ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ଖୋଲିଲା ‘ଆମ ବ୍ୟାଙ୍କ’
ଭୁବନେଶ୍ବର -ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ କରିଛନ୍ତି।ସୂଚନାଯୋଗ୍ୟ ଯେ, ଓଡିଶାର ୬,୭୯୮ଟି ଗ୍ରାମ ପଞ୍ଚାୟତଟି ମଧ୍ୟରୁ ୪୩୭୩ଟି ପଞ୍ଚାୟତରେ ବ୍ୟାଙ୍କ ଶାଖା ନ ଥିଲା। ୨୦୨୩ ନଭେମ୍ବର ମାସରେ ପ୍ରଥମ ପର୍ଯ୍ୟାୟରେ ୭୫୦ ଟି ‘ଆମ ବ୍ୟାଙ୍କ’ ଖୋଲିଥିଲା। ପର୍ଯ୍ୟାୟକ୍ରମେ ରାଜ୍ୟର ଅବଶିଷ୍ଟ ସମସ୍ତ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ସୁବିଧା ମିଳିବ। ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ବ୍ୟାଙ୍କ [...]
ଭୁବନେଶ୍ବର -ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨୦୦୦ ଗ୍ରାମ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆମ ବ୍ୟାଙ୍କ’ର ଶୁଭାରମ୍ଭ କରିଛନ୍ତି।ସୂଚନାଯୋଗ୍ୟ ଯେ, ଓଡିଶାର ୬,୭୯୮ଟି ଗ୍ରାମ ପଞ୍ଚାୟତଟି ମଧ୍ୟରୁ ୪୩୭୩ଟି ପଞ୍ଚାୟତରେ ବ୍ୟାଙ୍କ ଶାଖା ନ ଥିଲା। ୨୦୨୩ ନଭେମ୍ବର ମାସରେ ପ୍ରଥମ ପର୍ଯ୍ୟାୟରେ ୭୫୦ ଟି ‘ଆମ ବ୍ୟାଙ୍କ’ ଖୋଲିଥିଲା। ପର୍ଯ୍ୟାୟକ୍ରମେ ରାଜ୍ୟର ଅବଶିଷ୍ଟ ସମସ୍ତ ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ସୁବିଧା ମିଳିବ।
ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ବ୍ୟାଙ୍କ ଜନସେବାର ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରରେ ପରିଣତ ହୋଇଛି। ସମସ୍ତ ସରକାରୀ ସୁବିଧା ସିଧା ୍ସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା ହେଉଛି। ସେଥିପାଇଁ ମୋ ରାଜ୍ୟର ସବୁ ହିତାଧିକାରୀ ସୁବିଧାରେ ଓ ଠିକ୍ ସମୟରେ ତାଙ୍କ ପ୍ରାପ୍ୟ ପାଆନ୍ତୁ। କେହି ଜଣେ ବି ହିତାଧିକାରୀ ସରକାରୀ ସହାୟତା ପାଇବାରେ ଯେପରି ହଇରାଣ ନ ହେବେ ତାକୁ ଦୃଷ୍ଟିରେ ରଖି ଏହି ବ୍ୟାଙ୍କ ଗୁଡିକ ଖୋଲାଗଲା। ଏ ଦିଗରେ ବ୍ୟାଙ୍କ ଗୁଡିକ ଭଲ ଭାବେ କାମ କରିବ। ‘ଆମ ବ୍ୟାଙ୍କ’ ରାଜ୍ୟ ସରକାରଙ୍କ ଏକ ଅଭିନବ ପଦକ୍ଷେପ। ସାରା ଦେଶରେ ଏକ ମଡେଲ। ବ୍ୟାଙ୍କ ଗୁଡିକ ହିତାଧିକାରୀଙ୍କୁ ୧୫ ପ୍ରକାର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଗାଁମାନଙ୍କରେ ଡିଜିଟାଲ ଭିତ୍ତିଭୂମିକୁ ମଜବୁତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଆର୍ଥିକ ଅନ୍ତର୍ଭୁକ୍ତିକରଣ ସମସ୍ତଙ୍କ ଏକ ମୌଳିକ ଅଧିକାର। ଏକ କଲ୍ୟାଣକାରୀ ରାଜ୍ୟ ଭାବରେ ସମସ୍ତ ନାଗରିକମାନଙ୍କୁ ଆର୍ଥିକ ଅନ୍ତର୍ଭୁକ୍ତିକରଣରେ ସାମିଲ କରିବା ଆମର ମୁଖ୍ୟ ଦାୟିତ୍ୱ। ଓଡିଶା ଆଜି ଯେଉଁ ବ୍ୟାଙ୍କ ନଥିବା ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ସୁବିଧା ଯୋଗାଇ ଦେଉଛି, ତାହା ଜାତୀୟ ସ୍ତରରେ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ମଧୁବାବୁ ପେନସନ ଯୋଜନା, ମମତା ଯୋଜନା, ବୁଣାକାର ଓ କଳାକାରମାନଙ୍କ ପେନସନ ଓ ସହାୟତା ନିକଟରେ ବୃଦ୍ଧି କରାଯାଇଛି। ଏମାନଙ୍କ ସହିତ ମିଶନ ଶକ୍ତି ମା’ ମାନେ ମଧ୍ୟ ଏହି ବ୍ୟାଙ୍କ ଜରିଆରେ ସୁବିଧା ପାଇବେ। ‘ଆମ ବ୍ୟାଙ୍କ’ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଦିବ୍ୟାଙ୍ଗ ମାନଙ୍କୁ ସେମାନଙ୍କ ଘର ପାଖରେ ସେବା ଯୋଗାଇଦେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ରାଜ୍ୟ ସରକାରଙ୍କ ଏହି ବ୍ୟାଙ୍କ ଖୋଲିବାରେ ସହାୟତା କରିଥିବା ୬ଟି ପବ୍ଲିକ ସେକ୍ଟର ବ୍ୟାଙ୍କକୁ ଧନ୍ୟବାଦ ଜଣାଇ ସମାଜର ସବୁଠାରୁ ତଳସ୍ତରରେ ରହୁଥିବା ଲୋକ ଯେମତି ସୁବିଧାରେ ବ୍ୟାଙ୍କ ସେବା ପାଇବ ସେଥିପାଇଁ ସେମାନଙ୍କର ଉଦ୍ୟମ ଅବ୍ୟାହତ ରଖିବା ପାଇଁ ଅନୁରୋଧ କରିଥିଲେ ମୁଖ୍ୟମନ୍ତ୍ରୀ । ଏକ ସଶକ୍ତ ଓଡିଶା ଗଠନ କରିବା ଦିଗରେ ଆମେ ସମସ୍ତେ ସମ୍ମିଳିତ ଭାବେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ।
କାର୍ଯ୍ୟକ୍ରମରେ ରାଜ୍ୟ ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଥିଲେ ଯେ ୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଓଡିଶାର ସମସ୍ତ କ୍ଷେତ୍ରରେ ଅଭୁତପୂର୍ବ ପରିବର୍ତ୍ତନ ଆସିଛି। ପୂର୍ବରୁ ରାଜ୍ୟରେ ବ୍ୟାଙ୍କ ଗୁଡିକ ସଂଖ୍ୟା ଅତ୍ୟନ୍ତ ନୈରାଶ୍ୟଜନକ ଥିଲା। ଆର୍ଥିକ ଅନ୍ତର୍ଭୁକ୍ତିକରଣ ପାଇଁ ବ୍ୟାଙ୍କିଙ୍ଗ ଏକ ଜରୁରୀ ସେବା ହୋଇଥିବାରୁ ରାଜ୍ୟର ସମସ୍ତ ଅଞ୍ଚଳର ନାଗରିକମାନଙ୍କୁ ଏହି ମୌଳିକ ସେବା ଉପଲବ୍ଧ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ‘ଆମ ବ୍ୟାଙ୍କ’ ଯୋଜନା ପରିକଳ୍ପନା କରିଛନ୍ତି।
ବାଲେଶ୍ୱର, ବଲାଙ୍ଗିର ଓ ଗଂଜାମ ଜିଲ୍ଲାର ୩ ଜଣ ହିତାଧିକାରୀ ଶୁଭଶ୍ରୀ ପଣ୍ଡା, ମମତା ମହାକୁଡ ଓ ବିକାଶ ସେଠୀ କାର୍ଯ୍ୟକ୍ରମରେ ସେମାନଙ୍କ ମତ ବିନିମୟ କରି କହିଥିଲେ ଯେ ‘ଆମ ବ୍ୟାଙ୍କ’ ଜରିଆରେ ଗ୍ରାମାଞ୍ଚଳର ଲୋକମାନେ ଘର ପାଖରେ ବିଭିନ୍ନ ସରକାରୀ ସୁବିଧା ସୁଯୋଗକୁ ଠିକ୍ ସମୟରେ ପାଉଛନ୍ତି। ଏଥିପାଇଁ ସେମାନଙ୍କୁ ଦୂରକୁ ଯିବାକୁ ପଡୁନି। ସେଥିପାଇଁ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ସେମାନେ ଧନ୍ୟବାଦ ଜଣାଇଥିଲେ।
କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ସି.ଜି.ଏମ୍ ଉପସ୍ଥିତ ଥିଲେ।
ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ ସ୍ୱାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ, ଇନଷ୍ଟିଚ୍ୟୁସନାଲ ଫାଇନାନ୍ସ ଧନ୍ୟବାଦ ଦେଇଥିଲେ।
Odisha Cabinet Approves 8 Major Proposals
Next ArticleOdisha Cabinet Approves Regularization of 504 Contractual Supervisors of W&CD Dept
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
