ଅବକାରୀ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ଇଡିର ଷଷ୍ଠ ସମନ
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସମନ ଜାରି କରିଛି ଇଡି । ଏଥରକୁ ମିଶାଇ ଷଷ୍ଠ ଥର ପାଇଁ କେଜ୍ରିୱାଲଙ୍କୁ ସମନଛ ପଠାଇଛି କେନ୍ଦ୍ରୀୟ ସଂସ୍ଥା । ଫେବୃଆରୀ ୧୯ରେ ଜେରା ପାଇଁ ହାଜର ହେବାକୁ କେଜ୍ରିୱାଲଙ୍କୁ ଇଡି କହିଛି। ଏହା ପୂର୍ବରୁ କେଜ୍ରିୱାଲଙ୍କୁ ୫ଟି ସମନ ପଠାଯାଇଥିଲେ ମଧ୍ୟ ଆପର ରାଷ୍ଟ୍ରୀୟ ଆବାହକ ଇଡି ଆଗରେ ହାଜର ହୋଇନଥିଲେ। ସେ ଇଡି ନୋଟିସକୁ ବେଆଇନ ଓ ରାଜନୈତିକ ଉଦ୍ଦେଶ୍ୟ [...]
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସମନ ଜାରି କରିଛି ଇଡି । ଏଥରକୁ ମିଶାଇ ଷଷ୍ଠ ଥର ପାଇଁ କେଜ୍ରିୱାଲଙ୍କୁ ସମନଛ ପଠାଇଛି କେନ୍ଦ୍ରୀୟ ସଂସ୍ଥା । ଫେବୃଆରୀ ୧୯ରେ ଜେରା ପାଇଁ ହାଜର ହେବାକୁ କେଜ୍ରିୱାଲଙ୍କୁ ଇଡି କହିଛି। ଏହା ପୂର୍ବରୁ କେଜ୍ରିୱାଲଙ୍କୁ ୫ଟି ସମନ ପଠାଯାଇଥିଲେ ମଧ୍ୟ ଆପର ରାଷ୍ଟ୍ରୀୟ ଆବାହକ ଇଡି ଆଗରେ ହାଜର ହୋଇନଥିଲେ। ସେ ଇଡି ନୋଟିସକୁ ବେଆଇନ ଓ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଥିଲେ।
ଇଡି ଜାନୁଆରୀ ୩୧, ୧୭, ୩ ଏବଂ ଡିସେମ୍ବର ୨୧ ଓ ନଭେମ୍ବର ୨ରେ କେଜ୍ରିୱାଲଙ୍କୁ ଡକାଇଥିଲା । କିନ୍ତୁ ସେ ହାଜର ହୋଇନଥିଲେ। ସମନ ସତ୍ତ୍ୱେ ହାଜର ହେଉନଥିବାରୁ ଇଡି କେଜ୍ରିୱାଲଙ୍କ ବିରୋଧରେ କୋର୍ଟ ଯାଇଥିଲା । ଇଡି ପିଟିସନ ଉପରେ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ଫେବୃଆରୀ ୧୭ରେ ହାଜର ହେବାକୁ କହିଛନ୍ତି ।
ଅନ୍ୟପକ୍ଷରେ ଇଡିର ଘନଘନ ସମନ ନେଇ ଆମ୍ ଆଦମୀ ପାର୍ଟି ଦାବି କରିଛି ଯେ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିବା ପାଇଁ ଏହା କେନ୍ଦ୍ରର ବିଜେପି ସରକାରଙ୍କ ଏକ ଷଡ଼ଯନ୍ତ୍ର । ଜେରା ବାହାନାରେ ଇଡି ତାଙ୍କୁ ଗିରଫ କରିବାକୁ ଚାହୁଁଛି ବୋଲି ଅଭିଯୋଗ କରିଛି ଦଳ।
ପାକିସ୍ତାନରେ ମେଣ୍ଟ ସରକାର ସମ୍ଭାବନା, ଶହବାଜ ସରିଫ୍ ପୁଣି ହେବେ ପ୍ରଧାନମନ୍ତ୍ରୀ
Next ArticleCM Hikes Assistance Amount for Artists from Rs 1200 to Rs 2000
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
