ଆଉ ୫ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ସୁବର୍ଣ୍ଣପୁର, କଟକ, ଝାରସୁଗୁଡା, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ। ଲୋକଙ୍କ ଇଚ୍ଛାକୁ ସେ ସମ୍ମାନ ଦିଅନ୍ତି [...]
ଭୁବନେଶ୍ବର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ସୁବର୍ଣ୍ଣପୁର, କଟକ, ଝାରସୁଗୁଡା, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ। ଲୋକଙ୍କ ଇଚ୍ଛାକୁ ସେ ସମ୍ମାନ ଦିଅନ୍ତି । ତାଙ୍କ ସରକାରର ସବୁ କାର୍ଯ୍ୟକ୍ରମ ଲୋକମତ ଭିତ୍ତିରେ ଆଧାରିତ । ଲକ୍ଷ୍ମୀ ଯୋଜନା ମଧ୍ୟ ଲୋକଙ୍କ ଇଚ୍ଛାରୁ କାର୍ଯ୍ୟକାରୀ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। ୫-ଟି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିବା ସହ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଆଜି ୫ଟି ଜିଲ୍ଲାର ୭୦୦ଟି ପଞ୍ଚାୟତରେ ୨୦୫ଟି ବସ୍ ଚାଲିଲା। ଏହା ଦ୍ୱାରା ୪୪ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ସୁବର୍ଣ୍ଣପୁରର ୧୦୨ଟି ପଞ୍ଚାୟତରେ ୫୮ଟି ବସ୍ ଚାଲିଲା ଏବଂ ୫ ଲକ୍ଷ ୭୩ ହଜାର ଲୋକ ଉପକୃତ ହେବେ । କଟକର ୨୬୧ଟି ପଞ୍ଚାୟତରେ ୪୮ଟି ବସ୍ ଚାଲିଲା ଏବଂ ୧୮ ଲକ୍ଷ ୩୭ ହଜାର ଲୋକ ଉପକୃତ ହେବେ । ଝାରସୁଗୁଡାର ୭୬ଟି ପଞ୍ଚାୟତରେ ୧୬ଟି ବସ୍ ଚାଲିଲା ଏବଂ ୫ ଲକ୍ଷ ୬୨ ହଜାର ଲୋକ ଉପକୃତ ହେବେ । କନ୍ଧମାଳର ୧୬୪ଟି ପଞ୍ଚାୟତରେ ୫୨ଟି ବସ୍ ଚାଲିଲା ଏବଂ ୭ ଲକ୍ଷ ୩ ହଜାର ଲୋକ ଉପକୃତ ହେବେ। ସେହିଭଳି ସମ୍ବଲପୁରର ୯୭ଟି ପଞ୍ଚାୟତରେ ୩୧ଟି ବସ୍ ଚାଲିଲା ଏବଂ ୭ ଲକ୍ଷ ୨୮ ହଜାର ଲୋକ ଉପକୃତ ହେବେ । ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ୫-ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍ ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ।
ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।
ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ।
ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।
ଲକ୍ଷ୍ମୀ ବସ୍ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।
କାର୍ଯ୍ୟକ୍ରମରେ ସମ୍ବଲପୁରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଥିଲେ ଯେ ଲକ୍ଷ୍ମୀ ବସ୍ କେବଳ ଏକ ବସ୍ ସେବା ନୁହେଁ, ଗ୍ରାମାଞ୍ଚଳ ମହିଳା ମାନଙ୍କୁ ସଶକ୍ତ ଓ ସମୃଦ୍ଧ କରିବା ଦିଗରେ ମୁଖ୍ୟମନ୍ତୀଙ୍କର ଏକ ସଫଳତମ ପ୍ରଚେଷ୍ଟା । ବିଭିନ୍ନ ଯୋଜନା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମହିଳାମାନଙ୍କ ଦକ୍ଷତାର ପରିପ୍ରକାଶ ପାଇଁ ସୁଯୋଗ ସୃଷ୍ଟି କରିଛନ୍ତି ବୋଲି ସେ କହିଥିଲେ ।
କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଧାୟକ ପଦ୍ମନାଭ ବେହେରା, କଟକରେ ବିଧାୟକ ଦେବୀ ପ୍ରସାଦ ମିଶ୍ର, ବିଧାୟକଚନ୍ଦ୍ରସାରଥି ବେହେରା, ଝାରସୁଗୁଡାରେ ବିଧାୟିକା ଦିପାଳୀ ଦାସ, ବିଧାୟିକା ଅଳକା ମହାନ୍ତି, କନ୍ଧମାଳରେ ସାଂସଦ ଅଚ୍ୟୁତ ସାମନ୍ତ ଏବଂ ବିଧାୟକ ଚକ୍ରମଣି କହଁର ପ୍ରମୁଖ ଯୋଗ ଦେଇ କହିଥିଲେ ଯେ ଆଜି ରାଜ୍ୟରେ କେବଳ ଗମନାଗମନ ନୁହେଁ, ସ୍ବାସ୍ଥ୍ୟ, ଶିକ୍ଷା, ଭିତ୍ତିଭୂମି – ସବୁ କ୍ଷେତ୍ରରେ ଅଭୁତପୂର୍ବ ପରିବର୍ତ୍ତନ ଆସିଛି । ୫-ଟି କେବଳ ଏକ ମନ୍ତ୍ର ନୁହେଁ, ମ୍ୟାଜିକ ଭାବରେ କାମ କରିଛି ଓଡିଶାର ରୂପାନ୍ତରରେ । ଏକ ସଶକ୍ତ ଓ ନୂତନ ଓଡିଶା ଗଠନ ଦିଗରେ ଲକ୍ଷ୍ମୀ ବସ୍ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏହାଦ୍ବାରା ଗ୍ରାମାଞ୍ଚଳରେ ସାମାଜିକ, ସାଂସ୍କୃତିକ ଓ ଅର୍ଥନୈତିକ ବିକାଶ ଘଟିବ ବୋଲି ସେମାନେ କହିଥିଲେ ।
୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରି କହିଥିଲେ ଯେ ଏକ ନମ୍ବର ସ୍ଥାନରେ ଅଧିଷ୍ଠିତ ହେବାକୁ ହେଲେ, କଠିନ ପରିଶ୍ରମ ଓ ତ୍ୟାଗ ଦରକାର। ମୁଖ୍ୟମନ୍ତ୍ରୀ ହେଉଛନ୍ତି ତାର ପ୍ରକୃଷ୍ଟ ଉଦାହରଣ । ଗତ ୨୪ ବର୍ଷ ଧରି ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ସ୍ଥାନରେ ରହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ତାଙ୍କ ପରିଶ୍ରମ ଓ ତ୍ୟାଗର ତୁଳନା ନାହିଁ । ଏଥିସହିତ ସମ୍ବଲପୁର ଜିଲ୍ଲାବାସୀଙ୍କୁ ସମ୍ବୋଧିତ କରି ସେ କହିଥିଲେ ଯେ ସମ୍ବଲପୁରରୁ ପୁରୀ ସପ୍ତାହକୁ ଦୁଇ ଦିନ ଯିବାଆସିବା କରୁଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ, ଫେବ୍ରୁଆରୀ ୨୫ ତାରିଖରୁ ସବୁ ଦିନ ଚାଲିବ।
କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ।
Odisha Matric Exam from Tomorrow, Over 5 Lakh Students to Appear
Next ArticleCM Flags off LAccMI Bus Service in Five More Districts
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
