ରାଜଧାନୀରେ ଡରାଇଲାଣି ତାତି, ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୩୫.୬ ଡିଗ୍ରୀ ସେଲସିୟସ
ଭୁବନେଶ୍ୱର – ମାଘ ଯାଇନି, କିନ୍ତୁ ରାଜ୍ୟରେ ଏବେ ଗ୍ରୀଷ୍ମ ଋତୁ ଭଳି ଅନୁଭବ ହେଉଛି । ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରାଜଧାନୀ ଭୁବନେଶ୍ୱର ରେ ଆଜି ଦିନ ୨ଟା ୩୦ ସୁଦ୍ଧା ଦିନ ତାପମାତ୍ରା ୩୫.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି, ଯାହା କି ଗତକାଲି ସମାନ ସମୟରେ ରେକର୍ଡ କରାଯାଇଥିବା ତାପମାତ୍ରାଠୁ ଅଧିକ । ଗତକାଲି ଦିନ୨ଟା ୩୦ ସୁଦ୍ଧା ରାଜଧାନୀରେ ତାପମାତ୍ରା [...]
ଭୁବନେଶ୍ୱର – ମାଘ ଯାଇନି, କିନ୍ତୁ ରାଜ୍ୟରେ ଏବେ ଗ୍ରୀଷ୍ମ ଋତୁ ଭଳି ଅନୁଭବ ହେଉଛି । ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରାଜଧାନୀ ଭୁବନେଶ୍ୱର ରେ ଆଜି ଦିନ ୨ଟା ୩୦ ସୁଦ୍ଧା ଦିନ ତାପମାତ୍ରା ୩୫.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି, ଯାହା କି ଗତକାଲି ସମାନ ସମୟରେ ରେକର୍ଡ କରାଯାଇଥିବା ତାପମାତ୍ରାଠୁ ଅଧିକ । ଗତକାଲି ଦିନ୨ଟା ୩୦ ସୁଦ୍ଧା ରାଜଧାନୀରେ ତାପମାତ୍ରା ଥିଲା ୩୨.୮ ଡିଗ୍ରୀ ସେଲସିୟସ ।
ଆଜି ରାଜ୍ୟର କିଛି ସ୍ଥାନରେ ଦିନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ସହ ୩୫ ରୁ ୩୭ ଡିଗ୍ରୀ ସେଲସିୟସ ରହିବା ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ଉପକୂଳ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ରାତ୍ରି ତାପମାତ୍ରା ୨୦ ଡ଼ିଗ୍ରୀ ସେଲସିୟସରୁ ଅଧିକ ରହୁଛି । ସ୍ୱାଭାବିକ ତାପମାତ୍ରା ତୁଳନାରେ ୨ ରୁ ୩ ଡିଗ୍ରୀ ସେଲସିୟସ ଅଧିକ ରହୁଛି। ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ରେକର୍ଡ ହୋଇଥିବା ୨୦ ଡିଗ୍ରୀ ସେଲସିୟସ ରୁ ଅଧିକ ସର୍ବନିମ୍ନ ରାତ୍ରି ତାପମାତ୍ରା ମଧ୍ୟରେ ପୁରୀରେ ୨୫ ଡିଗ୍ରୀ ସେଲସିୟସ,ପାରାଦୀପରେ ୨୪.୪, ଚାନ୍ଦବାଲିରେ ୨୨.୭, ଭୁବନେଶ୍ୱରରେ ୨୨.୧,ବାଲେଶ୍ୱରରେ ୨୧.୫, କଟକରେ ୨୧.୫ ଗୋପାଳପୁରରେ ୨୦.୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।
ଗତକାଲି ପଶ୍ଚିମ ଓ ଅଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଦିନ ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ ଛୁଇଁଥିଲା । ଟିଟିଲାଗଡ଼ ଓ ଭବାନୀପାଟଣାରେ ତାପମାତ୍ରା ୩୬ ଦଶମିକ ୫ ଡିଗ୍ରୀ ସେଲସିୟସ ଲେଖାଏଁ ରେକର୍ଡ କରାଯାଇଥିଲା ।
ଅମିତ ଶାହଙ୍କ ବିରୋଧରେ ମନ୍ତବ୍ୟ ଅଭିଯୋଗରେ ଦାୟର ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଜାମିନ
Next ArticleHealth Dept Issues Notification to Conduct Last Rites of Organ Donors with Full State Honours
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
