ଆଜି ସମଲେଇ ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, କହିଲେ ମା’ଙ୍କ ଆଶୀର୍ବାଦରୁ ପ୍ରକଳ୍ପ ହୋଇଛି
ସମ୍ବଲପୁର – ୫-ଟି ଉପକ୍ରମରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ପ୍ରମୁଖ ମନ୍ଦିରର ରୂପାନ୍ତରଣ ପ୍ରକ୍ରିୟା ଆରମ୍ଭ କରିଛନ୍ତି ନବୀନ ସରକାର । ସେହି କ୍ରମରେ ଆଜି ପଶ୍ଚିମ ଓଡିଶାର ଆରାଧ୍ୟା ସମ୍ବଲପୁରର ମା’ ସମଲେଶ୍ବରୀଙ୍କ ପ୍ରସିଦ୍ଧ ମନ୍ଦିରର ରୂପାନ୍ତରଣ କାର୍ଯ୍ୟ ହୋଇଛି । ଜଗଜ୍ଜନନୀ ପରମ ଆରାଧ୍ୟା ମା’ ସମଲେଶ୍ୱରୀ ହେଉଛନ୍ତି ପଶ୍ଚିମ ଓଡ଼ିଶାର ଦେବୀ ଆରାଧନାର ସାଂସ୍କୃତିକ ଓ ଆଧ୍ୟାତ୍ମିକ ଚେତନାର କେନ୍ଦ୍ରବିନ୍ଦୁ। ସମଲେଶ୍ୱରୀଙ୍କ ଐତିହାସିକ ମନ୍ଦିରର ରୂପାନ୍ତରଣ ସେହି ଚେତନାର ଏକ ପ୍ରତିଫଳନ। ସମ୍ବଲପୁର [...]
ସମ୍ବଲପୁର – ୫-ଟି ଉପକ୍ରମରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ପ୍ରମୁଖ ମନ୍ଦିରର ରୂପାନ୍ତରଣ ପ୍ରକ୍ରିୟା ଆରମ୍ଭ କରିଛନ୍ତି ନବୀନ ସରକାର । ସେହି କ୍ରମରେ ଆଜି ପଶ୍ଚିମ ଓଡିଶାର ଆରାଧ୍ୟା ସମ୍ବଲପୁରର ମା’ ସମଲେଶ୍ବରୀଙ୍କ ପ୍ରସିଦ୍ଧ ମନ୍ଦିରର ରୂପାନ୍ତରଣ କାର୍ଯ୍ୟ ହୋଇଛି । ଜଗଜ୍ଜନନୀ ପରମ ଆରାଧ୍ୟା ମା’ ସମଲେଶ୍ୱରୀ ହେଉଛନ୍ତି ପଶ୍ଚିମ ଓଡ଼ିଶାର ଦେବୀ ଆରାଧନାର ସାଂସ୍କୃତିକ ଓ ଆଧ୍ୟାତ୍ମିକ ଚେତନାର କେନ୍ଦ୍ରବିନ୍ଦୁ। ସମଲେଶ୍ୱରୀଙ୍କ ଐତିହାସିକ ମନ୍ଦିରର ରୂପାନ୍ତରଣ ସେହି ଚେତନାର ଏକ ପ୍ରତିଫଳନ। ସମ୍ବଲପୁର ତଥା ପଶ୍ଚିମ ଓଡ଼ିଶାବାସୀଙ୍କ ଭାବନାକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଷ୍ପତ୍ତି କ୍ରମେ ୨୦୨୧ରୁ ଆରମ୍ଭ ହୋଇଥିବା ସମଲେଇ ପ୍ରକଳ୍ପର ଆଜି ହେବ ଲୋକାର୍ପଣ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମଲେଇ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି ପ୍ରକଳ୍ପ ଦ୍ୱାରା ସମଲେଶ୍ଵରୀ ମନ୍ଦିର ଓ ଏହାର ଚତୁଃପାର୍ଶ୍ବର ସୌନ୍ଦର୍ଯ୍ୟକରଣ କରାଯିବା ସହ ଭକ୍ତମାନଙ୍କ ସୁବିଧା ପାଇଁ ଅନେକ ବ୍ୟବସ୍ଥା କରାଯାଇଛି । ପ୍ରକଳ୍ପ ପାଇଁ ୨୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି।

