ଆଉ ୬ଟି ଜିଲ୍ଲାରେ ଆଜିଠୁ ଗଡିଲା ଲକ୍ଷ୍ମୀ ବସ୍ , ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମୋ [...]
ଭୁବନେଶ୍ୱର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । ୫-ଟି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲା ଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଆଜିର ଶୁଭାରମ୍ଭ ପରେ ୬ଟି ଜିଲ୍ଲାର ୧ ହଜାର ୩୬୩ଟି ପଞ୍ଚାୟତରେ ୧୯୮ଟି ଲକ୍ଷ୍ମୀ ବସ୍ ଚଳାଚଳ କରିଛି । ଏହା ଦ୍ୱାରା ୭୫ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ ୨୨ଟି ବସ୍ ଦ୍ୱାରା ୧୫.୫୦ଲକ୍ଷ ଲୋକ ଉପକୃତ ହେବେ । ପୁରୀର ୪୩୩ଟି ପଞ୍ଚାୟତରେ ୪୪ଟି ବସ୍ ଚାଲିଲା ଏବଂ ଏହାଦ୍ଵାରା ୧୪ ଲକ୍ଷ ୬୦ ହଜାର ଲୋକ ଉପକୃତ ହେବେ । କେନ୍ଦ୍ରାପଡାର ୧୯୬ଟି ପଞ୍ଚାୟତରେ ୩୭ଟି ବସ୍ ଦ୍ୱାରା ୧୧ ଲକ୍ଷ ୩୭ ହଜାର ଲୋକ ଉପକୃତ ହେବେ। ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍ ଚାଲିଲା ଏବଂ ଏଥିରେ ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେବେ । ଯାଜପୁରର ୨୩୩ଟି ପଞ୍ଚାୟତରେ ୩୯ଟି ବସ୍ ଦ୍ୱାରା ୧୩ ଲକ୍ଷ ୭୦ ହଜାର ଲୋକ ଉପକୃତ ହେବେ ନୟାଗଡର ୧୮୯ଟି ପଞ୍ଚାୟତରେ ୩୧ଟି ବସ୍ ଚାଲିଲା ଏବଂ ଏହାଦ୍ୱାରା ୯ ଲକ୍ଷ ୩୪ ହଜାର ଲୋକ ଉପକୃତ ହେବେ। ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ୫-ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।
ନିଜର ଉଦ୍ବୋଧନରେ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଲକ୍ଷ୍ମୀ ବସ୍ ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ । ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ ।
ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ। ଗାଁର ରୂପାନ୍ତର ପାଇଁ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।
ଲକ୍ଷ୍ମୀ ବସ୍ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।
କାର୍ଯ୍ୟକ୍ରମରେ ଯାଜପୁରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଟୁକୁନି ସାହୁ, କେନ୍ଦ୍ରାପଡାରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଖୋର୍ଦ୍ଧାରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଶ୍ରୀମୟୀ ଶ୍ୱେତସ୍ନିଗ୍ଧା ମିଶ୍ର, ବିଧାୟକ ରାଜେନ୍ଦ୍ର କୁମାର ସାହୁ, ପୁରୀରୁ ବିଧାୟକ ରୁଦ୍ର ପ୍ରତାପ ମହାରଥୀ, ପୂର୍ବତନ ବିଧାୟକ ଶ୍ରୀ ସଞ୍ଜୟ କୁମାର ଦାସବର୍ମା, କେନ୍ଦ୍ରାପଡାରୁ ବିଧାୟକ ଧ୍ରୁବ ଚରଣ ସାହୁ, ଭଦ୍ରକରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଡ. ସଞ୍ଜୟ ଦାସ, ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ନୟାଗଡରୁ ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ବିଧାୟକ ଡ. ଅରୁଣ କୁମାର ସାହୁ କହିଥିଲେ ଯେ, ଲକ୍ଷ୍ମୀ ବସ୍ ଯୋଜନା, ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି। ଏହା ମାଧ୍ୟମରେ ଗରୀବ ପରିବାର ଆର୍ଥିକ ଖର୍ଚ୍ଚାନ୍ତରୁ ମୁକ୍ତ ହୋଇ ସଂଚୟ କରିପାରିବେ। ଲକ୍ଷ୍ମୀ ଯୋଜନା ପଞ୍ଚାୟତର ବିକାଶକୁ ଗତିଶୀଳ କରିବ। ଗ୍ରାମାଞ୍ଚଳ ଜନଜୀବନରେ ଉନ୍ନତି ଆଣିବ। ଏକ ଉତ୍ତରଦାୟୀ ସରକାର ଭାବରେ ଓଡିଶା ସରକାରଙ୍କ ରାଜ୍ୟବାସୀଙ୍କ ପାଖରେ ସୁନାମ ରହିଛି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ଆଜି ରାଜ୍ୟରେ ମା’ମାନେ ସବୁ କ୍ଷେତ୍ରରେ ଆଗକୁ ବଢି ଗତିଶୀଳ ହୋଇଛନ୍ତି ବୋଲି ସେମାନେ କହିଥିଲେ।
୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।କାର୍ଯ୍ୟକ୍ରମରେ ପୁରୀରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମସ୍ତ ଜିଲ୍ଲାରେ ବହୁ ଜନ ସମାଗମ ହୋଇଥିଲା।
କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ, ୟୁନିଫର୍ମ କିଣିବା ପାଇଁ ମିଶନ ଶକ୍ତି ମହିଳାଙ୍କୁ ମିଳିବ ସହାୟତା
Next ArticleOdisha Cabinet Approves 12 Proposals
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
