ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଜନଜାତି ଛାତ୍ରୀ ନିବାସ ମାଟ୍ରନମାନଙ୍କ ପାରିଶ୍ରମିକ ୧୫୦୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର – ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀ ନିବାସ ଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତି ନେଇଛନ୍ତି। ଏତଦ୍ ବ୍ୟତୀତ, ଯଦି କୌଣସି କାର୍ଯ୍ୟରତ ମହିଳା ମାଟ୍ରନ ଦୁର୍ଭାଗ୍ୟ ବଶତଃ ମୃତ୍ୟୁ ବରଣ କରନ୍ତି, ତେବେ ତାଙ୍କ ଉତ୍ତରାଧିକାରୀଙ୍କୁ ଏକକାଳୀନ ଦୁଇ ଲକ୍ଷ ଟଙ୍କା [...]

Admin•ଫେବୃଆରୀ 18, 2024
Share Article:

ଭୁବନେଶ୍ବର – ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀ ନିବାସ ଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତି ନେଇଛନ୍ତି।

ଏତଦ୍ ବ୍ୟତୀତ, ଯଦି କୌଣସି କାର୍ଯ୍ୟରତ ମହିଳା ମାଟ୍ରନ ଦୁର୍ଭାଗ୍ୟ ବଶତଃ ମୃତ୍ୟୁ ବରଣ କରନ୍ତି, ତେବେ ତାଙ୍କ ଉତ୍ତରାଧିକାରୀଙ୍କୁ ଏକକାଳୀନ ଦୁଇ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ସେହିପରି ୬୦ ବର୍ଷରେ କାର୍ଯ୍ୟ ନିବୃତ୍ତ ହେବା ସମୟରେ ସେମାନଙ୍କୁ ଏକ କାଳୀନ ଏକ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା
କରିଛନ୍ତି।ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ୧୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରିବେ।

#Odia#Odisha#News
Share Article:

Related Articles