ମା’ଙ୍କ ଆଶୀର୍ବାଦରୁ ପ୍ରକଳ୍ପ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସେହିପରି ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ପ୍ରକଳ୍ପ କାମ ସରିଛି । ଏହି ପ୍ରକଳ୍ପ ଓଡ଼ିଶାର ପର୍ଯ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ । ଏକାସାଙ୍ଗରେ ହଜାର ହଜାର ଶ୍ରଦ୍ଧାଳୁ ମହାନଦୀ ଆଳତୀ ଦେଖିପାରିବେ । ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶୀର୍ବାଦର ପରିଚୟ । ରୂପାନ୍ତରଣ ପରେ ୩୮ ଏକର ଜାଗାରେ ମା’ ସମଲେଶ୍ୱରୀଙ୍କ ମନ୍ଦିର ଝଲସୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରକଳ୍ପ ଲୋକାର୍ପଣ ଉପଲକ୍ଷେ ଆଜି ମା’ଙ୍କ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହେବ। ଏଣୁ ଏହାକୁ ଦୃ୍ଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ୩୫ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ୍ ବ୍ୟବସ୍ଥା ମଧ୍ୟ କରାଯାଇଛି। ଲୋକାର୍ପଣ ଦିନ ସନ୍ଧ୍ୟାରେ ସାଂସ୍କୃତିକ ତଥା ଆଧ୍ୟାତ୍ମିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଆଜି ଉଦଘାଟନ ଉତ୍ସବ ପାଇଁ ସକାଳ ୯ଟାରୁ ମଧ୍ୟାହ୍ନ ୨ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ପ୍ରକଳ୍ପ ଲୋକାର୍ପଣ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ପ୍ରମୁଖ ମନ୍ଦିରକୁ ନିମନ୍ତ୍ରଣ କରାଯାଇଛି। ଗତକାଲି ଲୋକାର୍ପଣ ଯଜ୍ଞ ଆରମ୍ଭ ହୋଇଛି।

ମା’ଙ୍କ ପ୍ରତି ଭକ୍ତି ଓ ଭକ୍ତଙ୍କ ଭାବାବେଗକୁ ସମ୍ମାନ ଜଣାଇ ୫-ଟି ରୂପାନ୍ତରଣ ମାଧ୍ୟମରେ କାର୍ଯ୍ୟକାରୀ ହୋଇଥିବା ସମଲେଇ ପ୍ରକଳ୍ପରେ ଭକ୍ତମାନଙ୍କର ଅବଶ୍ୟକତା ପ୍ରତି ସର୍ବାଧିକ ଗୁରୁତ୍ୱ ଦିଆଯାଇଛି। ପ୍ରକଳ୍ପ ଆରମ୍ଭରୁ ହିଁ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଲଗାତାର ଭାବେ ଏଠାକୁ ଗସ୍ତ କରି ରୂପାନ୍ତରଣ ପ୍ରକଳ୍ପର କାର୍ଯ୍ୟକୁ ତ୍ୱରାନ୍ୱିତ କରି ଆସିଛନ୍ତି।
ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ଆଜି ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସାରାରାଜ୍ୟର ସ୍କୁଲ ଓ କଲେଜ ବନ୍ଦ ରହିବ । ଆଜି ଚତୁର୍ଥ ଶନିବାର ଯୋଗୁଁ ମଧ୍ୟ ସମସ୍ତ ସରକାରୀ ଅଫିସ ଛୁଟି ରହିବ ।
Mesmerising Samalei Transformation: A Testimony to Odisha’s Cultural and Religious Resurrection
Next Articleଦଶପଲ୍ଲା ନିକଟରେ ଟ୍ରକ୍ – ପିକନିକ ବସ୍ ଧକ୍କା : ୩ ମୃତ , ୧୧ ଆହତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
