ଅଙ୍ଗନବାଡି କେନ୍ଦ୍ର ଓ ମିନି ଅଙ୍ଗନବାଡି କେନ୍ଦ୍ରର କର୍ମୀଙ୍କ ପାରିଶ୍ରମିକ ବଢିଲା
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମୀଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମୀଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।
ସୂଚନାଯୋଗ୍ୟ ଯେ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଅଙ୍ଗନବାଡି କର୍ମୀ ତଥା ସେମାନଙ୍କ ସଙ୍ଗଠନଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।
ଏହି ନୂତନ ଘୋଷଣା ଅନୁଯାୟୀ, ଅଙ୍ଗନବାଡି କର୍ମୀମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହେଲା । ସେହିପରି ଅଙ୍ଗନବାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଗଲା।
ଏହି ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଚଳିତ ଫେବୃଆରୀ ମାସରୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ। ଅକ୍ଟୋବର ୨୦୨୩ରୁ ଜାନୁଆରୀ ୨୦୨୪ – ଚାରି ମାସର ବର୍ଦ୍ଧିତ ବକେୟା ରାଶି ମାର୍ଚ୍ଚ ୫ ତାରିଖରୁ ୧୦ ତାରିଖ ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ।
ସେହିପରି ଅଙ୍ଗନବାଡି କର୍ମଚାରୀଙ୍କ ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରାଯାଇଛି। ଏହା ଚଳିତବର୍ଷ ଏପ୍ରିଲ ପହିଲାରୁ ଲାଗୁହେବ। ବର୍ଦ୍ଧିତ ପ୍ରୋତ୍ସାହନ ରାଶି ବାବଦରେ ଅଙ୍ଗନବାଡି କର୍ମୀମାନେ ପୂର୍ବରୁ ପାଉଥିବା ୪୦ ହଜାର ଟଙ୍କା ପରିବର୍ତ୍ତେ ୧ ଲକ୍ଷ ଟଙ୍କା ପାଇବେ। ମିନି ଅଙ୍ଗନବାଡି କର୍ମୀମାନେ ୩୦ ହଜାର ଟଙ୍କା ପରିବର୍ତ୍ତେ ୭୫ ହଜାର ଟଙ୍କା ପାଇବେ ଓ ଅଙ୍ଗନବାଡି ସହାୟିକାମାନେ ୨୦ ହଜାର ଟଙ୍କା ପରିବର୍ତ୍ତେ ୫୦ ହଜାର ଟଙ୍କା ପାଇବେ।
ସେହିପରି ସାମାଜିକ ସୁରକ୍ଷା ଦିଗରେ ମୃତ୍ୟୁ କିମ୍ବା ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା ନିମନ୍ତେ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ସହାୟିକାମାନଙ୍କୁ ୨ ଲକ୍ଷ ଟଙ୍କା ଓ ଆଂଶିକ ଅକ୍ଷମତା ନିମନ୍ତେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ରାଶି ପ୍ରଦାନ କରାଯିବ। ଏହି ସୁବିଧା ମଧ୍ୟ ଚଳିତବର୍ଷ ଏପ୍ରିଲ ପହିଲାରୁ ଲାଗୁ ହେବ।
ପଞ୍ଚମ ଟେଷ୍ଟ ପାଇଁ ଫେରିଲେ ବୁମରା, ରାହୁଲ ବାଦ୍
Next ArticleOdisha Govt Hikes Monthly Remuneration of Anganwadi Workers
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
