ସମଲେଇ ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
ଭୁବନେଶ୍ୱର – ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତାରେ କହିଛନ୍ତି, ଯେ, ମାଆ ସମଲେଶ୍ବରୀ ହେଉଛନ୍ତି ସାରା ଓଡିଶାର ଆରାଧ୍ୟ ଦେବୀ। ଭକ୍ତଙ୍କ ଆସ୍ଥା ଓ ପ୍ରାଣ କେନ୍ଦ୍ର ହେଉଛି ସମଲେଶ୍ବରୀ ମନ୍ଦିର। କୋଟି କୋଟି ଶ୍ରଦ୍ଧାଳୁଙ୍କର ଭାବ ମାଆଙ୍କର ଆସ୍ଥାନ ସହ ଯୋଡି ହୋଇଛି। ଲୋକଙ୍କ ସେହି ଭାବ ଓ ଆବେଗକୁ ସମ୍ମାନ ଜଣାଇ ମାଆଙ୍କ ମନ୍ଦିରର ରୂପାନ୍ତରଣ କରାଯାଇଛି। ମାଆଙ୍କର ସବୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କର [...]
ଭୁବନେଶ୍ୱର – ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତାରେ କହିଛନ୍ତି, ଯେ, ମାଆ ସମଲେଶ୍ବରୀ ହେଉଛନ୍ତି ସାରା ଓଡିଶାର ଆରାଧ୍ୟ ଦେବୀ। ଭକ୍ତଙ୍କ ଆସ୍ଥା ଓ ପ୍ରାଣ କେନ୍ଦ୍ର ହେଉଛି ସମଲେଶ୍ବରୀ ମନ୍ଦିର। କୋଟି କୋଟି ଶ୍ରଦ୍ଧାଳୁଙ୍କର ଭାବ ମାଆଙ୍କର ଆସ୍ଥାନ ସହ ଯୋଡି ହୋଇଛି। ଲୋକଙ୍କ ସେହି ଭାବ ଓ ଆବେଗକୁ ସମ୍ମାନ ଜଣାଇ ମାଆଙ୍କ ମନ୍ଦିରର ରୂପାନ୍ତରଣ କରାଯାଇଛି।
ମାଆଙ୍କର ସବୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କର ସ୍ବପ୍ନର ପ୍ରକଳ୍ପ ହେଉଛି ସମଲେଇ ପ୍ରକଳ୍ପ। ମାଆଙ୍କର ଆଶୀର୍ବାଦରେ ଏହି ପ୍ରକଳ୍ପ ସାକାର ହୋଇଛି। ସେହିପରି ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ପ୍ରକଳ୍ପ କାମ ସରିଛି । ଏହି ପ୍ରକଳ୍ପ ଓଡ଼ିଶାର ପର୍ଯ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ । ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ ଯୋଗୁଁ ବହୁତ ଅସୁବିଧା ସତ୍ତ୍ବେ ରେକର୍ଡ ସମୟରେ ମାଆଙ୍କ କୃପାରୁ ପ୍ରକଳ୍ପ ରୂପାନ୍ତରିତ ହୋଇଛି। ପ୍ରକଳ୍ପରେ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମାଁ ସମଲେଇ ହେଉଛନ୍ ଆମର୍ ସମକର୍ ଇଷ୍ଟଦେବୀ। ସବୁ ଲୁକର୍ ଆସ୍ଥା ଆର୍ ବିଶ୍ବାସ୍ ର କେନ୍ଦ୍ରବିନ୍ଦୁ। ସେ ଜଗତ୍ ଜନନୀ ମାଁର୍ କୃପା ଆର୍ ସବୁ ଲୋକମାନକର୍ ଭାବ୍-ବିଶ୍ବାସ୍ କେ ସମ୍ମାନ୍ ଜନେଇକରି ମାଁ ସମଲେଇ ପୀଠ୍ ନୂଆଁ ରୂପ୍ ପାଇଛେ। ଯେନ୍ ଲୋକମାନେ ଇ ସମଲେଇ ପ୍ରକଳ୍ପର୍ ଲାଗି ନିଜର୍ ଜମିକେ ତ୍ୟାଗ୍ କରିଦେଇଛନ୍ ସେମାନେ ସବୁବେଲେ ସୋର୍… pic.twitter.com/1y7Km1ENHT
— Naveen Patnaik (@Naveen_Odisha) January 26, 2024
ସୋସିଆଲ ମିଡିଆରେ ମା’ ସମଲେଶ୍ବରୀଙ୍କ ମହିମା ବନ୍ଦନା ପୋଷ୍ଟ କଲେ ମୁଖ୍ୟମନ୍ତ୍ରୀ
Next Articleଦୁଇ ଜଣଙ୍କୁ ଦଳିଲା ଦନ୍ତା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
