୧୬ଟି ପ୍ରସ୍ତାବକୁ କ୍ୟାବିନେଟର ମଞ୍ଜୁରୀ, ଆଉ ତିନି ବର୍ଷ ବୃଦ୍ଧି ହେଲା କାଳିଆ ସହାୟତା
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏକାଧିକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଥିରେ ୧୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିବା। ରାଜ୍ୟ ସରକାର କାଳିଆ ଯୋଜନାରେ ଚାଷୀମାନଙ୍କୁ ସହାୟତା ଆଗାମୀ ୩ ବର୍ଷ ପାଇଁ ବଢ଼ାଇଛନ୍ତି। ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏଁ ସହାୟତା ରାଶି ମିଳିବ। ଏହି ଯୋଜନା ୩ ବର୍ଷ ବଢ଼ିବା ପରେ ରାଜ୍ୟ ସରକାର ୬୦୨୯.୭୦ କୋଟି ଟଙ୍କା ଖର୍ଚ୍ଚ [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏକାଧିକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଥିରେ ୧୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିବା। ରାଜ୍ୟ ସରକାର କାଳିଆ ଯୋଜନାରେ ଚାଷୀମାନଙ୍କୁ ସହାୟତା ଆଗାମୀ ୩ ବର୍ଷ ପାଇଁ ବଢ଼ାଇଛନ୍ତି। ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏଁ ସହାୟତା ରାଶି ମିଳିବ। ଏହି ଯୋଜନା ୩ ବର୍ଷ ବଢ଼ିବା ପରେ ରାଜ୍ୟ ସରକାର ୬୦୨୯.୭୦ କୋଟି ଟଙ୍କା ଖର୍ଚ୍ଚ କରିବେ। ରାଜ୍ୟ ସରକାର କାଳିଆ ସହାୟତା ପ୍ରଦାନ କଟକଣାକୁ କୋହଳ କରିବା ପାଇଁ ମଧ୍ୟ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ ଓ ସେପ୍ଟେମ୍ବର ୧ ତାରିଖ ବଦଳରେ ଏଣିକି ଯେ କୌଣସି ସମୟରେ ସହାୟତା ମିଳିବ।
ସେମିକଣ୍ଡକ୍ଟର ଶିଳ୍ପକୁ ପ୍ରାଧାନ୍ୟ ଦିଆଯିବ । ଜାତୀୟ ଦକ୍ଷତା ତାଲିମ କେନ୍ଦ୍ର ପାଇଁ ୭ ଏକରରୁ ଅଧିକ ଜମି ଦିଆଯିବ । ଜଟଣୀ ମଦନପୁରରେ ଦିଆଯିବ ଜମି ।
ପଞ୍ଚାୟତ ଅଧିକାରୀମାନେ ପାଇବେ ପଦୋନ୍ନତି ପାଇବେ । ଚାକିରି ପାଇଁ ଶିକ୍ଷାଗତ ଯୋଗ୍ୟତା ଯୁକ୍ତ ତିନିକୁ ବୃଦ୍ଧି କରାଯାଇଛି । ୫ ବର୍ଷ ଓ ୮ ବର୍ଷ ପରେ ପଦୋନ୍ନତି ପାଇଁ ଯୋଗ୍ୟ ବିବେଚିତ ହେବେ ଅଧିକାରୀ। ନୂଆ-ଓ କାର୍ଯ୍ଯକ୍ରମକୁ ବ୍ଯାପକ କରିବାକୁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ଏଥିପାଇଁ ବ୍ଯୟବରାଦ ହୋଇଛି ୩୧୫ କୋଟି ଟଙ୍କା ।
Odisha Cabinet Approves 16 Major Proposals
Next Articleସପ୍ତମ ବେତନ କମିଶନ ହାରରେ ୨୦୧୪ର ଅନୁଦାନପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କ ଦରମା ବଢିବ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
