ବିହାରର ପ୍ରଥମ ଅଣକଂଗ୍ରେସ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କର୍ପୁରୀ ଠାକୁରଙ୍କୁ ମରଣୋତ୍ତର ଭାବେ ମିଳିବ ଭାରତରତ୍ନ
ନୂଆଦିଲ୍ଲୀ – ବିହାରର ପ୍ରଥମ ଅଣକଂଗ୍ରେସ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କର୍ପୁରୀ ଠାକୁରଙ୍କୁ ମରଣୋତ୍ତର ଭାବେ ଦେଶର ସର୍ବୋଚ୍ଚ ବେସାମରିକ ନାଗରିକ ସମ୍ମାନ ‘ଭାରତରତ୍ନ’ ସମ୍ମାନ ଦିଆଯିବ । ଆଜି କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ରାଷ୍ଟ୍ରପତି ଭବନ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। କର୍ପୁରୀ ଠାକୁରଙ୍କ ୧୦୦ତମ ଜନ୍ମବାର୍ଷିକୀର ଗୋଟିଏ ଦିନ ପୂର୍ବରୁ ତାଙ୍କୁ ଏହି ସମ୍ମାନ ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି। ଜନନାୟକ ଭାବେ ପରିଚିତ କର୍ପୁରୀ ଠାକୁର ବିହାରର ଥରେ [...]
ନୂଆଦିଲ୍ଲୀ – ବିହାରର ପ୍ରଥମ ଅଣକଂଗ୍ରେସ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କର୍ପୁରୀ ଠାକୁରଙ୍କୁ ମରଣୋତ୍ତର ଭାବେ ଦେଶର ସର୍ବୋଚ୍ଚ ବେସାମରିକ ନାଗରିକ ସମ୍ମାନ ‘ଭାରତରତ୍ନ’ ସମ୍ମାନ ଦିଆଯିବ । ଆଜି କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ରାଷ୍ଟ୍ରପତି ଭବନ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। କର୍ପୁରୀ ଠାକୁରଙ୍କ ୧୦୦ତମ ଜନ୍ମବାର୍ଷିକୀର ଗୋଟିଏ ଦିନ ପୂର୍ବରୁ ତାଙ୍କୁ ଏହି ସମ୍ମାନ ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି। ଜନନାୟକ ଭାବେ ପରିଚିତ କର୍ପୁରୀ ଠାକୁର ବିହାରର ଥରେ ଉପମୁଖ୍ୟମନ୍ତ୍ରୀ, ଦୁଇଥର ମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତା ଥିଲେ । ୧୯୨୪ ମସିହା ଜାନୁଆରୀ ୨୪ ତାରିଖରେ ସମସ୍ତିପୁର ଜିଲ୍ଲାର ବର୍ତ୍ତମାନ କର୍ପୁରୀଗ୍ରାମରେ ଜନ୍ମ ଗ୍ରହଣ କରିଥିବା କର୍ପୁରୀ ଠାକୁର ୧୯୫୨ ମସିହାରେ ହୋଇଥିବା ପ୍ରଥମ ବିଧାନସଭା ନିର୍ବାଚନରେ ବିଜୟ ଲାଭ କରିଥିଲେ । ସେ କେବେ ବି ନିର୍ବାଚନ ହାରିନଥିଲେ । ୧୯୬୭ରେ କର୍ପୁରୀ ଠାକୁର ବିହାରର ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିଲେ। ସେତେବେଳେ ସେ ପରୀକ୍ଷାରେ ଇଂରାଜୀ ଭାଷାର ଅନିବାର୍ଯ୍ୟତା ବନ୍ଦ କରିଥିଲେ । ୧୯୭୦ ମସିହାରେ ସେ ପ୍ରଥମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ହୋଇଥିଲେ । ସେ ଥିଲେ ବିହାରର ପ୍ରଥମ ଅଣକଂଗ୍ରେସ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଭାବେ ନିଜର ପ୍ରଥମ କାର୍ଯ୍ଯକାଳରେ କର୍ପୁରୀ ଠାକୁର କୃଷକଙ୍କ ବିକାଶ ପାଇଁ ଅନେକ ବିକାଶମୂଳକ କାର୍ଯ୍ୟ କରିଥିଲେ ।
ଏହାଛଡା ସେତେବେଳର ସଚିବାଳୟର ଲିଫ୍ଟ ବ୍ୟବହାର ପାଇଁ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ବି ଅନୁମତି ଦେଇଥିଲେ । ପୂର୍ବରୁ ଚତୁର୍ଥ ଶ୍ରେଣୀ କର୍ମଚାରୀମାନଙ୍କୁ ସଚିବାଳୟ ଲିଫ୍ଟ ବ୍ୟବହାର ପାଇଁ ଅନୁମତି ନଥିଲା । ୧୯୭୭ରେ କର୍ପୁରୀ ଠାକୁର ଦ୍ୱିତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଥିଲେ । ଏହି କାର୍ଯ୍ୟକାଳରେ ସେ ମୁଙ୍ଗେର କମିଶନ ରିପୋର୍ଟ କାର୍ଯ୍ୟକାରୀ କରି ସରକାରୀ ଚାକିରୀରେ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଥିଲେ । ଜନହିତକର କାର୍ଯ୍ୟ ପାଇଁ ତାଙ୍କୁ ଜନନାୟକ କୁହାଯାଉଥିଲା । କର୍ପୁରୀ ଠାକୁର ଶିକ୍ଷକତାରୁ ରାଜନୀତିରେ ପାଦ ଦେଇଥିଲେ। ସେ ସୋସାଲିଷ୍ଟ ପାର୍ଟି, ଭାରତୀୟ କ୍ରାନ୍ତି ଦଳ, ଜନତା ପାର୍ଟି ଓ ଲୋକ ଦଳ ସହ ଜଡିତ ଥିଲେ ।
CM Naveen Offers Prayers at Srimandir
Next Articleବିସିସିଆଇ ପୁରସ୍କାର: ରବି ଶାସ୍ତ୍ରୀ, ଫାରୁଖ୍ ଇଞ୍ଜିନିୟରଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
