ଜାତୀୟ ବିଜ୍ଞାନ ଦିବସ: ବିଭିନ୍ନ ଜିଲ୍ଲାରେ ବିଜ୍ଞାନ କେନ୍ଦ୍ର ତଥା ପ୍ଲାନେଟୋରିୟମର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର – ଆଜି ଜାତୀୟ ବିଜ୍ଞାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର, ରାୟଗଡାରେ ପ୍ଲାନେଟୋରିୟମ, କେନ୍ଦୁଝର ଜିଲ୍ଲା ଘଟଗାଁରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ଓ ମୟୂରଭଞ୍ଜ ଜିଲ୍ଲା ବାରିପଦାଠାରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ଉଦ୍ଘାଟନ କରିବା ସହିତ କଳାହାଣ୍ଡି, ବୌଦ୍ଧ, କେନ୍ଦ୍ରାପଡା, ଝାରସୁଗୁଡା, ଗଜପତି, ନୂଆପଡା ଓ ଜଗତସିଂହପୁର ଜିଲ୍ଲା ବିଜ୍ଞାନ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। କାର୍ଯ୍ୟକ୍ରମରେ [...]
ଭୁବନେଶ୍ବର – ଆଜି ଜାତୀୟ ବିଜ୍ଞାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର, ରାୟଗଡାରେ ପ୍ଲାନେଟୋରିୟମ, କେନ୍ଦୁଝର ଜିଲ୍ଲା ଘଟଗାଁରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ଓ ମୟୂରଭଞ୍ଜ ଜିଲ୍ଲା ବାରିପଦାଠାରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ଉଦ୍ଘାଟନ କରିବା ସହିତ କଳାହାଣ୍ଡି, ବୌଦ୍ଧ, କେନ୍ଦ୍ରାପଡା, ଝାରସୁଗୁଡା, ଗଜପତି, ନୂଆପଡା ଓ ଜଗତସିଂହପୁର ଜିଲ୍ଲା ବିଜ୍ଞାନ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି।
କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଜ୍ଞାନ ଓ ବିକାଶ ସମତାଳରେ ଆଗକୁ ବଢିଥାଏ। ବିଜ୍ଞାନ ବିନା ବିକାଶ ଅସମ୍ପୂର୍ଣ୍ଣ । ପ୍ରତିଦିନ ବିଜ୍ଞାନ ଓ ବୈଷୟିକ ଜ୍ଞାନକୌଶଳ ସମାଜର ବିଭିନ୍ନ କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି। ଶିକ୍ଷା କ୍ଷେତ୍ରରେ ଏହାର ବିଶେଷ ଗୁରୁତ୍ୱ ରହିଛି। ୫-ଟି ସ୍କୁଲ ରୂପାନ୍ତରଣରେ ଆଜି ବୈଷୟିକ ଜ୍ଞାନକୌଶଳକୁ ବ୍ୟବହାର କରି ସ୍ମାର୍ଟ କ୍ଲାସ ରୁମ୍, ଇ- ଲାଇବ୍ରେରୀ, ମଡର୍ଣ୍ଣ ଲାବୋରଟୋରୀ ଆଦି ବିକାଶ କରାଯାଇଛି।
ପ୍ରତି ଜିଲ୍ଲାରେ ବିଜ୍ଞାନ କେନ୍ଦ୍ର ଖୋଲିବା ଉପରେ ଗୁରୁତ୍ୱାରୋପ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜ୍ଞାନକୁ ଲୋକପ୍ରିୟ କରିବା ଓ ବୈଷୟିକ ଜ୍ଞାନକୈଶଳର ବ୍ୟବହାରରେ ବୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରତି ଜିଲ୍ଲାରେ ବିଜ୍ଞାନ କେନ୍ଦ୍ର ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥି ସହିତ ପ୍ଲାନେଟୋରିୟମ ତଥା ସ୍କୁଲମାନଙ୍କରେ ଇନୋଭେସନ ସେଣ୍ଟର ଖୋଲିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ଆଗାମୀ ଦିନରେ ଭଦ୍ରକରେ ବିଜ୍ଞାନ କେନ୍ଦ୍ର ଏବଂ ବଲାଙ୍ଗିର, ସୁନ୍ଦରଗଡ ଓ ଗଂଜାମ ଜିଲ୍ଲାରେ ବିଜ୍ଞାନ କେନ୍ଦ୍ର ସହିତ ପ୍ଲାନେଟୋରିୟମ ମଧ୍ୟ ଖୋଲାଯିବ। ଏହି