ଖଲ୍ଲିକୋଟ ରାଣୀ ସୁଜ୍ଞାନ ଦେଓଙ୍କ ଦ୍ବାଦଶାହରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଦେଲେ ୫-ଟି ଅଧ୍ୟକ୍ଷ
ଭୁବନେଶ୍ବର – ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ଖଲ୍ଲିକୋଟ ଆରସିଏମ ବିଜ୍ଞାନ କଲେଜରେ ପୂର୍ବତନ ବିଧାୟିକା ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ ଦ୍ବାଦଶାହ କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ପରିବାର ବର୍ଗ, ଜ୍ଞାତିକୁଟୁମ୍ବ ଓ ସ୍ଥାନୀୟ ଲୋକମାନଙ୍କୁ ସେ ଭେଟି ରାଣୀଙ୍କ ସ୍ମୃତିଚାରଣ କରିଥିଲେ । ସେ କହିଥିଲେ ଯେ ସ୍ବର୍ଗତ ସୁଜ୍ଞାନ ଦେଓ ଗଞ୍ଜାମର ଅପ୍ରତିଦ୍ବନ୍ଦୀ ରାଜନେତା ଭାବେ ଅନେକ ଦଶକ ଧରି [...]
ଭୁବନେଶ୍ବର – ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ଖଲ୍ଲିକୋଟ ଆରସିଏମ ବିଜ୍ଞାନ କଲେଜରେ ପୂର୍ବତନ ବିଧାୟିକା ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ ଦ୍ବାଦଶାହ କାର୍ଯ୍ୟକ୍ରମରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଏହି ଅବସରରେ ତାଙ୍କ ପରିବାର ବର୍ଗ, ଜ୍ଞାତିକୁଟୁମ୍ବ ଓ ସ୍ଥାନୀୟ ଲୋକମାନଙ୍କୁ ସେ ଭେଟି ରାଣୀଙ୍କ ସ୍ମୃତିଚାରଣ କରିଥିଲେ । ସେ କହିଥିଲେ ଯେ ସ୍ବର୍ଗତ ସୁଜ୍ଞାନ ଦେଓ ଗଞ୍ଜାମର ଅପ୍ରତିଦ୍ବନ୍ଦୀ ରାଜନେତା ଭାବେ ଅନେକ ଦଶକ ଧରି ଏ ଅଞ୍ଚଳର ସେବା କରିଆସିଥିଲେ। ତାଙ୍କର ବ୍ୟକ୍ତିତ୍ବ ଓ ସେବା ମନୋଭାବ ଯୋଗୁ ସେ ସାରା ଓଡିଶାରେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ସମ୍ମାନର ଅଧିକାରିଣୀ ହୋଇଥିଲେ ।ସ୍ବତନ୍ତ୍ର ଓଡିଶା ଗଠନରେ ଓ ପରିବର୍ତ୍ତୀ ଓଡିଶାରେ ବିକାଶରେ ରାଣୀଙ୍କ ପରିବାରର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ବୋଲି ମତ ଦେଇ ସେ କହିଥିଲେ ଯେ ରାଜା ବାହାଦୂର ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ବୋହୁ ଭାବରେ ସେ ଖଲ୍ଲିକୋଟ ରାଜ ପରିବାରର ଜଣେ ସୁଯୋଗ୍ୟା ଉତ୍ତରାଧିକାରିଣୀ ଥିଲେ ।

ଏଣେ ଦ୍ୱାଦଶାହରେ ରାଣୀ ଭି.ସୁଜ୍ଞାନ କୁମାରୀଙ୍କ ଫଟୋ ଥିବା ଡାକ ଟିକେଟ୍ ଉନ୍ମୋଚିତ ହୋଇଛି। ରାଜ୍ୟ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରାଣୀ ସାହେବାଙ୍କ ସ୍ମୃତିରେ ଡାକଟିକେଟ ଉନ୍ମୋଚନ କରିଛନ୍ତି।
ପୁରୀ -କୋଣାର୍କ ରେଳ ଲାଇନକୁ କେନ୍ଦ୍ରର ମଞ୍ଜୁରୀ, ଚାଲିବ ଭିଷ୍ଟାଡୋମ୍ ଟ୍ରେନ
Next Article5T Chairman Pays Humble Tributes to Khalikote Rani Sugnana Deo on Her ‘Dwadasha’ Ritual
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
