୫-ଟି ଉପକ୍ରମରେ ଜଳସେଚନ ପ୍ରକଳ୍ପ ତ୍ୱରାନ୍ୱିତ: ଗୋଟିଏ ଦିନରେ ୫୨ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର
ଭୁବନେଶ୍ବର – ଆଜି ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି । ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ୪ଟି ଜିଲ୍ଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦ୍ଘାଟନ ହୋଇଥିବା ବେଳେ ୧୫ଟି ଜିଲ୍ଲାରେ ୨୯୦୬ କୋଟି ଟଙ୍କାରେ ୪୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚାଷୀଙ୍କ କଲ୍ୟାଣ ଓ [...]
ଭୁବନେଶ୍ବର – ଆଜି ଜଳସେଚନ କ୍ଷେତ୍ରରେ ଏକ ସୁବର୍ଣ୍ଣ ଅଧ୍ୟାୟ ସୃଷ୍ଟି ହୋଇଛି । ଗୋଟିଏ ଦିନରେ ୩,୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ୪ଟି ଜିଲ୍ଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦ୍ଘାଟନ ହୋଇଥିବା ବେଳେ ୧୫ଟି ଜିଲ୍ଲାରେ ୨୯୦୬ କୋଟି ଟଙ୍କାରେ ୪୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚାଷୀଙ୍କ କଲ୍ୟାଣ ଓ କୃଷିର ବିକାଶ ତାଙ୍କ ପାଇଁ ସବୁବେଳେ ପ୍ରାଥମିକତା ହୋଇ ରହି ଆସିଛି। ସେ ପ୍ରତିଦିନ ଭୁବନେଶ୍ୱରରେ ବିଭିନ୍ନ ଅଞ୍ଚଳର ଚାଷୀ ଭାଇଭଉଣୀମାନଙ୍କୁ ଭେଟୁଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚାଷୀଙ୍କ ପାଇଁ ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମ ଖୁବ୍ ଭଲ କାମ କରୁଛି।
ସେ କହିଥିଲେ ଯେ, ଗତ କିଛି ଦିନ ଧରି ଓଡିଶାର ବିଭିନ୍ନ ଅଞ୍ଚଳରେ ଛୋଟ ବଡ ଅନେକ ଜଳସେଚନ ପ୍ରକଳ୍ପ ଉଦ୍ଘାଟିତ ହୋଇ ଆସୁଛି। ଏହା ସହିତ ନୂଆ ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ମଧ୍ୟ ରଖାଯାଉଛି। ଏହି ସବୁ ପ୍ରକଳ୍ପଗୁଡିକରେ ୫-ଟି ଉପକ୍ରମ ଅଧିନରେ ଟେକ୍ନୋଲୋଜିର ପ୍ରୟୋଗ କରାଯାଇ ପ୍ରକଳ୍ପଗୁଡିକୁ ତ୍ୱରାନ୍ୱିତ କରାଯାଉଛି। ଭୂତଳ ପାଇପଲାଇନ ଜରିଆରେ ଜଳସେଚନ ଯୋଗୁଁ ବିସ୍ଥାପନ ସମସ୍ୟା ଦୂର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଆଜିର ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଧ୍ୟରେ ନୟାଗଡର କୁସୁମି ବ୍ୟାରେଜ ଉଦ୍ଘାଟିତ ହୋଇଛି। ୭୦.୮୮ କୋଟି ଟଙ୍କା ବ୍ୟୟରେ ନିର୍ମିତ କୁସୁମୀ ବ୍ୟାରେଜରୁ ଜଳ ଯୋଗାଣ ନିମନ୍ତେ ୧୪୮.୧୭ କୋଟି ଟଙ୍କା ବ୍ୟୟରେ ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଛି। ଏହା ଦ୍ୱାରା ୯୨୫୪ ଏକର ଜମିକୁ ଜଳସେଚନ ଯୋଗାଇ ଦିଆଯାଇ ପାରିବ ଏବଂ ୩ଟି ବ୍ଲକର ୪୯ଟି ଗ୍ରାମର ୧.୫ଲକ୍ଷ ଲୋକ ଉପକୃତ ହେବେ । ଏହା ସହିତ ୫ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଜଳକୁ ଭୂତଳ ପାଇପଲାଇନ ଦ୍ୱାରା ବଣ୍ଟନ ବ୍ୟବସ୍ଥାର ଲୋକାର୍ପଣ ମଧ୍ୟ କରାଯାଇଛି।
