ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି ସଂପର୍କରେ ସମୀକ୍ଷା ବୈଠକ
ଭୁବନେଶ୍ୱର – ଚଳିତ ମାସ ୨୮ ତାରିଖରୁ ଆଗାମୀ ମାର୍ଚ୍ଚ ୨ ତାରିଖ ମଧ୍ୟରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ଓ ମୟୂରଭଞ୍ଜ , କେନ୍ଦୁଝର , ବ୍ରହ୍ମପୁର , ଭୁବନେଶ୍ବର , କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି ସଂପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ [...]
ଭୁବନେଶ୍ୱର – ଚଳିତ ମାସ ୨୮ ତାରିଖରୁ ଆଗାମୀ ମାର୍ଚ୍ଚ ୨ ତାରିଖ ମଧ୍ୟରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ଓ ମୟୂରଭଞ୍ଜ , କେନ୍ଦୁଝର , ବ୍ରହ୍ମପୁର , ଭୁବନେଶ୍ବର , କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି ସଂପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ , ସଂପୃକ୍ତ ବିଭିନ୍ନ ବିଭାଗର ଶାସନ ସଚିବ , ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀଙ୍କ ସମେତ ରାଜ୍ୟ ପୁଲିସର ବରିଷ୍ଠ ପଦାଧିକାରୀ , ସଂପୃକ୍ତ ବିଭିନ୍ନ ବିଭାଗର ପଦାଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ରାଜ୍ୟ ଗୃହ ବିଭାଗର ସ୍ଵତନ୍ତ୍ର ଶାସନ ସଚିବ ଡଃ . ସନ୍ତୋଷ ବାଲା ରାଷ୍ଟ୍ରପତିଙ୍କ ଓଡିଶାରେ ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ ।
ରାଷ୍ଟ୍ରପତିଙ୍କ ପ୍ରମୁଖ କାର୍ଯ୍ୟକ୍ରମ ମଧ୍ୟରେ ଫେବ୍ରୁଆରୀ ୨୮ ତାରିଖରେ ରାଇରଙ୍ଗପୁରରେ କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିବାର ରହିଛି । ୨୯ ତାରିଖ ସକାଳେ ମା ‘ କୀଚକେଶରୀ ମନ୍ଦିର ପରିଦର୍ଶନ , କେନ୍ଦୁଝର ଧରଣୀଧର ବିଶ୍ଵବିଦ୍ୟାଳୟରେ କେନ୍ଦୁଝରର ଜନଜାତିଙ୍କ ଉପରେ ଆୟୋଜିତ ଏକ ଜାତୀୟସ୍ତରୀୟ ଆଲୋଚନା ଚକ୍ରକୁ ଉଦଘାଟନ କରିବେ । ସେହି ଦିନ ଅପରାହ୍ନରେ ଭୁବନେଶ୍ବର ଯାତ୍ରା କରି ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ୨୫ ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କର ମାର୍ଚ୍ଚ ୨ ତାରିଖରେ ସମ୍ବଲପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ମଧ୍ଯ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ରାଷ୍ଟ୍ରପତି ଓଡିଶାରେ ପହଞ୍ଚିବାଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ରାଜ୍ୟ ପ୍ରଶାସନ ଏବଂ ସଂପୃକ୍ତ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା । ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକମାନେ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ । ରାଷ୍ଟ୍ରପତିଙ୍କର ବିଭିନ୍ନ ସ୍ଥାନରେ ଏକାଧିକ କାର୍ଯ୍ୟକ୍ରମ ଥିବାରୁ ସବୁ ସ୍ଥାନଗୁଡିକୁ ପୂର୍ବରୁ ଭଲଭାବେ ଯାଞ୍ଚ କରିବା ସହ ସମସ୍ତ ବ୍ୟବସ୍ଥାକୁ ଅନୁଧ୍ୟାନ କରି ତଦନୁସାରେ ପ୍ରସ୍ତୁତି କରିବାକୁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବୈଠକରେ ରାଷ୍ଟ୍ରପତିଙ୍କର ରହଣି , ସୁରକ୍ଷା ବ୍ୟବସ୍ଥା , କାର୍ଯ୍ୟକ୍ରମର ଗଣମାଧ୍ୟମରେ ପ୍ରକାଶନ ଓ ପ୍ରସାରଣ , ସ୍ୱାସ୍ଥ୍ୟସେବା ଓ ଚିକିତ୍ସା , ଆମ୍ବୁଲାନ୍ସ , ଗନ୍ତବ୍ୟ ସ୍ଥଳକୁ ଯାତାୟତ ରାସ୍ତାର ରକ୍ଷଣାବେକ୍ଷଣ ତଦାରଖ , ରାସ୍ତାର ପରିମଳ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଛି । ସମସ୍ତ କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହକୁ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କାର୍ଯ୍ୟକ୍ରମ ସ୍ଥଳରେ ପାନୀୟଜଳ ଯୋଗାଣ , ବସିବା ବ୍ୟବସ୍ଥା , ବେରିକେଡିଂ ବ୍ୟବସ୍ଥା , ଆବଶ୍ୟକ ମାସ୍ ବ୍ୟବସ୍ଥା , ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ପ୍ରମୁଖ ଉତ୍ସବ ସ୍ଥଳରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଗଣମାଧ୍ୟମକୁ ପ୍ରଦାନ କରିବା ପାଇଁ ସୁବିଧା କରାଯିବା , କାର୍ଯ୍ୟକ୍ରମ ସ୍ଥଳକୁ ଇଣ୍ଟରନେଟ୍ ସୁବିଧା , ଅଗ୍ନି ନିର୍ବାପକ ବ୍ୟବସ୍ଥା ସଂପର୍କରେ ବୈଠକରେ ବ୍ୟାପକ ଆଲୋଚନା କରାଯାଇଥିଲା । ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସଂପାଦନ କରିବା ପାଇଁ ଗୃହ ବିଭାଗ ତରଫରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ ବୋଲି ସୂଚନା ଦିଆଯାଇଛି ।
Odisha Vigilance Raids 5 Illegal Sawmills in Keonjhar
Next Article‘ସ୍ବୟମ୍’ ଯୋଜନା କାର୍ଯ୍ୟକାରୀ କରିବା ନିମନ୍ତେ ସିଜିଟିଏମଏସଇ ସହ ରାଜ୍ୟ ସରକାରଙ୍କ ବୁଝାମଣା ପତ୍ର ସ୍ବାକ୍ଷରିତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
