନିତ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କର ପ୍ରମୁଖ ସ୍ଥାନ/ କାନ୍ଥରେ ଚିତ୍ରଣ କରାଯିବ ।
ଏହି ଲୋଗୋକୁ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପ୍ରଦାନ କରାଯିବା ସହିତ ସମସ୍ତ ସରକାରୀ ଗାଡ଼ିରେ ଷ୍ଟିକରିଂ କରାଯାଇ ସମ୍ମିଳନୀର ପ୍ରଚାର ପ୍ରସାର କରାଯିବ। ଏହି ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ବିଷୟଭିତ୍ତିକ ସଙ୍ଗୀତ ମଧ୍ୟ ପ୍ରସ୍ତୁତ କରାଯିବ ।
ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ଵାରା ଏହି ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମ ଗୁଡ଼ିକର ସୂଚନା, ଶିକ୍ଷା ଓ ଯୋଗାଯୋଗ ମାଧ୍ୟମରେ ଉଭୟ ମୁଦ୍ରଣ ଓ ବୈଦ୍ୟୁତିକ ଗଣମାଧ୍ୟମର ବ୍ଯବହାର କରାଯିବ । ଓଡ଼ିଶା ପରିବାର ତରଫରୁ ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆ ସଂଗଠନମାନଙ୍କୁ ଲାଇଭ ୱେବକାଷ୍ଟ ଦ୍ଵାରା ଯୋଡ଼ାଯାଇ ସମ୍ମିଳନୀର ଉଦଘାଟନ ଓ ଉଦଯାପନ ଉତ୍ସବରେ ବାସ୍ତବ ଓ ଆଭାସୀ ଉପସ୍ଥିତି ନିମନ୍ତେ ଉତ୍ସାହିତ କରାଯିବ ।
ଏଥିସହିତ ସେମାନଙ୍କର ମତାମତକୁ ବୈଦ୍ୟୁତିକ ଗଣମାଧ୍ୟମ ଓ ମୁଦ୍ରଣ ଗଣମାଧ୍ୟମରେ ପ୍ରକାଶ କରାଯିବା ସହିତ ମତାମତର କ୍ୟାଟଲଗ ମଧ୍ୟ ପ୍ରସ୍ତୁତ କରାଯିବ । ଏହି ସମ୍ମିଳନୀ ଉପଲକ୍ଷେ ସମ୍ମିଳନୀ ସମ୍ବନ୍ଧୀୟ ଆଲୋଚନା ଚକ୍ର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଗୁଡ଼ିକୁ ତଥ୍ୟପୁସ୍ତିକା ମାଧ୍ୟମରେ ପ୍ରକାଶ କରାଯିବ ।
ପ୍ରତିବର୍ଷ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ ପାଳନ କରାଯିବା ସହିତ ରାଜ୍ୟ ମାତୃଭାଷା ଦିବସ ପାଳନ କରାଯିବ । ମାତୃଭାଷାର ବହୁଳ ବ୍ୟବହାର ନିମନ୍ତେ ବିଭିନ୍ନ ନିଗମ କାର୍ଯ୍ଯାଳୟ/ ସରକାରୀ କାର୍ଯ୍ଯାଳୟ/ ବେସରକାରୀ କାର୍ଯ୍ଯାଳୟ/ ଅନୁଷ୍ଠାନମାନଙ୍କରେ ଓଡ଼ିଆ ଭାଷାର ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ/ସମ୍ବର୍ଦ୍ଧିତ କରାଯିବ । ରାଜ୍ୟ ବାହାରେ ବିଭିନ୍ନ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ।
ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆମାନଙ୍କୁ ଓଡ଼ିଆ ଶିଖିବା ନିମିତ୍ତ ଉଭୟ ଡିଜିଟାଲ ଓ କଠିନ ପୁସ୍ତକ ଯୋଗାଇ ଦିଆଯିବ। ସେମାନଙ୍କୁ ସପ୍ତମ ଶ୍ରେଣୀ ସ୍ତରର ଓଡ଼ିଆ ଉତ୍ତୀର୍ଣ୍ଣ ପ୍ରମାଣପତ୍ର ପ୍ରଦାନ ନିମିତ୍ତ ଏକ ପରୀକ୍ଷା ପ୍ଲାଟଫର୍ମ ମଧ୍ୟ ଉପଲବ୍ଧ କରାଯିବ ।
ରାଜ୍ୟରେ ଶହେ ବର୍ଷରୁ ପୁରୁଣା ୧୦୯ଟି ପ୍ରାଥମିକ ବିଦ୍ୟାଳୟ ଏବଂ ୪୫ଟି ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ଭାବେ ଘୋଷଣା କରାଯିବା ସହ ଉକ୍ତ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ବରପୁତ୍ରମାନଙ୍କୁ ସମ୍ବର୍ଦ୍ଧନା କରାଯିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ଅବସରରେ ସମ୍ମିଳନୀ ସ୍ଥଳ ଏବଂ ଭୁବନେଶ୍ୱର ମହାନଗରକୁ ଆଲୋକମାଳାରେ ସୁସଜ୍ଜିତ କରାଯିବ ।
। ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନ, ଅନ୍ୟାନ୍ୟ ବିଭାଗୀୟ ମୁଖ୍ୟ ଓ ବିଭିନ୍ନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକମାନେ ଉପସ୍ଥିତ ଥିଲେ ।
ଗୁରମିତ ରାମ ରହିମ ପୁଣି ୫୦ ଦିନ ପାଇଁ ଜେଲରୁ ବାହାରିଲେ, ତିନି ବର୍ଷରେ ନବମ ଥର ପାରୋଲ
Next Article5T Chairman Reviews Preparations for First Biswa Odia Bhasa Sammilani
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
