ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ
ପୁରୀ – ଶ୍ରୀମନ୍ଦିରର ନାଟମଣ୍ଡପ ମରାମତି କାର୍ଯ୍ୟ ଆଜିଠୁ ପୁଣି ଥରେ ଆରମ୍ଭ ହେଉଛି । ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା -ଏଏସ ଆଇ ପକ୍ଷରୁ ଦିନ ଗୋଟାଏରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ମରାମତି ଚାଲିବ। ମାର୍ଚ୍ଚ ୨୦ ପୂର୍ବରୁ ମରାମତି କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ମରାମତି କାମ ଚାଲିବା ବେଳେ କୌଣସି ଶ୍ରୀମନ୍ଦିରର ବଡ଼ ନୀତି ନାହିଁ। ନାଟମଣ୍ଡପ ମରାମତି ବେଳେ ଦର୍ଶନ ବ୍ୟବସ୍ଥା ଯେଭଳି ବାଧାପ୍ରାପ୍ତ ହେବନାହିଁ ତାହା ଉପରେ ଦୃଷ୍ଟି ଦିଆଯାଇଛି। [...]
ପୁରୀ – ଶ୍ରୀମନ୍ଦିରର ନାଟମଣ୍ଡପ ମରାମତି କାର୍ଯ୍ୟ ଆଜିଠୁ ପୁଣି ଥରେ ଆରମ୍ଭ ହେଉଛି । ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା -ଏଏସ ଆଇ ପକ୍ଷରୁ ଦିନ ଗୋଟାଏରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ମରାମତି ଚାଲିବ। ମାର୍ଚ୍ଚ ୨୦ ପୂର୍ବରୁ ମରାମତି କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ମରାମତି କାମ ଚାଲିବା ବେଳେ କୌଣସି ଶ୍ରୀମନ୍ଦିରର ବଡ଼ ନୀତି ନାହିଁ।
ନାଟମଣ୍ଡପ ମରାମତି ବେଳେ ଦର୍ଶନ ବ୍ୟବସ୍ଥା ଯେଭଳି ବାଧାପ୍ରାପ୍ତ ହେବନାହିଁ ତାହା ଉପରେ ଦୃଷ୍ଟି ଦିଆଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ନୀତିକାନ୍ତିରେ ପରିବର୍ତ୍ତନ କରାଯାଇ ଏଏସ୍ଆଇ ପକ୍ଷରୁ ନାଟମଣ୍ଡପ ବିମ୍ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଥିଲା। ମଙ୍ଗଳବାର ଛତିଶା ନିଯୋଗ ବୈଠକରେ ଏ ନେଇ ଆଲୋଚନା ହୋଇ ଆଜିଠୁ କାର୍ଯ୍ୟ ଆରମ୍ଭ ପାଇଁ ନିଷ୍ପତ୍ତି ନିଆଯାଇଥିଲା।
ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ପରଲୋକ
Next Articleଆଜିଠୁ ରାଞ୍ଚିରେ ଚତୁର୍ଥ ଟେଷ୍ଟ, ସିରିଜ୍ ବିଜୟ ଲକ୍ଷ୍ୟରେ ଭାରତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
