କାଲିଠାରୁ ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ୱର – କାଲିଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଆସନ୍ତାକାଲି ପ୍ରଥମେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ୧୭ରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ମୋଟ ୩ ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେବେ। ମାର୍ଚ୍ଚ ୨୦ ତାରିଖ ଯାଏଁ ପରୀକ୍ଷା ଚାଲିବ । ସକାଳ ୧୦ଟାରୁ ଆରମ୍ଭ ହେବ ପରୀକ୍ଷା। ପରୀକ୍ଷା ପାଇଁ ଅଧଘଣ୍ଟା ଆଗରୁ [...]
ଭୁବନେଶ୍ୱର – କାଲିଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଆସନ୍ତାକାଲି ପ୍ରଥମେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ୧୭ରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ମୋଟ ୩ ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେବେ। ମାର୍ଚ୍ଚ ୨୦ ତାରିଖ ଯାଏଁ ପରୀକ୍ଷା ଚାଲିବ । ସକାଳ ୧୦ଟାରୁ ଆରମ୍ଭ ହେବ ପରୀକ୍ଷା।
ପରୀକ୍ଷା ପାଇଁ ଅଧଘଣ୍ଟା ଆଗରୁ ଛାତ୍ରଛାତ୍ରୀମାନେ କେନ୍ଦ୍ରରେ ପହଞ୍ଚିବେ। ୧୫ ମିନିଟ୍ ପୂର୍ବରୁ ହଲ୍ ପ୍ରବେଶ ସହ ୧୦ ମିନିଟ୍ ପୂର୍ବରୁ ଖାତା ପାଇବେ। ୫ ମିନିଟ୍ ପୂର୍ବରୁ ମିଳିବ ପ୍ରଶ୍ନପତ୍ର। ପ୍ରଶ୍ନ ପତ୍ରରେ ପୃଷ୍ଠା ସଂଖ୍ଯା କିମ୍ବା ଛପାଜନିତ ତ୍ରୁଟି ଥିଲେ ତୁରନ୍ତ ଜଣାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରାମର୍ଶ ଦେଇଛି ।
ଉତ୍ତର ଖାତାର ରୋଲ୍ ନମ୍ବର, ରେଜିଷ୍ଟ୍ରେସନ୍ ନମ୍ବର ଠିକ୍ ଭାବରେ ଠିକ୍ ଜାଗାରେ ଲେଖିବାକୁ ପଡ଼ିବ । ପ୍ରଶ୍ନ ପତ୍ରର ସେଟ୍ କୋଡକୁ ନିର୍ଭୁଲ ଭାବରେ ଲେଖିବା ସହ ଉପସ୍ଥାନ ଖାତାରେ ନିଜର ରୋଲ୍ ନମ୍ବର ଦେଖି ଉପସ୍ଥାନ ଦେବେ । ପରୀକ୍ଷା ହଲକୁ କଳା ବଲ୍ ପେନ୍ ଏବଂ ଆଡମିଟ୍ କାର୍ଡ ବ୍ଯତୀତ ଅନ୍ଯ ସାମଗ୍ରୀ ନେବା ନିଷେଧ କରାଯାଇଛି।
ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବାକୁ ବିଭିନ୍ନ ପଦକ୍ଷେପ ନେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା କରାଯିବା ସହ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭିର ଲଗାଯାଇଛି । କପି ହେଉଥିବା କେନ୍ଦ୍ର ଗୁଡ଼ିକ ଉପରେ କଡା ନଜର ରଖାଯିବ।
ଚଳିତ ବର୍ଷ ୧ ହଜାର ୧୫୮ଟି ପରୀକ୍ଷା କେନ୍ଦ୍ର କରାଯାଇଥିବା ବେଳେ ୭ଟି ଉପକେନ୍ଦ୍ର କରାଯାଇଛି । ଯୁକ୍ତ ଦୁଇ କଲେଜର ଅଧ୍ୟକ୍ଷମାନେ ପରୀକ୍ଷା କେନ୍ଦ୍ରଗୁଡିକର ସୁପରଭାଇଜର ଦାୟିତ୍ବରେ ରହିବେ।
ବୌଦ୍ଧ ଆରଟିଓଙ୍କ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ
Next Articleତୃଣମୂଳ କଂଗ୍ରେସ ସାଂସଦ ମିମି ଚକ୍ରବର୍ତ୍ତୀଙ୍କ ଇସ୍ତଫା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
