ବରିଷ୍ଠ ବୁଣାକାର, ବୁଣା ସହାୟକ, ହସ୍ତଶିଳ୍ପ କାରିଗରଙ୍କ ପାଇଁ ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’ ଘୋଷଣା
ଭୁବନେଶ୍ଵର – ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗର ମାନଙ୍କ ପାଇଁ ଖୁସି ଖବର।ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନୂଆ ଯୋଜନା ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’ ଆରମ୍ଭ ପାଇଁ ସେ ଘୋଷଣା କରିଛନ୍ତି। ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ମହିଳା ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର [...]
ଭୁବନେଶ୍ଵର – ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗର ମାନଙ୍କ ପାଇଁ ଖୁସି ଖବର।ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନୂଆ ଯୋଜନା ଘୋଷଣା କରିଛନ୍ତି।
‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’ ଆରମ୍ଭ ପାଇଁ ସେ ଘୋଷଣା କରିଛନ୍ତି। ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ମହିଳା ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ଏବଂ ୫୦ ରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ପୁରୁଷ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କୁ ମାସିକ ୨୦୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ବରିଷ୍ଠ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ବରିଷ୍ଠ ହସ୍ତଶିଳ୍ପ କାରିଗରମାନଙ୍କୁ (ଉଭୟ ମହିଳା ଓ ପୁରୁଷ) ମାସିକ ୨୫୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯିବ । ସୂଚନାଯୋଗ୍ୟ ଯେ, ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ବିଭିନ୍ନ ଦକ୍ଷତା ବିକାଶ ଓ କଲ୍ୟାଣ ମୂଳକ ଯୋଜନା କାର୍ଯ୍ୟକାରୀ କରିଆସୁଛନ୍ତି ।
ରାଜ୍ୟର ସମୃଦ୍ଧ ଐତିହ୍ୟର ପ୍ରଦର୍ଶନ ଏବଂ ସଂରକ୍ଷଣ ପାଇଁ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ରାଜ୍ୟରେ ୧,୨୫,୦୦୦ ରୁ ଅଧିକ ବୁଣାକାର ତଥା ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଥିବା ବେଳେ ୧,୫୦,୦୦୦ ରୁ ଅଧିକ ହସ୍ତଶିଳ୍ପ କାରିଗର ଅଛନ୍ତି।
ତେବେ, ପରିଣତ ବୟସରେ ବୁଣାକାର ମାନଙ୍କ ସହାୟତା ପାଇଁ ରାଜ୍ୟ ସରକାରଙ୍କ “ବରିଷ୍ଠ ବୁଣାକାର ସହାୟତା ଯୋଜନା “ ଥିବା ବେଳେ ବରିଷ୍ଠ ହସ୍ତ ଶିଳ୍ପ କାରିଗରମାନଙ୍କ ପାଇଁ କୌଣସି ଯୋଜନା ନାହିଁ। ବୁଣାକାରମାନେ ୬୦ ରୁ ୮୦ ବର୍ଷ ବୟସ ମଧ୍ୟରେ ମାସିକ ୫୦୦ ଟଙ୍କାର ସହାୟତା ପାଉଥିବା ବେଳେ ୮୦ ବର୍ଷ ବଯସରୁ ଅଧିକ ବୟସରେ ମାସିକ ୭୦୦ ଟଙ୍କାର ସହାୟତା ପାଉଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ବୁଣାକାର ଓ ହସ୍ତଶିଳ୍ପ କାରିଗରମାନେ ଏ ସମ୍ପର୍କରେ ଅନୁରୋଧ କରିଥିଲେ। ଏହି ଅନୁରୋଧକୁ ବିଚାରକୁ ନେଇ ରାଜ୍ୟ ସରକାର ରାଜ୍ୟର ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କର କଲ୍ଯାଣ ନିମନ୍ତେ ଏକ ନୂତନ ଯୋଜନା “ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା“ ପ୍ରଣୟନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
ଏହି ଯୋଜନାରେ ଯୋଗ୍ୟ ବିବେଚିତ ହେବାପାଇଁ ନିମ୍ନଲିଖିତ ଯୋଗ୍ୟତା ଥିବା ଆବଶ୍ୟକ।
କ ) ହିତାଧିକାରୀଙ୍କ ନାମ ବୟନଶିଳ୍ପ ନିର୍ଦ୍ଦେଶକ ଓ ହସ୍ତଶିଳ୍ପ ନିର୍ଦ୍ଦେଶକ ଙ୍କ ଦ୍ଵାରା କରାଯାଇଥିବା ସର୍ବେକ୍ଷଣ ତାଲିକା ରେ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ଭାବରେ ପଞ୍ଜିକୃତ ହୋଇଥିବ ।
ଖ ) ତାଙ୍କର ପରିବାରର ବାର୍ଷିକ ଆୟ ୧ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହୋଇନଥିବ I
ଗ) ରାଜ୍ୟ ସରକାର କିମ୍ବା କେନ୍ଦ୍ର ସରକାରଙ୍କ ଦ୍ଵାରା କୌଣସି ଅନୁରୂପ ଯୋଜନାର ଲାଭାର୍ଥୀ ହୋଇନଥିବେ I
ଘ) ହିତାଧିକାରୀ ସରକାରୀ କର୍ମଚାରୀ, ଆୟକରଦାତା କିମ୍ବା କେନ୍ଦ୍ର ଅଥବା ରାଜ୍ୟ ସରକାରଙ୍କ ପେନସନଭୋଗୀ ହୋଇନଥିବେ I
ଙ) ଗୋଟିଏ ପରିବାରରୁ ଜଣେ ମାତ୍ର ଏହି ଯୋଜନାରେ ଲାଭ ପାଇପାରିବେ।
ଚ) ଏହି ଯୋଜନାର ସହାୟତା ରାଶି ଯୋଗ୍ୟ ବିବେଚିତ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କ ଆଧାର ସଂଯୁକ୍ତ ବ୍ଯାଙ୍କ ସଞ୍ଚୟ ଖାତାକୁ ସିଧା ସଳଖ ଡିବିଟି ଦ୍ଵାରା ପ୍ରଦାନ କରାଯିବ I
ଛ) ଏହି ଯୋଜନା ହସ୍ତତନ୍ତ , ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ଵାରା କାର୍ଯ୍ୟକାରୀ କରାଯିବ ।
ଏଥିନିମନ୍ତେ ଆବଶ୍ଯକୀୟ ମାର୍ଗଦର୍ଶିକା ବିଭାଗ ତରଫରୁ ଜାରି କରାଯିବ। ବରିଷ୍ଠ ବୁଣାକାର ସହାୟତା ଯୋଜନାରେ ସହାୟତା ପାଉଥିବା ହିତାଧିକାରୀ ମାନଙ୍କୁ ବର୍ଦ୍ଧିତ ହାରରେ ସହାୟତା ରାଶି ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରଦାନ କରାଯିବ।
ପରବର୍ତ୍ତୀ ସମୟରେ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ମଧ୍ୟରୁ ଉପଯୁକ୍ତ ହିତାଧିକାରୀ ଚୟନ କରାଯାଇ ସହାୟତା ରାଶି ଯଥାଶୀଘ୍ର ପ୍ରଦାନ କରାଯିବ।
President Droupadi Murmu to Visit Mayurbhanj on 29th February
Next Articleସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉତ୍କର୍ଷତା ପାଇଁ ମହାତ୍ମାଗାନ୍ଧୀ କର୍କଟ ଚିକିତ୍ସାଳୟ ଓ ଗବେଷଣା ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ପୁରସ୍କାର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
