ପ୍ରଯୁକ୍ତି ବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀଙ୍କ ଦିନିକିଆ କର୍ମଶାଳା
ଭୁବନେଶ୍ବର – ଆଗାମୀ ସାଧାରଣ ନିର୍ବାଚନ ପାଇଁ ପ୍ରଯୁକ୍ତି ବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କର ଏକ ଦିନିକିଆ କର୍ମଶାଳା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ସମସ୍ତ ଜିଲ୍ଲାରୁ ଆସିଥିବା ୩୦ ଜଣ ପ୍ରଯୁକ୍ତି ବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିବା କର୍ମଶାଳାରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଯୋଗଦେଇଥିଲେ । ନିର୍ବାଚନ ପ୍ରକ୍ରିୟାରେ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ [...]
ଭୁବନେଶ୍ବର – ଆଗାମୀ ସାଧାରଣ ନିର୍ବାଚନ ପାଇଁ ପ୍ରଯୁକ୍ତି ବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କର ଏକ ଦିନିକିଆ କର୍ମଶାଳା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର ସମସ୍ତ ଜିଲ୍ଲାରୁ ଆସିଥିବା ୩୦ ଜଣ ପ୍ରଯୁକ୍ତି ବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିବା କର୍ମଶାଳାରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଯୋଗଦେଇଥିଲେ । ନିର୍ବାଚନ ପ୍ରକ୍ରିୟାରେ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ହୋଇଥିବାରୁ ଏହାର ପ୍ରୟୋଗ ଫଳରେ ସହଜରେ ଓ ସଠିକ୍ ଭାବରେ କାର୍ଯ୍ୟ ପରିଚାଳିତ ହୋଇଥାଏ ବୋଲି ସେ ମତ ପ୍ରକାଶ କରିଥିଲେ । ଏହାର ସୁରକ୍ଷା ପ୍ରତି ଦୃଷ୍ଟି ଦେବାକୁ ପ୍ରଯୁକ୍ତିବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଥିଲେ । ଓକାକ୍ରୁ ଆସିଥିବା ଦକ୍ଷ ସାଇବର ସୁରକ୍ଷା ବିଶେଷଜ୍ଞ ମନମୋହନ ମହାପାତ୍ର, ପ୍ରଭୁଦତ୍ତ ମହାପାତ୍ର ଓ ହିମାଂଶୁ ଶେଖର ସାହୁ ପ୍ରମୁଖ ଏହି କର୍ମଶାଳାରେ ଉପସ୍ଥିତ ଥିବା ଜିଲ୍ଲା ପ୍ରଯୁକ୍ତି ବିଦ୍ୟା ଅଧିକାରୀମାନଙ୍କୁ ବିସ୍ତୃତ ଭାବେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।
ଅନ୍ଯମାନଙ୍କ ମଧ୍ଯରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡ. ଏନ୍. ଥିରୁମାଳା ନାୟକ, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶଙ୍କ ସହ ପ୍ରଯୁକ୍ତି ବିଦ୍ୟା ନୋଡ଼ାଲ ଅଧିକାରୀ ଦେବରାଜ ବେହେରା ପ୍ରମୁଖ ଉପସ୍ଥିତ ଥୁଲେ ।
ଜେଲ୍ ପରିସରରେ ପଡିଲା ବରମାଳା, ପୀଡିତାଙ୍କ ହାତ ଧରିଲେ ଅଭିଯୁକ୍ତ
Next ArticleOdisha: Workshop on IT Preparedness for 2024 General Elections Held
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
