ମମତା ଯୋଜନା ସହାୟତା ରାଶିକୁ ଦୁଇଗୁଣ କଲେ ନବୀନ : ଏଣିକି ମିଳିବ ୧୦ହଜାର
ଭୁବନେଶ୍ୱର: ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାମାନଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ। ଚଳିତ ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ [...]
ଭୁବନେଶ୍ୱର: ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାମାନଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ। ଚଳିତ ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ ବକେୟା ରାଶି ହିତାଧିକାରୀମାନଙ୍କୁ ମିଳିବ। ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା ଓ ପୁଷ୍ଟି ହୀନତା ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୧ ମସିହାରେ ଲୋକପ୍ରିୟ ମମତା ଯୋଜନାର ଶୁଭାରମ୍ଭ କରିଥିଲେ। ମମତା ଯୋଜନା ବେଶ ଲୋକପ୍ରିୟ ଯୋଜନା ଏବଂ ଏହାକୁ ଜାତୀୟ ସ୍ତରରେ ଏକ ମଡେଲ ଭାବରେ ଗ୍ରହଣ କରାଯାଇଛି।
ନୂଆ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । ପ୍ରଥମ କିସ୍ତିରେ(ଗର୍ଭାବସ୍ଥାର ୬ ମାସ ପରେ ) ୬୦୦୦ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ଶିଶୁକୁ ଦଶମାସ ହେବା ପରେ ୪୦୦୦ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରଖାଯାଇଛି।
୧୯ ବର୍ଷରୁ ଉର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ। ୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମା ମାନଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି।
ସୂଚନାଯୋଗ୍ୟ ଯେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ମା’ ମାନେ ଏହି ସହାୟତା ରାଶି ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଏହା ଆସିବା ପରେ ମମତା ଯୋଜନାର ସହାୟତା ରାଶି ପରିମାଣ କୁ ବୃଦ୍ଧି କରିଛନ୍ତି।
ଉଲ୍ଲେଖଯୋଗ୍ୟ ଏହି ଯୋଜନା ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ ୬୦ ଲକ୍ଷରୁ ଉର୍ଦ୍ଧ୍ୱ ଗର୍ଭବତୀ ଓ ପ୍ରସୂତି ମା ଉପକୃତ ହେଉଛନ୍ତି। ଏଥି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର ୯୦୦ କୋଟି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି। ଏହି ଯୋଜନା ବିଷୟରେ ସୂଚନା ବା ଅଭିଯୋଗ ନିମନ୍ତେ ୧୮୧ ହେଲ୍ପଲାଇନକୁ କଲ୍ କରନ୍ତୁ କିମ୍ବା ନିକଟସ୍ଥ ଅଙ୍ଗନବାଡି କେନ୍ଦ୍ରକୁ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଇଛି।
IT Development Centre of Oasys Tech Solutions Inaugurated in Bhubaneswar
Next Articleବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା: ୧୯ରେ ଆଜମୀର -ପୁଷ୍କର ତୀର୍ଥ ଯାତ୍ରାରେ ଯିବେ ୯୭୦ ଜଣ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
