ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉତ୍କର୍ଷତା ପାଇଁ ମହାତ୍ମାଗାନ୍ଧୀ କର୍କଟ ଚିକିତ୍ସାଳୟ ଓ ଗବେଷଣା ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ପୁରସ୍କାର
ବ୍ରହ୍ମପୁର – ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉତ୍କର୍ଷତା ପାଇଁ ମହାତ୍ମାଗାନ୍ଧୀ କର୍କଟ ଚିକିତ୍ସାଳୟ ଓ ଗବେଷଣା ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ପୁରସ୍କାର ମିଳିଛି । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବିଶେଷ କରି କର୍କଟ ହସପିଟାଲ ବର୍ଗରେ ପ୍ରତିଷ୍ଠାନର ପରିଚାଳନା ନିର୍ଦ୍ଦେଶକ ଡାକ୍ତର ମୁରଲୀକ୍ରିଷ୍ଣା ଭୋନ୍ନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଭୁବନେଶ୍ବରରେ ଲୋକସଭା ଭବନ ପରିସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମହାତ୍ମାଗାନ୍ଧୀ କର୍କଟ ଚିକିତ୍ସାଳୟ ଓ ଗବେଷଣା ପ୍ରତିଷ୍ଠାନ ବିଶାଖାପାଟଣା କୁ ଏହି ସମ୍ମାନ ପ୍ରଦାନ କରାଯାଇଛି [...]
ବ୍ରହ୍ମପୁର – ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉତ୍କର୍ଷତା ପାଇଁ ମହାତ୍ମାଗାନ୍ଧୀ କର୍କଟ ଚିକିତ୍ସାଳୟ ଓ ଗବେଷଣା ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ପୁରସ୍କାର ମିଳିଛି । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବିଶେଷ କରି କର୍କଟ ହସପିଟାଲ ବର୍ଗରେ ପ୍ରତିଷ୍ଠାନର ପରିଚାଳନା ନିର୍ଦ୍ଦେଶକ ଡାକ୍ତର ମୁରଲୀକ୍ରିଷ୍ଣା ଭୋନ୍ନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଭୁବନେଶ୍ବରରେ ଲୋକସଭା ଭବନ ପରିସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମହାତ୍ମାଗାନ୍ଧୀ କର୍କଟ ଚିକିତ୍ସାଳୟ ଓ ଗବେଷଣା ପ୍ରତିଷ୍ଠାନ ବିଶାଖାପାଟଣା କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାତ୍ମାଗାନ୍ଧୀ କର୍କଟ ଚିକିତ୍ସାଳୟ ଓ ଗବେଷଣା ପ୍ରତିଷ୍ଠାନକୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉତ୍କର୍ଷତା ପାଇଁ କର୍କଟ ହସ୍ପିଟାଲ ବର୍ଗରେ ଏହି ପୁରସ୍କାର ପ୍ରଦାନ କରିବା ପରେ ପ୍ରତିଷ୍ଠାନ ଉତ୍ସାହିତ ହୋଇପଡିଛି । ଏହାକୁ ନେଇ ଆଗାମୀ ଦିନରେ ଆହୁରି ଅଧିକ ସେବା ଯୋଗାଇ ଦିଆଯିବାକୁ ପ୍ରତିଷ୍ଠାନର ସମସ୍ତ କର୍ମକର୍ତ୍ତା ସଙ୍କଳ୍ପବଦ୍ଧ ବୋଲି କହିଛନ୍ତି ।

ମୁଖ୍ୟତଃ ରାଜ୍ୟ ସରକାରଙ୍କ ବିଏସକେୱାଇ ଯୋଜନା ଅଧୀନରେ କ୍ୟାନସର ହସ୍ପିଟାଲ ବର୍ଗରେ ଶ୍ରେଷ୍ଠ କର୍କଟ ଡାକ୍ତରଖାନା ଭାବରେ ସ୍ୱୀକୃତି ଦେଇଥିବା ଏହି ପୁରସ୍କାର କର୍କଟ ରୋଗୀଙ୍କ ପାଇଁ ଉତ୍କୃଷ୍ଟ ସେବା ପ୍ରଦାନ କରିବା ପାଇଁ ପ୍ରତିବଦ୍ଧତାକୁ ହୋଇ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିଆସୁଛନ୍ତି। ଏହି ସଫଳତା ଏବଂ ସ୍ୱାସ୍ଥ୍ୟସେବାରେ ଉତ୍କର୍ଷତା ପ୍ରତି ଅତୁଟ ସମର୍ପଣକୁ ପାଳନ କରିବାରେ ସମସ୍ତଙ୍କ ସହଯୋଗ କାମନା କରାଯାଇଛି ।
ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରତିଷ୍ଠାନର ସିଇଓ ମାନିମାଥୁ, ରିଜିଓନାଲ ମ୍ୟାନେଜର ଏ.ପ୍ରତାପ କୁମାର ,ଡାକ୍ତର କେ.ସି.ପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ।
ବରିଷ୍ଠ ବୁଣାକାର, ବୁଣା ସହାୟକ, ହସ୍ତଶିଳ୍ପ କାରିଗରଙ୍କ ପାଇଁ ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’ ଘୋଷଣା
Next Articleକଳାକାରମାନଙ୍କ ସହାୟତା ରାଶିରେ ବୃଦ୍ଧି କଲେ ରାଜ୍ୟ ସରକାର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
