ବହୁ ପ୍ରତୀକ୍ଷିତ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ ଓ କ୍ୟାନସର ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ବରଗଡ଼ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ ବରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି । ପ୍ରଥମେ ଜିଲ୍ଲାର ବିଜେପୁର ବ୍ଲକର କନାପାଲିରେ ପହଞ୍ଚି ପ୍ରଥମେ ଗଙ୍ଗାଧର ପ୍ରକଳ୍ପର ମଡେଲ ସ୍ଥଳକୁ ପରିଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଆୟୋଜିତ ଜନସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ । ମୁଖ୍ୟମନ୍ତ୍ରୀ କନାପାଲି ସଭାସ୍ଥଳରୁ ୧୮୦୬.୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ବହୁ ପ୍ରତୀକ୍ଷିତ ତିନି ପ୍ରକଳ୍ପ ଗଙ୍ଗାଧର ମେହେର ଜଳସେଚନ , ବରଗଡ଼ କ୍ୟାନସର [...]
ବରଗଡ଼ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ ବରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି । ପ୍ରଥମେ ଜିଲ୍ଲାର ବିଜେପୁର ବ୍ଲକର କନାପାଲିରେ ପହଞ୍ଚି ପ୍ରଥମେ ଗଙ୍ଗାଧର ପ୍ରକଳ୍ପର ମଡେଲ ସ୍ଥଳକୁ ପରିଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଆୟୋଜିତ ଜନସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ ।
ମୁଖ୍ୟମନ୍ତ୍ରୀ କନାପାଲି ସଭାସ୍ଥଳରୁ ୧୮୦୬.୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ବହୁ ପ୍ରତୀକ୍ଷିତ ତିନି ପ୍ରକଳ୍ପ ଗଙ୍ଗାଧର ମେହେର ଜଳସେଚନ , ବରଗଡ଼ କ୍ୟାନସର ହସ୍ପିଟାଲ ଓ ନୃସିଂହନାଥ ଉନ୍ନୟନ ପ୍ରକଳ୍ପ ଲୋକାର୍ପଣ କରିଛନ୍ତି ।
୧୬୭୭.୪୨ କୋଟି ଟଙ୍କା ବ୍ୟୟରେ ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କରାଯାଇଥିବା ବେଳେ ୧୦୬.୬ କୋଟି ଟଙ୍କାରେ ୧୦୦ ଶଯ୍ୟା ବିଶିଷ୍ଟ ବରଗଡ଼ କ୍ୟାନସର ହସ୍ପିଟାଲ ଓ ୨୨.୭୮କୋଟି ଟଙ୍କା ବ୍ୟୟରେ ନିର୍ମିତ ନୃସିଂହନାଥ ପୀଠର ବିକାଶ ଓ ରୂପାନ୍ତରଣ କାର୍ଯ୍ୟ ହୋଇଛି ।
ସେହିଭଳି ୩୪୨.୭୦ କୋଟି ଟଙ୍କାର ୫୯ଟି ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ୨୬୩.୩୩ କୋଟି ଟଙ୍କାର ୨୧ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।
CM Naveen Inaugurates Gangadhar Meher Lift Irrigation Project and Bargarh Cancer Hospital
Next Articleବରଗଡ ଜିଲ୍ଲାରେ ୬୨ଟି ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ,୨୧ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର : ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପର ଲୋକାର୍ପଣ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
