ସହରାଞ୍ଚଳ ରୂପାନ୍ତରଣ : ଜାଗା ମିଶନ, ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଓ ମୁକ୍ତା ଯୋଜନାରେ ବିଭିନ୍ନ ପ୍ରକଳ୍ପ ଉତ୍ସର୍ଗ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ୫-ଟି ଆଧାରରେ ସହରାଞ୍ଚଳ ରୂପାନ୍ତରଣ ଅଧୀନରେ ଆଜି ରାଜ୍ୟର ବିଭିନ୍ନ ସହରବାସୀଙ୍କ ପାଇଁ କରାଯାଇଥିବା ସୁବିଧା ଓ ସେବା ଉତ୍ସର୍ଗ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜାଗା ମିଶନ ଯୋଜନାରେ ଆଜି ୪ଟି ମହାନଗର ନିଗମ ବ୍ରହ୍ମପୁର, କଟକ, ସମ୍ବଲପୁର ଓ ରାଉରକେଲାରେ ଭୂମି ଅଧିକାର ପ୍ରମାଣପତ୍ର ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ୨୧ ହଜାର ୪୨୭ ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କରାଯିବ । ଏହାଛଡା ରାଜ୍ୟର ୬୯ଟି ସହରର ବସ୍ତିବାସିନ୍ଦାଙ୍କୁ [...]
ଭୁବନେଶ୍ୱର – ୫-ଟି ଆଧାରରେ ସହରାଞ୍ଚଳ ରୂପାନ୍ତରଣ ଅଧୀନରେ ଆଜି ରାଜ୍ୟର ବିଭିନ୍ନ ସହରବାସୀଙ୍କ ପାଇଁ କରାଯାଇଥିବା ସୁବିଧା ଓ ସେବା ଉତ୍ସର୍ଗ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଜାଗା ମିଶନ ଯୋଜନାରେ ଆଜି ୪ଟି ମହାନଗର ନିଗମ ବ୍ରହ୍ମପୁର, କଟକ, ସମ୍ବଲପୁର ଓ ରାଉରକେଲାରେ ଭୂମି ଅଧିକାର ପ୍ରମାଣପତ୍ର ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ୨୧ ହଜାର ୪୨୭ ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କରାଯିବ । ଏହାଛଡା ରାଜ୍ୟର ୬୯ଟି ସହରର ବସ୍ତିବାସିନ୍ଦାଙ୍କୁ ୬୨୬ଟି ବିଜୁ ଆଦର୍ଶ କଲୋନୀ ଉତ୍ସର୍ଗ କରାଯିବ । ଏହାଦ୍ବାରା ୨ ଲକ୍ଷ ପରିବାର ଉପକୃତ ହେବେ । ଏଥିସହ ୨୬ଟି ବସ୍ତି ମୁକ୍ତ ସହର ଘୋଷଣା କରିବେ ମୁଖ୍ୟମନ୍ତ୍ରୀ।
ବ୍ରହ୍ମପୁରକୁ ସମ୍ପୂର୍ଣ୍ଣ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ସହର ଭାବେ ଘୋଷଣା କରାଯିବ । ଏହି ଯୋଜନାରେ ସାଢେ ଚାରି ଲକ୍ଷ ଲୋକ ଉପକୃତ ହେବେ । ଏହାଛଡା ଝାରସୁଗୁଡ଼ା, ବ୍ରଜରାଜନଗର ଓ ବେଲପାହାଡ଼ ସହିତ ଅନ୍ୟ ୩୦ଟି ସହର ନିମନ୍ତେ ୬୦ଟି ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଉତ୍ସର୍ଗ କରିବେ ମୁଖ୍ୟମନ୍ତ୍ରୀ। ଏସବୁ ପ୍ରକଳ୍ପ ଦ୍ବାରା ୫ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ।
୧୧୬୪ କୋଟି ଟଙ୍କା ବିନିଯୋଗରେ ୨୪ଟି ସହର ନିମନ୍ତେ ୨୭ଟି ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ। ଏହାଛଡା ମୁକ୍ତା ଯୋଜନାରେ ରାଜ୍ୟର ସମସ୍ତ ୧୧୫ଟି ସହରରେ ୬ ହଜାର ୯୬୧ଟି ରୂପାନ୍ତରିତ ପ୍ରକଳ୍ପର ସେବା ଉତ୍ସର୍ଗ କରାଯିବ । କଟକ ସହର ପାଇଁ ନବନିର୍ମିତ ବକ୍ସ ଡ୍ରେନ ଲୋକାର୍ପଣ ହେବ ।
ସନ୍ଦେଶଖାଲି ହିଂସା ମାମଲା: ଟିଏମସି ନେତା ଶାହାଜାହାନ ଶେଖ୍ ଗିରଫ
Next Articleଆଜି କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ ରାଷ୍ଟ୍ରପତି, ଅପରାହ୍ନରେ ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦାନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
