ବିଶାଳ ମାନବ ଶୃଙ୍ଖଳ ସୃଷ୍ଟି କଲା ଭୋଟର ଦିବସ ସଚେତନତା
ବ୍ରହ୍ମପୁର: ଚଳିତ ବର୍ଷ ହେଉଛି ସାଧାରଣ ନିର୍ବାଚନର ବର୍ଷ, ବିଶ୍ବର ସର୍ବବୃହତ ସାଧାରଣତନ୍ତ୍ର ରାଷ୍ଟ୍ରରେ ପାଳିତ ହେବ ଗଣତନ୍ତ୍ରର ସବୁଠାରୁ ବଡ଼ ପର୍ବ ମତଦାନର ମହୋତ୍ସବ। ଏଣୁ ଏଥର ଭାରତୀୟ ନିର୍ବାଚନ କମିଶନ ଭୋଟର ତାଲିକା ନେଇ ବ୍ୟାପକ ପ୍ରସ୍ତୁତି କରିଛନ୍ତି। ୧୮ ବର୍ଷରେ ପହଞ୍ଚି ସାରିଥିବା ସମସ୍ତ ନୂଆ ତଥା ଯୁବ ଭୋଟର ଯେପରି ନିଜ ମତଦାନ ଅଧିକାର ସାବ୍ୟସ୍ତ କରିପାରିବେ ସେଥିପ୍ରତି ଅଧିକ ଗୁରୁତ୍ଵ ଦିଆଯାଉଛି। ସେହି ପରିପ୍ରେକ୍ଷୀରେ ଗୁରୁବାର ଜାତୀୟ ଭୋଟର ଦିବସ [...]
ବ୍ରହ୍ମପୁର: ଚଳିତ ବର୍ଷ ହେଉଛି ସାଧାରଣ ନିର୍ବାଚନର ବର୍ଷ, ବିଶ୍ବର ସର୍ବବୃହତ ସାଧାରଣତନ୍ତ୍ର ରାଷ୍ଟ୍ରରେ ପାଳିତ ହେବ ଗଣତନ୍ତ୍ରର ସବୁଠାରୁ ବଡ଼ ପର୍ବ ମତଦାନର ମହୋତ୍ସବ। ଏଣୁ ଏଥର ଭାରତୀୟ ନିର୍ବାଚନ କମିଶନ ଭୋଟର ତାଲିକା ନେଇ ବ୍ୟାପକ ପ୍ରସ୍ତୁତି କରିଛନ୍ତି। ୧୮ ବର୍ଷରେ ପହଞ୍ଚି ସାରିଥିବା ସମସ୍ତ ନୂଆ ତଥା ଯୁବ ଭୋଟର ଯେପରି ନିଜ ମତଦାନ ଅଧିକାର ସାବ୍ୟସ୍ତ କରିପାରିବେ ସେଥିପ୍ରତି ଅଧିକ ଗୁରୁତ୍ଵ ଦିଆଯାଉଛି। ସେହି ପରିପ୍ରେକ୍ଷୀରେ ଗୁରୁବାର ଜାତୀୟ ଭୋଟର ଦିବସ ସବୁଆଡେ ଉତ୍ସାହର ସହ ପାଳିତ ହୋଇଛି। ବ୍ରହ୍ମପୁର ଉପଖଣ୍ଡ ପ୍ରଶାସନ ତରଫରୁ ୧୪ତମ ଜାତୀୟ ଭୋଟର ଦିବସ ପାଳନ ଉପଲକ୍ଷେ ଏକ ବିଶାଳ ମାନବ ଶୃଙ୍ଖଳ ଆୟୋଜନ କରାଯାଇଥିଲା। ବ୍ରହ୍ମପୁର ଉପଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ତତ୍ତ୍ଵାବଧାନରେ ଆଜି ରାମଲିଙ୍ଗେଶ୍ୱର ପ୍ରମୋଦ ଉଦ୍ୟାନ ଚତୁଃପାର୍ଶ୍ଵରେ କରାଯାଇଥିବା ଏହି ବିଶାଳ ମାନବ ଶୃଙ୍ଖଳରେ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ବହୁ ସଂଖ୍ୟାରେ ଭାଗ ନେଇଥିଲେ। ଏଥିସହ ସ୍ଵୟଂ ସହାୟିକା ଗୋଷ୍ଠୀ, ଅଙ୍ଗନୱାଡି କର୍ମୀ, ବୁଦ୍ଧିଜୀବୀ, ସରକାରୀ କର୍ମଚାରୀ ସାମିଲ ହୋଇଥିଲେ l ପ୍ରଶାସନ ତରଫରୁ ମତଦାନ ବିଷୟରେ ସଚେତନତାର ବାର୍ତ୍ତା ନାଗରିକଙ୍କୁ ଦିଆଯାଇଥିଲା। କିପରି ନାଗରିକମାନେ ଶୃଙ୍ଖଳିତ ଓ ସ୍ବଚ୍ଛତାର ସହିତ ମତଦାନ କରିବେ ସେହି ଶପଥ ପାଠ କରାଯାଇ ଥିଲା।

ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭଗୃହରେ ବିଡିଓ, ବିଏଲ୍ଓ (ବୁଥ୍ ସ୍ତରର ଅଧିକାରୀ), ବିଏଲ୍ଓ ସୁପରଭାଇଜରମାନଙ୍କୁ ନେଇ ଏକ ସାଧାରଣ ସଭା ହୋଇଥିଲା। ବ୍ରହ୍ମପୁର ଉପଖଣ୍ଡର ଶ୍ରେଷ୍ଠ ବିଏଲ୍ଓ ସୁପରଭାଇଜର, ଶ୍ରେଷ୍ଠ ଭୋଟର ସାକ୍ଷରତା, ଶ୍ରେଷ୍ଠ ଏଇଆରଓଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। କିଛି ନୂତନ ଭୋଟରଙ୍କୁ ମତଦାତା ପରିଚୟପତ୍ର ମଧ୍ୟ ପ୍ରଦାନ କରାଯାଇଥିଲା।
‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡିଶା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ରାଜ୍ୟର ସବୁ ଗାଁରେ ଦୁଇ ଲକ୍ଷରୁ ଅଧିକ କାର୍ଯ୍ୟକ୍ରମ ଚାଲିବ
Next Articleରୂପାନ୍ତରିତ ଓଡିଶା ସଚେତନତା କାର୍ଯ୍ୟକ୍ରମ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
