ପ୍ରଥମ ଟେଷ୍ଟ: ଭାରତର ସ୍ଥିତି ମଜଭୁତ କଲେ ରାହୁଲ, ଜାଡେଜା, ୧୭୫ ରନରେ ଅଗ୍ରଣୀ
ହାଇଦ୍ରାବାଦ: ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଓ କେଏଲ୍ ରାହୁଲଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ନିଜ ସ୍ଥିତି ମଜଭୁତ କରିନେଇଛି । ତୃତୀୟ ଦିନର ଖେଳ ଶେଷ ସୁଦ୍ଧା ଭାରତ ୭ ଓ୍ବିକେଟ୍ ହରାଇ ୪୨୧ ରନ୍ କରିଛି । ଏଥିସହ ଭାରତ ଏଯାବତ୍ ୧୭୫ ରନରେ ଅଗ୍ରଣୀ ହାସଲ କରିବା ସହ ମ୍ୟାଚକୁ ନିୟନ୍ତ୍ରଣରେ ରଖିଛି | ଷ୍ଟମ୍ପ ଅପସାରଣ ବେଳକୁ ଜାଡେଜା ୮୧ ଓ ଅକ୍ଷର ପଟେଲ [...]
ହାଇଦ୍ରାବାଦ: ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଓ କେଏଲ୍ ରାହୁଲଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ନିଜ ସ୍ଥିତି ମଜଭୁତ କରିନେଇଛି । ତୃତୀୟ ଦିନର ଖେଳ ଶେଷ ସୁଦ୍ଧା ଭାରତ ୭ ଓ୍ବିକେଟ୍ ହରାଇ ୪୨୧ ରନ୍ କରିଛି । ଏଥିସହ ଭାରତ ଏଯାବତ୍ ୧୭୫ ରନରେ ଅଗ୍ରଣୀ ହାସଲ କରିବା ସହ ମ୍ୟାଚକୁ ନିୟନ୍ତ୍ରଣରେ ରଖିଛି |
ଷ୍ଟମ୍ପ ଅପସାରଣ ବେଳକୁ ଜାଡେଜା ୮୧ ଓ ଅକ୍ଷର ପଟେଲ ୩୫ ରନ୍ କରି ଅପରାଜିତ ଅଛନ୍ତି। ଉଭୟ ଅଷ୍ଟମ ୱିକେଟରେ ଏଯାବତ୍ ଅବିଭକ୍ତ ୬୩ ରନ୍ ଯୋଡି ସାରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ରାହୁଲ ୮୬, ଯଶସ୍ବୀ ଜୈସୱାଲ ୮୦ ଓ କେଏସ୍ ଭାରତ ୪୧ ରନ୍ କରିଥିଲେ ।
ଦ୍ବିତୀୟ ଦିନରେ ଭାରତ ଏହାର ଅସମାପ୍ତ ପ୍ରଥମ ଇନିଂସ୍ ସ୍କୋର୍ ୧୧୯/୧ରୁ ଆଗକୁ ଖେଳିଥିଲା । ହେଲେ ଭାରତ ସେଟ୍ ବ୍ୟାଟ୍ସମ୍ୟାନ୍ ଯଶସ୍ବୀଙ୍କ ଓ୍ବିକେଟ୍ ହରାଇଥିଲା । ସେ ତାଙ୍କ ପ୍ରଥମ ଦିନର ବ୍ୟକ୍ତଗତ ସ୍କୋରରେ ଆଉ ମାତ୍ର ୪ ରନ୍ ଯୋଗ କରିବା ପରେ ଆଉଟ୍ ହୋଇଥିଲେ । ଶୁଭମାନ ଗିଲ୍ ୨୩ ରନ୍ କରି ପ୍ୟାଭିଲିୟନ ଫେରିଥିଲେ । ହେଲେ ରାହୁଲ ଓ ଜାଡେଜାଙ୍କ ଅର୍ଦ୍ଧଶତକ ବଳରେ ଭାରତ ଅଗ୍ରଣୀ ହାସଲ କରିଥିଲା । ଉଲ୍ଲେଖଯୋଗ୍ୟ, ଇଂଲଣ୍ଡ ପ୍ରଥମ ଇନିଂସରେ ମାତ୍ର ୨୪୬ ରନରେ ଅଲ୍ଆଉଟ୍ ହୋଇଥିଲା ।
Republic Day Celebrations Held at DePaul School Berhampur with Patriotic Fervour
Next Articleରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ସାହସିକତା , ଉଲ୍ଲେଖନୀୟ ତଥା ବିଶିଷ୍ଟ ସେବା ନିମନ୍ତେ ୫୦ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
