ଅତ୍ୟାଧୁନିକ ବରମୁଣ୍ଡା ଅନ୍ତଃରାଜ୍ୟ ବସ୍ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ନାମିତ
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ ୫-ଟି ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ୍ ଟର୍ମିନାଲର ଶୁଭ ଉଦ୍ଘାଟନ କରିଛନ୍ତି। ବରମୁଣ୍ଡା ବସଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସଷ୍ଟାଣ୍ଡ ଓଡିଶାର ଏକ ବ୍ୟସ୍ତବହୁଳ ବସ୍ ଷ୍ଟାଣ୍ଡ। ଦୈନିକ ଶହ ଶହ ବସ୍ ଓ ହଜାର ହଜାର ଯାତ୍ରୀଙ୍କର ଏଠାରୁ ରାଜ୍ୟର ବିଭିନ୍ନ ସ୍ଥାନକୁ ଓ ରାଜ୍ୟ ବାହାରକୁ ଯାତାୟତ ହୋଇଥାଏ। ଯାତ୍ରୀମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ ୫-ଟି ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ୍ ଟର୍ମିନାଲର ଶୁଭ ଉଦ୍ଘାଟନ କରିଛନ୍ତି।
ବରମୁଣ୍ଡା ବସଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସଷ୍ଟାଣ୍ଡ ଓଡିଶାର ଏକ ବ୍ୟସ୍ତବହୁଳ ବସ୍ ଷ୍ଟାଣ୍ଡ। ଦୈନିକ ଶହ ଶହ ବସ୍ ଓ ହଜାର ହଜାର ଯାତ୍ରୀଙ୍କର ଏଠାରୁ ରାଜ୍ୟର ବିଭିନ୍ନ ସ୍ଥାନକୁ ଓ ରାଜ୍ୟ ବାହାରକୁ ଯାତାୟତ ହୋଇଥାଏ। ଯାତ୍ରୀମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ବରମୁଣ୍ଡା ବସ୍ଷ୍ଟାଣ୍ଡର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହା ଅତ୍ୟାଧୁନିକ ବସ୍ ଟର୍ମିନାଲର ବିକାଶ କରାଯାଇଛି । ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ୫-ଟି ଅଧ୍ୟକ୍ଷ ପାଣ୍ଡିଆନ ଅନେକ ଥର ନିର୍ମାଣ ସ୍ଥଳକୁ ଯାଇ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରୁଥିଲେ ।
ଉଦ୍ଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବସ୍ ଟର୍ମିନାଲ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବାରେ ସଫଳ ହେବ ଏବଂ ଭୁବନେଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ହୋଇ ରହିବା ସହିତ ସାରା ଓଡିଶାରେ ଏକ ନୂଆ ପରିଚୟ ହେବ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଆମ ସମ୍ବିଧାନ ପ୍ରସ୍ତୁତ କରିବାରେ ବାବା ସାହେବ ଭୀମ ରାଓ ଆମ୍ବେଦକରଙ୍କ ମୁଖ୍ୟ ଭୂମିକା ରହିଥିଲା। ଭାରତୀୟ ସମ୍ବିଧାନର ପ୍ରଣେତା ଭାବେ ସେ ଜଣାଶୁଣା। ଦେଶ ପାଇଁ ତାଙ୍କ ଅବଦାନକୁ ସମ୍ମାନ ଜଣାଇ ତାଙ୍କ ନାମରେ ଏହି ବସ୍ ଟର୍ମିନାଲ ଓଡିଶା ସରକାର ନାମିତ କରିଛନ୍ତି। ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ବାବା ସାହେବଙ୍କ ପ୍ରତି ଓଡିଶାବାସୀଙ୍କ ଏହା ହେଉଛି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ବାବା ସାହେବଙ୍କ ଅବଦାନ ସମ୍ପର୍କରେ ସମସ୍ତଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବସ୍ ଟର୍ମିନାଲ ଭିତରେ ବାବା ସାହେବଙ୍କ ଜୀବନ ଓ ଆଦର୍ଶ ଉପରେ ଆଧାରିତ ଏକ ଗ୍ୟାଲେରୀ ମଧ୍ୟ କରାଯାଇଛି।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ୫-ଟି ଉପକ୍ରମରେ ହୋଇଥିବା ଏହି ବସ୍ ଟର୍ମିନାଲ ବସ୍ ମାଲିକ, ବ୍ୟବସାୟୀ, ଯାତ୍ରୀ ତଥା ସମସ୍ତ ଜନସାଧାରଣଙ୍କ ସହଯୋଗରେ ନିର୍ମିତ ହୋଇଛି। ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ସେଥିପାଇଁ ଧନ୍ୟବାଦ ଜଣାଇ କହିଥିଲେ ଯେ ଏହି ବସ୍ ଟର୍ମିନାଲରେ ଯାତ୍ରୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ପାଇଁ ସବୁ ପ୍ରକାର ସୁବିଧା କରାଯାଇଛି। ଏଠାରେ ଜରୁରୀ କାଳୀନ ଚିକିତ୍ସାଠାରୁ ଆରମ୍ଭ କରି ବ୍ୟବସାୟିକ କମ୍ପ୍ଲେକ୍ସ, ଏସ୍କାଲେଟର, ଲିଫ୍ଟ, ପ୍ରତିକ୍ଷାଳୟ, ପୋଲିସ୍ ଫାଣ୍ଡି, ଡ୍ରାଇଭରମାନଙ୍କ ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ଫୁଡ୍ କୋର୍ଟ ଆଦି ସମସ୍ତ ସୁବିଧା ରହିଛି। ଏୟାରପୋର୍ଟ ଭଳି ଯାତ୍ରୀମାନେ ଏଠାରେ ସବୁ ସୁବିଧା ପାଇ ପାରିବେ ବୋଲି ସେ କହିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଏହି ବସ୍ ଟର୍ମିନାଲର ଉପଯୁକ୍ତ ରକ୍ଷଣାବେକ୍ଷଣରେ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ।
କାର୍ଯ୍ୟକ୍ରମରେ ପତାକା ଦେଖାଇ ବସ୍ ଚଳାଚଳର ଶୁଭାରମ୍ଭ କରିବା ସହିତ ଆହାର କେନ୍ଦ୍ରରେ ଯାତ୍ରୀ ମାନଙ୍କୁ ଖାଦ୍ୟ ପରସିଥିଲେ ମୁଖ୍ୟମନ୍ତ୍ରୀ।
କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ବିଜ୍ଞାନ ଓ ବୈଷୟିକ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଥିଲେ ଯେ ଭୁବନେଶ୍ବରର ବିକାଶରେ ଆଜି ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହେଲା । ପରିବହନ କ୍ଷେତ୍ରରେ ଯାହା ଆମ ପାଇଁ ସ୍ବପ୍ନ ଥିଲା, ତାହା ଆଜି ପୂରଣ ହେଲା ।୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଉପସ୍ଥିତ ଥିଲେ ।
ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ପ୍ରମୁଖ ଉପସ୍ଥିତ ଥିଲେ ।
କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି ମାଥି ଭାଥନନ୍ ସ୍ୱାଗତ ଭାଷଣ ଦେଇଥିଲେ ଓ ବି.ଡି.ଏ ଭି.ସି ଧନ୍ୟବାଦ ଅର୍ପଣ କରିଥିଲେ ।
Principal Secy to PM Visits Odisha Krushi Bhawan
Next ArticleCM Naveen Dedicates Babasaheb Bhimrao Ambedkar Bus Terminal
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
