ଇଲେକ୍ଟୋରାଲ ବଣ୍ଡ୍ ମାମଲାରେ ଆଜି ଆସିବ ସୁପ୍ରିମକୋର୍ଟ ରାୟ
ନୂଆଦିଲ୍ଲୀ: ଇଲେକ୍ଟୋରାଲ ବଣ୍ଡ୍ ସ୍କିମର ଆଇନଗତ ବୈଧତା ନେଇ ସୁପ୍ରିମକୋର୍ଟ ଆଜି ରାୟ ପ୍ରକାଶ କରିବେ। ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ପାଞ୍ଚ ଜଣିଆ ଖଣ୍ଡପୀଠ ଗତବର୍ଷ ନଭେମ୍ବରରେ ଏହି ମାମଲାରେ ରାୟ ସଂରକ୍ଷିତ ରଖିଥିଲେ । ସରକାର ୨ ଜାନୁୟାରୀ ୨୦୧୮ରେ ଇଲେକ୍ଟୋରାଲ ବଣ୍ଡ୍ ସ୍କିମର ପ୍ରଚଳନ ଆରମ୍ଭ କରିଥିଲେ। ରାଜନୈତିକ ଦଳମାନଙ୍କୁ ଅର୍ଥ ବା ଚାନ୍ଦା ଦେବା ପାଇଁ କୌଣସି ବ୍ୟକ୍ତିବିଶେଷ ଏବଂ କମ୍ପାନୀ ଇଲେକ୍ଟୋରାଲ୍ ବଣ୍ଡ୍ କିଣିପାରିବେ | ଇଲେକ୍ଟୋରାଲ୍ ବଣ୍ଡ [...]
ନୂଆଦିଲ୍ଲୀ: ଇଲେକ୍ଟୋରାଲ ବଣ୍ଡ୍ ସ୍କିମର ଆଇନଗତ ବୈଧତା ନେଇ ସୁପ୍ରିମକୋର୍ଟ ଆଜି ରାୟ ପ୍ରକାଶ କରିବେ। ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ପାଞ୍ଚ ଜଣିଆ ଖଣ୍ଡପୀଠ ଗତବର୍ଷ ନଭେମ୍ବରରେ ଏହି ମାମଲାରେ ରାୟ ସଂରକ୍ଷିତ ରଖିଥିଲେ । ସରକାର ୨ ଜାନୁୟାରୀ ୨୦୧୮ରେ ଇଲେକ୍ଟୋରାଲ ବଣ୍ଡ୍ ସ୍କିମର ପ୍ରଚଳନ ଆରମ୍ଭ କରିଥିଲେ।
ରାଜନୈତିକ ଦଳମାନଙ୍କୁ ଅର୍ଥ ବା ଚାନ୍ଦା ଦେବା ପାଇଁ କୌଣସି ବ୍ୟକ୍ତିବିଶେଷ ଏବଂ କମ୍ପାନୀ ଇଲେକ୍ଟୋରାଲ୍ ବଣ୍ଡ୍ କିଣିପାରିବେ | ଇଲେକ୍ଟୋରାଲ୍ ବଣ୍ଡ ମାଧ୍ୟମରେ ରାଜନୈତିକ ଦଳମାନଙ୍କୁ ମିଳୁଥିବା ଅର୍ଥର ଉତ୍ସ ତଥା ଦାତାଙ୍କ ପରିଚୟ ଗୋପନ ରଖାଯଏ । ଏହାକୁ ବହୁ ବୁଦ୍ଧିଜୀବୀ ସମାଲୋଚନା କରିଥିଲେ । ରାଜନୈତିକ ଦଳମାନେ ଏହି ବ୍ୟବସ୍ଥା ଦ୍ବାରା କ୍ଷମତାର ଅପବ୍ୟବହାର କରିବେ ଏବଂ ଏହା ଦୁର୍ନୀତିକୁ ପ୍ରୋତ୍ସାହିତ କରିବ ବୋଲି ସେମାନେ କହିଥିଲେ । ଏହାଛଡ଼ା ଇଲେକ୍ଟୋରାଲ୍ ବଣ୍ଡଗୁଡିକ ମନି ଲଣ୍ଡରିଂ ପାଇଁ ବ୍ୟବହାର ହେବା ସମ୍ଭାବନା ରହିଛି| ସମାଲୋଚକମାନେ ଯୁକ୍ତି କରନ୍ତି ଯେ ଇଲେକ୍ଟୋରାଲ୍ ବଣ୍ଡ୍ ରାଜନୈତିକ ପାଣ୍ଠିର ସ୍ୱଚ୍ଛତା ହ୍ରାସ କରିବ ଏବଂ ଧନୀ ଦାତାମାନଙ୍କୁ ଅନୁଚିତ ଲାଭରେ ରଖିବ ।
Boudh RTO Under Vigilance Scanner; Raids Continue At Ten Places
Next Articleଆଜି ୨୧ଟି ବସଷ୍ଟାଣ୍ଡର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
