ଆସନ୍ତାକାଲି ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଆସୁଛନ୍ତି ରାଷ୍ଟ୍ରପତି
ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବା ପାଇଁ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଶୁକ୍ରବାର ଆସୁଛନ୍ତି। ବିଜୁ ପଟ୍ଟନାୟକ ଅଡିଟୋରିୟମ୍ ଠାରେ ହେବାକୁ ଥିବା ଏହି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ୫୦ ମିନିଟ୍ କାଳ ଉପସ୍ଥିତ ରହିବେ। ସେଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ, ପୋଲିସ ବିଭାଗ ଓ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ ତତ୍ପର ରହିଛନ୍ତି। ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସପି ଡା ସର୍ବଣା ବିବେକ ଏମ୍ ବିଶ୍ଵବିଦ୍ୟାଳୟ ପରିସରରେ ପହଞ୍ଚି [...]
ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବା ପାଇଁ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଶୁକ୍ରବାର ଆସୁଛନ୍ତି। ବିଜୁ ପଟ୍ଟନାୟକ ଅଡିଟୋରିୟମ୍ ଠାରେ ହେବାକୁ ଥିବା ଏହି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ୫୦ ମିନିଟ୍ କାଳ ଉପସ୍ଥିତ ରହିବେ। ସେଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ, ପୋଲିସ ବିଭାଗ ଓ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ ତତ୍ପର ରହିଛନ୍ତି। ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସପି ଡା ସର୍ବଣା ବିବେକ ଏମ୍ ବିଶ୍ଵବିଦ୍ୟାଳୟ ପରିସରରେ ପହଞ୍ଚି ତଦାରଖ କରିଛନ୍ତି।

ରାଷ୍ଟ୍ରପତି ରଙ୍ଗେଈଲୁଣ୍ଡା ବିମାନ ବନ୍ଦରରେ ଶୁକ୍ରବାର ସକାଳ ପ୍ରାୟ ୧୦.୧୫ ଅବତରଣ କରିବା ପରେ କଡା ସୁରକ୍ଷାରେ ଆସି ଅଡିଟୋରିୟମ୍ ପରିସର ରୋବିଙ୍ଗ ରୁମରେ ପହଞ୍ଚିବେ। ସେଠାରୁ ବିଧିବଦ୍ଧ ପଟୁଆରରେ ସଭା ମଞ୍ଚକୁ ଆସିବେ l ସେ ଉଦବୋଧନ ଦେବା ସହ ପିଜି ବିଭାଗର ୨୫ଟି ବିଭାଗରେ ଟପ୍ପର୍ ଛାତ୍ରଛାତ୍ରୀଙ୍କୁ ସ୍ବର୍ଣ୍ଣ ପଦକ, ୧୦ଟି ସ୍ନାତକ ବିଭାଗର ଟପ୍ପରଙ୍କୁ ସ୍ବର୍ଣ୍ଣ ପଦକ, ୪୩ ଜଣଙ୍କୁ ପିଏଚଡି, ୩ ଜଣଙ୍କୁ ଡିଲିଟ୍ ଓ ଜଣଙ୍କୁ ଡିଏସସି ଉପାଧି ପ୍ରଦାନ କରିବେ।
କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ତତ୍ତ୍ଵାବଧାନରେ ପ୍ରାକ୍ ଅଭ୍ୟାସ କରାଯାଇଛି। ସେହିପରି ଆର୍ମି ବ୍ୟାଣ୍ଡ୍ ଦ୍ୱାରା ରାଷ୍ଟ୍ରୀୟ ଗାନ ରିହାର୍ସଲ୍ କରାଯାଇଥିଲା l
ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Next ArticleSix Odia Artistes to Get Sangeet Natak Akademi Awards For 2022 And 2023
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
