ପାରାଦୀପରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନା ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର -ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯାଇ ପାରାଦୀପର ଢିଙ୍କିଆଠାରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ହେଉଛି ଜେଏସଡବ୍ଲୁ ଉତ୍କଳ ଷ୍ଟିଲ୍ ଲିମିଟେଡର ୬୫ ହଜାର କୋଟି ଟଙ୍କା ପୁଞ୍ଜି ନିବେଶରେ ୧୩.୨ ଏମଟିପିଏ ଇଣ୍ଟିଗ୍ରେଟେଡ ଷ୍ଟିଲ କାରଖାନା। ଏହା ମାଧ୍ୟମରେ ପ୍ରାୟ ୩୦,୦୦୦ ଯୁବକଙ୍କୁ କର୍ମନିଯୁକ୍ତି ମିଳିବ। ଏଥି ସହିତ ରିନ୍ୟୁ ଇ-ଫୁଏଲ୍ସ ପ୍ରାଇଭେଟ ଲିମିଟେଡର ୨୨ ହଜାର କୋଟି ଟଙ୍କା ପୁଞ୍ଜି [...]
ଭୁବନେଶ୍ବର -ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯାଇ ପାରାଦୀପର ଢିଙ୍କିଆଠାରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ହେଉଛି ଜେଏସଡବ୍ଲୁ ଉତ୍କଳ ଷ୍ଟିଲ୍ ଲିମିଟେଡର ୬୫ ହଜାର କୋଟି ଟଙ୍କା ପୁଞ୍ଜି ନିବେଶରେ ୧୩.୨ ଏମଟିପିଏ ଇଣ୍ଟିଗ୍ରେଟେଡ ଷ୍ଟିଲ କାରଖାନା। ଏହା ମାଧ୍ୟମରେ ପ୍ରାୟ ୩୦,୦୦୦ ଯୁବକଙ୍କୁ କର୍ମନିଯୁକ୍ତି ମିଳିବ। ଏଥି ସହିତ ରିନ୍ୟୁ ଇ-ଫୁଏଲ୍ସ ପ୍ରାଇଭେଟ ଲିମିଟେଡର ୨୨ ହଜାର କୋଟି ଟଙ୍କା ପୁଞ୍ଜି ନିବେଶରେ ୧.୨୦ ଏମପିଟିଏ ଗ୍ରୀନ ଆମୋନିଆ କାରଖାନା, ସଇଲକ୍ସ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡର ୫୦୦ କୋଟି ଟଙ୍କା ପୁଞ୍ଜି ନିବେଶରେ ୨୫ ହଜାର ଏମପିଟିଏ ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହି ପ୍ରକଳ୍ପ ମାଧ୍ୟମରେ ପ୍ରାୟ ୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପାରାଦୀପ ଆସିଲେ ତାଙ୍କର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନକୁ ଆସେ । ୬୦ ମସିହାର ପ୍ରାରମ୍ଭରେ ବିଜୁ ବାବୁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନେଇ ପାରାଦୀପ ବନ୍ଦର ସ୍ଥାପନ କରିଥିଲେ। ଓଡିଶା ବିକାଶରେ ଏହା ମାଇଲଷ୍ଟୋନ ଥିଲା। ଆଜି ପାରାଦୀପ ସାରା ପୂର୍ବ ଭାରତରେ ଏକ ପ୍ରମୁଖ ପୁଞ୍ଜି ନିବେଶ ସ୍ଥଳୀ ହୋଇ ପାରିଛି। ଏକ ବନ୍ଦର ନଗରୀ ଭାବେ ପାରାଦୀପର ସୁନାମ ମଧ୍ୟ ବୃଦ୍ଧି ପାଇଛି। ଖୁସିର କଥା ଆଜି ଏଠାରେ ଜେଏସଡବ୍ଲୁ ର ମେଗା ଇସ୍ପାତ କାରଖାନା ପାଇଁ ଭିତ୍ତି ଦିଆଗଲା। ଏଥି ସହିତ ଗ୍ରୀନ ଆମୋନିଆ କାରଖାନା ଓ ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ଭିତ୍ତି ଦିଆଗଲା। ଏ ସବୁ ଶିଳ୍ପାନୁଷ୍ଠାନ ଓଡିଶା ପାଇଁ ପ୍ରାୟ ୯୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆଣିଛି। ତା ସହିତ ଏ ସବୁ ପ୍ରକଳ୍ପ ମାଧ୍ୟମରେ ୩୫ ହଜାର ନିଯୁକ୍ତି ସୃଷ୍ଟି ହେବ। ମୁଖ୍ୟମନ୍ତ୍ରୀ ଏ ସବୁ ପୁଞ୍ଜି ନିବେଶ କରୁଥିବା ଶିଳ୍ପପତିମାନଙ୍କୁ ଏଥି ପାଇଁ ଧନ୍ୟବାଦ ଦେଇଥିଲେ।
