ପବିତ୍ର ଶ୍ରୀପଞ୍ଚମୀରେ ପୁରୀରେ ପାରମ୍ପରିକ ରଥକାଠ ଅନୁକୂଳ ପୂଜା ଅନୁଷ୍ଠିତ
ପୁରୀ – ପବିତ୍ର ଶ୍ରୀପଞ୍ଚମୀରେ ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ପୂଜା କରାଯାଇଛି । ଶ୍ରୀମନ୍ଦିର କାର୍ଯ୍ୟାଳୟ ଆଗରେ ବଡ଼ଦାଣ୍ଡ ରଥଖଳାରେ ରଥକାଠ ଅନୁକୂଳ ପୂଜା କରାଯାଇଥିଲା । ତିନିଟି ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରାଯାଇଛି। ବ୍ରାହ୍ମଣମାନେ ମା’ ସରସ୍ବତୀଙ୍କୁ ପୂଜାର୍ଚ୍ଚନା କରି ରଥକାଠ ଅନୁକୂଳ କରିଛନ୍ତି। ରଥଯାତ୍ରା ପାଇଁ ତିନି ରଥ ନିର୍ମାଣ କରିବା ନିମନ୍ତେ ୪୨୬ଟି ଧଉରା, ୩୬୪ଟି ଅସନ, ୭୨ଟି ଫାଶି ଓ ୩ଟି ଶିମିଳି କାଠକୁ ମିଶାଇ [...]
ପୁରୀ – ପବିତ୍ର ଶ୍ରୀପଞ୍ଚମୀରେ ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ପୂଜା କରାଯାଇଛି । ଶ୍ରୀମନ୍ଦିର କାର୍ଯ୍ୟାଳୟ ଆଗରେ ବଡ଼ଦାଣ୍ଡ ରଥଖଳାରେ ରଥକାଠ ଅନୁକୂଳ ପୂଜା କରାଯାଇଥିଲା । ତିନିଟି ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରାଯାଇଛି। ବ୍ରାହ୍ମଣମାନେ ମା’ ସରସ୍ବତୀଙ୍କୁ ପୂଜାର୍ଚ୍ଚନା କରି ରଥକାଠ ଅନୁକୂଳ କରିଛନ୍ତି।
ରଥଯାତ୍ରା ପାଇଁ ତିନି ରଥ ନିର୍ମାଣ କରିବା ନିମନ୍ତେ ୪୨୬ଟି ଧଉରା, ୩୬୪ଟି ଅସନ, ୭୨ଟି ଫାଶି ଓ ୩ଟି ଶିମିଳି କାଠକୁ ମିଶାଇ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ପଡେ। ଗତବର୍ଷର ୫୩ ଖଣ୍ଡ କାଠ ବଳକା ରହିଛି । ଏଣୁ ଏ ବର୍ଷ ରଥଯାତ୍ରା ପାଇଁ ୮୧୨ଟି ରଥ କାଠ ଆସିବ। ଆବଶ୍ୟକ ସବୁ କାଠ ଆସିବା ପରେ ପରମ୍ପରା ଅନୁସାରେ ରାମନବମୀରେ ରଥକାଠ ଚିରଟ କାମ ଆରମ୍ଭ ହେବ । ଅକ୍ଷୟ ତୃତୀୟାରେ ବଡ଼ଦାଣ୍ଡ ରଥଖଳାରେ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ ।
ରୋହିତ ଶର୍ମାଙ୍କ ନେତୃତ୍ୱରେ ଟି-୨୦ ବିଶ୍ୱକପ ଖେଳିବ ଭାରତ, ସ୍ପଷ୍ଟ କଲେ ଜୟ ଶାହ
Next Articleଗୀତା ଉପଦେଶ- ଭଗବାନଙ୍କ ଅନୁକମ୍ପା ଦୁଇ ପ୍ରକାରର ପ୍ରଥମଟି ଦିବ୍ୟ ଅନୁକମ୍ପା ଅନ୍ୟଟି ଭୌତିକ ଅନୁକମ୍ପା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
