ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ଆଜି ଆଉ ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ

ଭୁବନେଶ୍ୱର – ଆଜିଠୁ ଆଉ ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିବେ। ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ‘ଲକ୍ଷ୍ମୀ’ ବସ୍ ଯୋଜନା ଗତବର୍ଷଠାରୁ କାର୍ଯ୍ୟକାରୀ କରିଥିଲେ ରାଜ୍ୟ ସରକାର। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପର୍ଯ୍ୟାୟ କ୍ରମେ ବିଭିନ୍ନ ଜିଲ୍ଲାରେ ଏହି ବସ୍ ସେବା ଆରମ୍ଭ [...]

Admin•ଫେବୃଆରୀ 16, 2024
Share Article:

ଭୁବନେଶ୍ୱର – ଆଜିଠୁ ଆଉ ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିବେ। ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ‘ଲକ୍ଷ୍ମୀ’ ବସ୍ ଯୋଜନା ଗତବର୍ଷଠାରୁ କାର୍ଯ୍ୟକାରୀ କରିଥିଲେ ରାଜ୍ୟ ସରକାର।

ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପର୍ଯ୍ୟାୟ କ୍ରମେ ବିଭିନ୍ନ ଜିଲ୍ଲାରେ ଏହି ବସ୍ ସେବା ଆରମ୍ଭ ହୋଇଛି । ଚଳିତମାସ ୨୧ ତାରିଖ ସୁଦ୍ଧା ସବୁ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନା କାର୍ଯ୍ୟକାରୀ ହେବ ।

#Odia#Odisha#News
Share Article:

Related Articles