ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ପୋଲିଂ କର୍ମଚାରୀ ନିଜ ନିଜ ଡ୍ୟୁଟି ସ୍ଥଳରେ ହିଁ ମତଦାନ କରିବେ

ଭୁବନେଶ୍ୱର – ସାଧାରଣ ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ଏଣେ ଭୋଟଗ୍ରହଣ ବେଳେ ପୋଲିଂ ଷ୍ଟେସନ ଦାୟିତ୍ବରେ ମୁତୟନ ହେଉ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ନିଜ ନିଜ ଡ୍ୟୁଟି ଜାଗାରେ ମତଦାନ କରିବେ । ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ସ୍ୱତନ୍ତ୍ର ପୋଲିଂ ବୁଥ୍ କରାଯିବ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଏହି ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, [...]

Admin•ଜାନୁଆରୀ 25, 2024
Share Article:

ଭୁବନେଶ୍ୱର – ସାଧାରଣ ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ଏଣେ ଭୋଟଗ୍ରହଣ ବେଳେ ପୋଲିଂ ଷ୍ଟେସନ ଦାୟିତ୍ବରେ ମୁତୟନ ହେଉ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ନିଜ ନିଜ ଡ୍ୟୁଟି ଜାଗାରେ ମତଦାନ କରିବେ । ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ସ୍ୱତନ୍ତ୍ର ପୋଲିଂ ବୁଥ୍ କରାଯିବ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଏହି ସୂଚନା ଦେଇଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ୮୦ ବର୍ଷରୁ ଅଧିକ ବୟସ୍କ ଓ ୪୦ ବର୍ଷରୁ କମ ବୟସ୍କ ଦିବ୍ୟାଙ୍ଗ ଓ ଅସୁସ୍ଥ ହୋଇ ଘରେ ପଡ଼ି ରହିଥିଲେ ସେମାନଙ୍କ ପାଇଁ ହୋମ ଭୋଟିଂ ବ୍ୟବସ୍ଥା କରାଯାଇଛି । ୨୦୨୪ ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଟାଇମ୍ ଲାଇନ୍ ଅନୁସାରେ ଚାଲିଛି। ସମସ୍ତ ଜିଲ୍ଲାରେ ଇଭିଏମ୍ ପହଞ୍ଚିବା ସହ ଟେଷ୍ଟିଂ ସରିଛି ବୋଲି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

#Odia#Odisha#News
Share Article:

Related Articles