ସବୁ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ପିଲାମାନଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟର ପିଲାମାନେ ବିଜ୍ଞାନ ଓ ବୈଷୟିକ ଜ୍ଞାନକୌଶଳ କ୍ଷେତ୍ରରେ ଆଗରେ ରହିବା ସେ ଚାହାନ୍ତି। ସେମାନେ ଦକ୍ଷ ହୋଇ ଓଡିଶାର ସୁନାମ ବୃଦ୍ଧି କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ମୁଖ୍ୟମନ୍ତ୍ରୀ ନୂଆ ଓଡିଶା ଗଠନର ସ୍ୱପ୍ନକୁ ସାକାର କରିବା ପାଇଁ ସମ୍ମିଳିତ ଭାବେ କାମ କରିବା ପାଇଁ ଆହ୍ୱାନ ଦେଇଥିଲେ।
ସୂଚନାଯୋଗ୍ୟ ଯେ, ୫-ଟି ଉପକ୍ରମରେ ନିର୍ମିତ ପ୍ରତ୍ୟେକ ବିଜ୍ଞାନ କେନ୍ଦ୍ର ପାଇଁ ୬.୫ କୋଟି ଟଙ୍କା, ପ୍ଲାନେଟୋରିୟମ ପାଇଁ ୧୫ କୋଟି ଟଙ୍କା ଏବଂ ବିଜ୍ଞାନ କେନ୍ଦ୍ର ତଥା ପ୍ଲାନେଟୋରିୟମ ପାଇଁ ୨୧.୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି।
କାର୍ଯ୍ୟକ୍ରମରେ ରାଜ୍ୟ ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଜୟପୁରରେ ଯୋଗଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ବିଜ୍ଞାନକୁ ଲୋକପ୍ରିୟ କରିବାର ଏହି ଉଦ୍ୟମ ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କ ପାଇଁ ବହୁ ଉପାଦେୟ ସାବ୍ୟସ୍ତ ହେବ । ଏହି ସମୟୋପଯୋଗୀ ପଦକ୍ଷେପ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା କରିଥିଲେ।
୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ପିଲାମାନଙ୍କ ସହିତ ଆଲୋଚନା କରି ବିଜ୍ଞାନ ଶିକ୍ଷା ସେମାନଙ୍କ ଜୀବନକୁ ପରିବର୍ତ୍ତନ କରିବା ସହିତ ସମାଜକୁ ମଧ୍ୟ ପରିବର୍ତ୍ତନ କରିଥାଏ ବୋଲି କହିଥିଲେ। ରାଜ୍ୟ ସରକାର ୫-ଟି କାର୍ଯ୍ୟକ୍ରମରେ କରୁଥିବା ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ନୂଆ-ଓ କାର୍ଯ୍ୟକ୍ରମ ଆଦି ଶିକ୍ଷା କ୍ଷେତ୍ରରେ ପିଲାଙ୍କ ପାଇଁ ଭଲ ପ୍ଲାଟଫର୍ମ ତିଆରି କରିଛି ବୋଲି ମତ ଦେଇ ସେ ପିଲାମାନଙ୍କୁ କଠିନ ପରିଶ୍ରମ କରି ଜୀବନରେ ସଫଳ ହେବାକୁ ପରାମର୍ଶ ଦେଇଥିଲେ।
କାର୍ଯ୍ୟକ୍ରମରେ ଭବାନୀପାଟଣାଠାରେ ସାଂସଦ ସୁଜିତ କୁମାର, ରାୟଗଡାଠାରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଘଟଗାଁଠାରେ ବିଧାୟକ ବଦ୍ରିନାରାୟଣ ପାତ୍ର ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ବିଜ୍ଞାନ ପ୍ରତି ଆକର୍ଷିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଏହି ଯୁଗପୋଯୋଗୀ ପଦକ୍ଷେପ ପାଇଁ ଧନ୍ୟବାଦ ଦେଇଥିଲେ।
କାର୍ଯ୍ୟକ୍ରମରେ ବିଜ୍ଞାନ ଓ ବୈଷୟିକ ବିଭାଗ ପ୍ରମୁଖ ଶାସନ ସଚିବ ଚିତ୍ରା ଆରୁମୁଗମ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ କଳାହାଣ୍ଡି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।
ପୁରୀ ଚାଲାଣ ହେଉଥିବା ବେଳେ ୧୧୫୨ କିଲୋ ଭାଙ୍ଗ ଜବତ କଲା କେ. ନୂଆଗାଁ ପୋଲିସ
Next Article୧୩୩ଟି ନୂତନ ପ୍ରାଣୀ ସେବା ଯାନ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