ଓଡିଶାରେ ଶିଳ୍ପ ଅଭିବୃଦ୍ଧି ପାଇଁ ଜିନ୍ଦଲ ଗ୍ରୁପର ସହଯୋଗ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧନ୍ୟବାଦ ଦେଇ କହିଥିଲେ ଯେ ଓଡିଶାକୁ ଦେଶର ଏକ ପ୍ରମୁଖ ଶିଳ୍ପାଞ୍ଚଳରେ ପରିଣତ କରିବା ପାଇଁ ଓଡ଼ିଶାର ଯାତ୍ରାରେ ଜିନ୍ଦଲ ଗ୍ରୁପର ମହତ୍ତ୍ୱପୂର୍ଣ୍ଣ ସହଭାଗିତା ରହିଛି। ଏଥି ସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ଆଜି ଓଡିଶାର ପରିଚୟ ହୋଇଛି। ଶିଳ୍ପ, ଭିତ୍ତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ ସବୁ କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। ୫-ଟି ଉପକ୍ରମରେ ଓଡିଶାର ବିକାଶ ଧାରା ଆହୁରି ଉଜ୍ଜ୍ୱଳ ହୋଇଛି। ସାଧାରଣ ଲୋକ, ଚାଷୀ, ମା’ ଓ ଯୁବକମାନେ ଆମ ବିକାଶର ପାର୍ଟନର ହୋଇଛନ୍ତି। ନୂଆ ଓଡିଶା ଗଠନ ପାଇଁ ଆମ କାର୍ଯ୍ୟକ୍ରମକୁ ଆଗକୁ ନେଉଛନ୍ତି। ପାରାଦୀପର ଶିଳ୍ପ ବିକାଶ ପାଇଁ ପାରାଦୀପ ଓ ଜଗତସିଂହପୁର ଜିଲ୍ଲାର ଲୋକମାନଙ୍କ ସହଯୋଗ ପାଇଁ ସେମାନଙ୍କୁ ଧନ୍ୟବାଦ ଦେଇ ଏହି ଶିଳ୍ପାନୁଷ୍ଠାନ ଦ୍ୱାରା ଅଞ୍ଚଳର ସବୁ ପରିବାର ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
କାର୍ଯ୍ୟକ୍ରମରେ ବାଲିକୁଦା-ଏରସମା ବିଧାୟକ ଶ୍ରୀ ରଘୁନନ୍ଦନ ଦାସ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଏବଂ ସାଂସଦ ଡ. ରାଜଶ୍ରୀ ମଲ୍ଲିକ ଯୋଗ ଦେଇ ଏହି ସବୁ ପ୍ରକଳ୍ପ ସମଗ୍ର ଜଗତସିଂହପୁର ଜିଲ୍ଲାର ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହୋଇ ଜିଲ୍ଲାକୁ ସମୃଦ୍ଧ କରିବ ଏବଂ ରାଜ୍ୟ ଯୁବଗୋଷ୍ଠୀ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ଆଣିବ ବୋଲି କହିବା ସହିତ ପାରାଦୀପ ତଥା ସମଗ୍ର ଓଡିଶାର ରୂପାନ୍ତର ପାଇଁ ସାରା ଭାରତ ବର୍ଷର ବିକାଶ ପୁରୁଷ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସବୁଦିନ ମନେ ରଖିବ ସମଗ୍ର ଦେଶ ବୋଲି ସେମାନେ କହିଥିଲେ।
ଅନ୍ୟତମ ଅତିଥି ଭାବେ ଜେଏସଡବ୍ଲୁ ର ମୁଖ୍ୟ ସଜ୍ଜନ ଜିନ୍ଦଲ ତାଙ୍କ ଉଦ୍ବୋଧନରେ କହିଥିଲେ ଯେ ବହୁ ବର୍ଷ ପୂର୍ବେ ରାଷ୍ଟ୍ର ନାୟକ ବିଜୁ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଯୋଜନା କରିଥିଲେ। ପ୍ରକୃତରେ ଏହା ଥିଲା ବିଜୁବାବୁଙ୍କ ସ୍ୱପ୍ନ। ଆଜି ତାଙ୍କ ସୁପୁତ୍ରଙ୍କ ଦ୍ୱାରା ଏହି ସ୍ୱପ୍ନ ସାକାର ହୋଇଥିବା ଦେଖି ସେ ଖୁସି ଅନୁଭବ କରୁଥିବେ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶାରେ ଆଜି ପ୍ରକୃତ ବିକାଶ ଘଟିଛି ଏବଂ ଓଡିଶାରେ ଶିଳ୍ପାୟନ ପ୍ରକ୍ରିୟା ଦ୍ରୁତ ହୋଇଛି ବୋଲି କହି ଜେଏସଡବ୍ଲୁ ପାଇଁ ଓଡିଶା ହେଉଛି ପ୍ରମୁଖ ନିବେଶ ସ୍ଥଳୀ। ଓଡିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଆମେ ସବୁଦିନ ସହଯୋଗ କରିବୁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କୁ ଏହି ଅବସରରେ ଜିନ୍ଦଲ ପରିବାର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।
କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ। ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।
CM Naveen Patnaik Lays Foundation Stone of JSW’s Integrated Steel Plant At Paradip
Next Articleମଣିପୁରର ଚୁରାଚାନ୍ଦପୁର ଜିଲ୍ଲାରେ ହିଂସା, ପାଞ୍ଚ ଦିନ ଇଣ୍ଟରନେଟ ବନ୍ଦ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
