ଆଜି ତିନି ଜିଲ୍ଲାରେ ‘ନୂଆ-ଓ’ ଛାତ୍ରବୃତ୍ତି ବିତରଣ
ଭୁବନେଶ୍ୱର – ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଘୋଷଣା କରିଥିବା ‘ନୂଆ-ଓ ଛାତ୍ରବୃତ୍ତି’ ଆଜିଠୁ ବିତରଣ କରାଯିବ । ଆଜି ସମ୍ୱଲପୁର, ଦେବଗଡ, ଅନୁଗୋଳ ଜିଲ୍ଲାରେ ଏହି ଛାତ୍ରବୃତ୍ତି ବିତରଣ କରାଯିବ। କିଛି ଦିନ ତଳେ ରାଜ୍ୟ ସରକାର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ ନେଇ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ନିଷ୍ପତ୍ତି ସମ୍ପର୍କରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ [...]
ଭୁବନେଶ୍ୱର – ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାର ଘୋଷଣା କରିଥିବା ‘ନୂଆ-ଓ ଛାତ୍ରବୃତ୍ତି’ ଆଜିଠୁ ବିତରଣ କରାଯିବ । ଆଜି ସମ୍ୱଲପୁର, ଦେବଗଡ, ଅନୁଗୋଳ ଜିଲ୍ଲାରେ ଏହି ଛାତ୍ରବୃତ୍ତି ବିତରଣ କରାଯିବ।
କିଛି ଦିନ ତଳେ ରାଜ୍ୟ ସରକାର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ ନେଇ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ନିଷ୍ପତ୍ତି ସମ୍ପର୍କରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯାଜପୁରରେ ନୂଆ-ଓ କାର୍ଯ୍ୟକ୍ରମରେ ଘୋଷଣା କରିଥିଲେ । ଏହି ଯୋଜନାରେ ଛାତ୍ରୀମାନଙ୍କୁ ୧୦ ହଜାର ଓ ଛାତ୍ରମାନଙ୍କୁ ୯ ହଜାର ଟଙ୍କା ମିଳିବ । ପାଖାପାଖି ସାଢେ ୪ ଲକ୍ଷ ଛାତ୍ରଛାତ୍ରୀ ଏହି ନୂଆ-ଓ ଛାତ୍ରବୃତ୍ତି ପାଇବେ । ସେହିଭଳି ପାଖାପାଖି ୩୫ ହଜାର ପିଜି ଛାତ୍ରଛାତ୍ରୀ ମଧ୍ୟ ଏହି ବୃତ୍ତି ପାଇବେ । ପ୍ରତିବର୍ଷ ଏହି ଛାତ୍ରବୃତ୍ତି ମିଳିବ । ଏହି ଛାତ୍ରବୃତ୍ତି ଟଙ୍କା ସିଧାସଳଖ ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଯିବ । ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଅଭିଭାବକଙ୍କ ପିଲାଙ୍କୁ ଏହି ଛାତ୍ରବୃତ୍ତି ମିଳିବ ନାହିଁଁ। ସବୁ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ଦେବାରେ ଦେଶରେ ଓଡ଼ିଶା ପ୍ରଥମ ରାଜ୍ୟ ।
ନୂଆ-ଓ କାର୍ଯ୍ୟକ୍ରମ ପାଇଁ ୩୦୦ କୋଟି ଟଙ୍କାର କର୍ପସ ଫଣ୍ଡ ରଖିଛନ୍ତି ରାଜ୍ୟ ସରକାର। ତେଣୁ କଲେଜରେ ହେଉଥିବା ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଭାଗ ନେଲେ କିଛି ପଏଣ୍ଟ ପାଇବେ ଛାତ୍ରଛାତ୍ରୀ । ଅଧିକ ପଏଣ୍ଟ ପାଇଲେ ଅଧିକ ଟଙ୍କା ପାଇପାରିବେ ଛାତ୍ରଛାତ୍ରୀ ।
ଶ୍ରୀରାମ ଚରିତ ମାନସ: ବାଲ କାଣ୍ଡ
Next Articleଆମ ହସ୍ପିଟାଲ ଯୋଜନାର ଆଜି ଦ୍ୱିତୀୟ ପର୍ଯ୍ୟାୟ ଲୋକାର୍ପଣ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
