୧୦୮ ଆମ୍ବୁଲାନ୍ସ ଡ୍ରାଇଭର, ଟେକନିସିଆନ, ହେଲପରଙ୍କୁ ମିଳିବ ସ୍ୱତନ୍ତ୍ର ଭତ୍ତା
ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଏଣିକି ୧୦୮ ଆମ୍ବୁଲାନ୍ସ ସେବାରେ ନିୟୋଜିତ ଡ୍ରାଇଭର ଓ ଅନ୍ୟ କର୍ମଚାରୀଙ୍କୁ ସ୍ୱତନ୍ତ୍ର ମାସିକ ଭତ୍ତା ମିଳିବ । ଡ୍ରାଇଭରମାନଙ୍କୁ ମାସିକ ୫ହଜାର ଟଙ୍କା ସ୍ୱତନ୍ତ୍ର ଭତ୍ତା ଦିଆଯିବ । ମେଡିକାଲ ଟେକନସିଆନ ଓ ହେଲପରଙ୍କୁ ୩ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ସେମାନଙ୍କୁ ନିଜର ମୂଳ ଦରମା ସହ ଏହି ବର୍ଦ୍ଧିତ ଭତ୍ତା ଚଳିତ ମାସରୁ ମିଳିବ । ରାଜ୍ୟ ପାଣ୍ଠିରୁ ଆମ୍ବୁଲାନସ ଡ୍ରାଇଭର [...]
ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଏଣିକି ୧୦୮ ଆମ୍ବୁଲାନ୍ସ ସେବାରେ ନିୟୋଜିତ ଡ୍ରାଇଭର ଓ ଅନ୍ୟ କର୍ମଚାରୀଙ୍କୁ ସ୍ୱତନ୍ତ୍ର ମାସିକ ଭତ୍ତା ମିଳିବ । ଡ୍ରାଇଭରମାନଙ୍କୁ ମାସିକ ୫ହଜାର ଟଙ୍କା ସ୍ୱତନ୍ତ୍ର ଭତ୍ତା ଦିଆଯିବ । ମେଡିକାଲ ଟେକନସିଆନ ଓ ହେଲପରଙ୍କୁ ୩ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ସେମାନଙ୍କୁ ନିଜର ମୂଳ ଦରମା ସହ ଏହି ବର୍ଦ୍ଧିତ ଭତ୍ତା ଚଳିତ ମାସରୁ ମିଳିବ । ରାଜ୍ୟ ପାଣ୍ଠିରୁ ଆମ୍ବୁଲାନସ ଡ୍ରାଇଭର ଓ ଅନ୍ୟ କର୍ମଚାରୀଙ୍କୁ ସ୍ୱତନ୍ତ୍ର ଭତ୍ତା ଦିଆଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ମଞ୍ଜୁରୀ ଦେଇଛନ୍ତି।
୧୦୮ ଆମ୍ବୁଲାନ୍ସ ଡ୍ରାଇଭର ଓ ହେଲପରମାନେ ୨୪ ଘଣ୍ଟିଆ କାର୍ଯ୍ୟ କରୁଛନ୍ତି । ମହାମାରୀ ଓ ପ୍ରତିକୂଳ ପରିସ୍ଥିତିରେ ବି ସେମାନେ କଠିନ ପରିଶ୍ରମ କରୁଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସେମାନଙ୍କୁ ସ୍ୱତନ୍ତ୍ର ଭତ୍ତା ପ୍ରଦାନ ପାଇଁ ନିଷ୍ପତ୍ତି ନେଇଛନ୍ତି ।
Odisha: 2 Special Operations Group personnel injured in landmine blast
Next ArticleCM Naveen Inaugurates ‘Bagchi Sri Shankara Cancer Centre And Research Institute’ in Bhubaneswar
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
