ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ : ପୁଣି ଥରେ ନେଲେ ପରିକ୍ରମା ପ୍ରକଳ୍ପର ଅନୁଭୂତି, ଓଡ଼ିଶାବାସୀଙ୍କ କଲେ ମଙ୍ଗଳ କାମନା

ପୁରୀ – ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ସପ୍ତମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷିଣ କରିଛନ୍ତି। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ଯ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଯାଇଥିଲେ। ଭକ୍ତମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ଆଜି ପୁଣି ଥରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। [...]

Admin•ଜାନୁଆରୀ 23, 2024
Share Article:
ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ : ପୁଣି ଥରେ ନେଲେ ପରିକ୍ରମା ପ୍ରକଳ୍ପର ଅନୁଭୂତି, ଓଡ଼ିଶାବାସୀଙ୍କ କଲେ ମଙ୍ଗଳ କାମନା

ପୁରୀ – ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ସପ୍ତମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷିଣ କରିଛନ୍ତି। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ଯ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଯାଇଥିଲେ। ଭକ୍ତମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ଆଜି ପୁଣି ଥରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାବାସୀଙ୍କ ଉନ୍ନତି ଓ ମଙ୍ଗଳ କାମନା କରିଥିଲେ।

ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦ ଓ ସନ୍ତୋଷ ପ୍ରକାଶ କରିଥଲେ। ଗତ ୧୭ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏହାର ଲୋକାର୍ପଣ କରିଥିଲେ। ଶ୍ରୀମନ୍ଦିରର ସୁରକ୍ଷା, ମହାପ୍ରଭୁଙ୍କ ଯାନିଯାତ୍ରା ଓ ଭକ୍ତ ମାନଙ୍କ ସୁବିଧା ଦୃଷ୍ଟିରୁ ଏହା ଅତି ଜରୁରୀ ଥିଲା।

ଶ୍ରୀମନ୍ଦିର ମନ୍ଦିର ଚତୁଃପାର୍ଶ୍ଵରେ ୭୫ ମିଟର ପ୍ରଶସ୍ତ ଏହି ପରିକ୍ରମା ପ୍ରକଳ୍ପ ଅତ୍ୟନ୍ତ ଭବ୍ୟ, ସୌନ୍ଦର୍ଯ୍ୟମୟ ହେବା ସହିତ ପିଢ଼ି ପରେ ପିଢ଼ି ଭକ୍ତମାନଙ୍କୁ ଏକ ଆଧ୍ୟାତ୍ମିକ ପରିବେଶ ପ୍ରଦାନ କରିବ।ସୁନ୍ଦର ସବୁଜ ପରିବେଶ, ଖଣ୍ଡାଲାଇଟ୍ସ ପଥରର ଆକର୍ଷଣୀୟ କାରିଗରୀ କାମ ସହିତ ଭକ୍ତମାନଙ୍କ ପାଇଁ କ୍ଲୋକ୍ ରୁମ୍, ସୂଚନା କେନ୍ଦ୍ର, ଆମ୍ପି ଥିଏଟର ଆଦି ଅନେକ ସୁବିଧା କରାଯାଇଛି।

#Odia#Odisha#News
Share Article:

Related Articles