ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ, ଶେରଗଡକୁ ଏନଏସି ମାନ୍ୟତା ନେଇ ଘୋଷଣା
ବ୍ରହ୍ମପୁର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିଛନ୍ତି । ପ୍ରଥମେ ସେ ହିଞ୍ଜିଳି ନିର୍ବାଚନମଣ୍ଡଳୀର ଶେରଗଡ଼ ଯାଇଥିଲେ । ସେଠାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଉ ଏହି ଅବସରରେ ସେ ଶେରଗଡ଼ବାସୀଙ୍କୁ ବଡ଼ ଖୁସି ଖବର ଦେଇଛନ୍ତି । ଶେରଗଡକୁ ବିଜ୍ଞାପିତ ଅଞ୍ଚଳ ପରିଷଦ – ଏନଏସି ମାନ୍ୟତା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଜନସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆପଣଙ୍କ ସହଯୋଗରେ ହିଞ୍ଜିଳି [...]
ବ୍ରହ୍ମପୁର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିଛନ୍ତି । ପ୍ରଥମେ ସେ ହିଞ୍ଜିଳି ନିର୍ବାଚନମଣ୍ଡଳୀର ଶେରଗଡ଼ ଯାଇଥିଲେ । ସେଠାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଉ ଏହି ଅବସରରେ ସେ ଶେରଗଡ଼ବାସୀଙ୍କୁ ବଡ଼ ଖୁସି ଖବର ଦେଇଛନ୍ତି । ଶେରଗଡକୁ ବିଜ୍ଞାପିତ ଅଞ୍ଚଳ ପରିଷଦ – ଏନଏସି ମାନ୍ୟତା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଜନସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆପଣଙ୍କ ସହଯୋଗରେ ହିଞ୍ଜିଳି ଏବେ ଆଦର୍ଶ ନିର୍ବାଚନ ମଣ୍ଡଳୀରେ ପରିଣତ ହୋଇଛି।
ବିକାଶ କ୍ଷେତ୍ରରେ ହିଞ୍ଜିଳି ଓ ଶେରଗଡ଼ ଦେଶର ଶ୍ରେଷ୍ଠ ବ୍ଲକ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ବ୍ଲକର ସବୁ ଘରକୁ ପାଇପ ପାଣି ପାଇଁ ବ୍ୟବସ୍ଥା ହେଉଛି ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବି ଉପସ୍ଥିତ ଥିଲେ। ଗଞ୍ଜାମ ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ୩୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ପରେ ସେ ବ୍ରହ୍ମପୁର ଉପକଣ୍ଠ ଶୀତଳପଲ୍ଲୀରେ ସମ୍ ହସପିଟାଲକୁ ଉଦଘାଟନ କରିଥିଲେ।
ଶମ୍ଭୁ ସୀମାରେ ଚାଷୀଙ୍କ ଉପରେ ପୁଣି ଲୁହବୁହା ଗ୍ୟାସ୍ ମାଡ଼
Next Articleରାଜ୍ୟସଭା ନିର୍ବାଚନ: ରାଜସ୍ଥାନରୁ ନାମାଙ୍କନ ଦାଖଲ କଲେ ସୋନିଆ ଗାନ୍ଧୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
