ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ପାଇଁ ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତିଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ। ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି। ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ [...]
ଭୁବନେଶ୍ବର: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ। ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି।
ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ-
– ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ
– ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ ସିଏମଡି
– ଶ୍ରୀ ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ,
– ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଶ୍ରୀ ଦିବ୍ୟସିଂହ ଦେବଙ୍କ ପ୍ରତିନିଧି
– ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି
– ଶ୍ରୀ ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି
– ଶ୍ରୀ ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି
– ଶ୍ରୀ ଜଗନ୍ନାଥ କର , ସେବକ ପ୍ରତିନିଧି
– ଶ୍ରୀ ଗଣେଶ ମେକାପ, ଭଣ୍ଡାର ମେକାପ ସେବକ
– ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିରର ଉପମୁଖ୍ୟ ପ୍ରଶାସକ
– ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ- ସଦସ୍ୟ ଆବାହକ ଭାବରେ କାର୍ଯ୍ୟ କରିବେ
CM Naveen Forms Committee Headed By Former SC Judge to Oversee Inventorisation of Valuables And Jewellery of Ratna Bhandara
Next Article୧୯୯୩ ସିରିଜ୍ ବୋମା ବିସ୍ଫୋରଣ ମାମଲାରେ ଅବଦୁଲ କରିମ ଟୁଣ୍ଡା ଦୋଷମୁକ୍ତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
