ରୂପାନ୍ତରିତ ଓଡିଶା ସଚେତନତା କାର୍ଯ୍ୟକ୍ରମ
ବଲାଙ୍ଗିର: ଆଭାସୀ ମାଧ୍ୟମରେ ବଲାଙ୍ଗିରରେ ଆରମ୍ଭ ହୋଇଛି ସଚେତନତା କାର୍ଯ୍ୟକ୍ରମ | ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି | ସୂଚନା, ଶିକ୍ଷା, ଯୋଗାଯୋଗ କାର୍ଯ୍ୟକ୍ରମ ଆଧାରରେ ଲୋକକଳାର ପ୍ରୟୋଗ କିପରି କରାଯିବ ଓ କଳାର ଉନ୍ନତି ହେବ ବୋଲି କହିଥିଲେ | ଏହା ଦ୍ୱାରା ଲୋକକଳା , କଳାକାର ତଥା କଳା ମାଧ୍ୟମରେ ସରକାରୀ ଯୋଜନା ସଂପର୍କରେ ସଚେତନ ହେଉଥିବା ଜନତାଙ୍କ ପାଇଁ ସୁନ୍ଦର ପଦକ୍ଷେପ ସାବ୍ୟସ୍ତ ହେବ ବୋଲି ସେ କହିଥିଲେ [...]
ବଲାଙ୍ଗିର: ଆଭାସୀ ମାଧ୍ୟମରେ ବଲାଙ୍ଗିରରେ ଆରମ୍ଭ ହୋଇଛି ସଚେତନତା କାର୍ଯ୍ୟକ୍ରମ | ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି | ସୂଚନା, ଶିକ୍ଷା, ଯୋଗାଯୋଗ କାର୍ଯ୍ୟକ୍ରମ ଆଧାରରେ ଲୋକକଳାର ପ୍ରୟୋଗ କିପରି କରାଯିବ ଓ କଳାର ଉନ୍ନତି ହେବ ବୋଲି କହିଥିଲେ | ଏହା ଦ୍ୱାରା ଲୋକକଳା , କଳାକାର ତଥା କଳା ମାଧ୍ୟମରେ ସରକାରୀ ଯୋଜନା ସଂପର୍କରେ ସଚେତନ ହେଉଥିବା ଜନତାଙ୍କ ପାଇଁ ସୁନ୍ଦର ପଦକ୍ଷେପ ସାବ୍ୟସ୍ତ ହେବ ବୋଲି ସେ କହିଥିଲେ | ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ , ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ )ମହେନ୍ଦ୍ର ମହାପାତ୍ର , ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁଶାନ୍ତ ସିଂ , ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କୁବେର ଚନ୍ଦ୍ର ମହନ୍ତ , ଜିଲ୍ଲା କ୍ରୀଡା ଅଧିକାରୀ ପରାଶର ବାଗ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଲୀଳାବତୀ ନାଗ , ଜିଲ୍ଲା ଶିକ୍ଷାଧିକାରୀ. ପ୍ରମୁଖ ଉପସ୍ଥିତ ଥିଲେ | ସୂଚନା,ଶିକ୍ଷା, ଯୋଗାଯୋଗ ଆଧାରରେ ଲୋକ କଳା ପରିବେଷଣ କରି ଲୋକଙ୍କୁ କେମିତି ଅବଗତ କରିହେବା ସହ ଆଗାମୀ ଦିନରେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ ଲୋକଙ୍କ ପାଖରେ କଳାକାର ମାନେ କିପରି ପହଞ୍ଚେଇବେ ସେ ବିଷୟରେ କାର୍ଯ୍ୟକ୍ରମ ରେ ଆଲୋଚନା ହୋଇଥିଲା | ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର ତାଲିମ କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।
ବିଶାଳ ମାନବ ଶୃଙ୍ଖଳ ସୃଷ୍ଟି କଲା ଭୋଟର ଦିବସ ସଚେତନତା
Next ArticleCM Launches ‘Transformed Odisha through Folk Arts’ Campaign
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