ହାଡୁଆ ଡ୍ୟାମ ଓ ତା’ର ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହାଦ୍ବାରା କଟକ ଜିଲ୍ଲାର ୮୬ ଗ୍ରାମର ୮୯୯୭ ଏକର ଚାଷ ଜମିକୁ ଜଳସେଚନ ଯୋଗାଇବା ସହିତ ୨୯୩ ଗ୍ରାମକୁ ପାନୀୟ ଜଳ ଯୋଗାଣ ଓ ୧ ମେଗାୱାଟର ବିଦ୍ୟୁତ ଉତ୍ପାଦନର ଲକ୍ଷ୍ୟ ରଖାଯାଇଅଛି । ହାଡୁଆ ଡ୍ୟାମ ଓ ତା’ର ଭୂତଳ ପାଇପ ଲାଇନ ବଣ୍ଟନ ବ୍ୟବସ୍ଥାର ବ୍ୟୟ ଅଟକଳ ଯଥାକ୍ରମେ ୨୬୫.୨୪ କୋଟି ଓ ୧୯୫.୮୯ କୋଟି ଟଙ୍କା ରହିଛି।
କଟକ ଡିମିରିଆ-ରାଉତପଡା, ବୈଦେଶ୍ୱର-ଗୋପିନାଥପୁର ଓ ନବରଙ୍ଗପୁର ଫଟକି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ସହିତ ୩୯ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭୂତଳ ପାଇପଲାଇନ ଓ ଅନାନ୍ୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚାଷୀମାନଙ୍କ ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ମାଗଣାରେ ଫସଲବୀମା ସୁବିଧା, ଚାଷୀପିଲାଙ୍କ ପାଇଁ କାଳିଆ ଛାତ୍ରବୃତ୍ତି ଓ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଆମ ଓଡିଶା ନବୀନ ଓଡିଶା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ ଲକ୍ଷ୍ମୀ ପରି ଯୋଜନା ସହିତ ଚାଷୀ ପରିବାର ଯୋଡି ହୋଇ ରହିଛନ୍ତି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ ଆମ ଅର୍ଥନୀତିର ସାରଥି। ସେମାନଙ୍କୁ ସାଥିରେ ସେ ସବୁବେଳେ ରହିଛନ୍ତି । ସେମାନଙ୍କ ପାଇଁ କାମ କରିଛନ୍ତି ଓ କରୁଥିବେ ବୋଲି ନବୀନ କହିଥିଲେ।
କାର୍ଯ୍ୟକ୍ରମରେ ବଲାଙ୍ଗିର ପାଟଣାଗଡରେ ଉପସ୍ଥିତ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଲେ ଯେ, ମୁଖ୍ୟମନ୍ତ୍ରୀ ସଂକଳ୍ପବଦ୍ଧ ଭାବେ ଓଡିଶାର ବିକାଶକୁ ଆଗେଇ ନେଉଛନ୍ତି। ପ୍ରତ୍ୟେକ ଚାଷୀଙ୍କ ଜମିକୁ ଯେପରି ପର୍ଯ୍ୟାପ୍ତ ପରିମାଣର ପାଣି ପହଞ୍ଚିବ ସେ ଦିଗରେ ନିରବଚ୍ଛିନ୍ନ ଭାବରେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି କହି ଆଜି ରାଜ୍ୟର ଚାଷୀ ଭାଇଭଉଣୀଙ୍କ ବିକାଶ ପଥରେ ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହେଲା ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମକୁ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀ କଥାରେ ନୁହେଁ, କାମରେ ବିଶ୍ୱାସ କରନ୍ତି। ସେ ଯାହା ବି କଥା ଦେଇଛନ୍ତି, ତାହା ନିଶ୍ଚୟ ପୂରଣ କରିବେ। ତାଙ୍କ ଜିଲ୍ଲା ଗସ୍ତ ସମୟରେ ଜଳସେଚନ ଉପରେ ଯେଉଁ ସବୁ ସମସ୍ୟା ବାବଦରେ ଅଭିଯୋଗ ଆସିଥିଲା, ସେଥିମଧ୍ୟରୁ ପ୍ରାୟ ୮୦ ପ୍ରତିଶତ ସମାଧାନ ହୋଇ ସାରିଛି ବୋଲି ସେ କହିଥିଲେ । ଆଜି ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଥିବା ପ୍ରକଳ୍ପ ଗୁଡିକ ପାଇଁ ସମସ୍ତଙ୍କ ସହଯୋଗ ମିଳିଲେ କାମ ଖୁବ୍ ଶୀଘ୍ର ଶେଷ ହେବ ବୋଲି ସେ କହିଥିଲେ। ନୟାଗଡ ଜିଲ୍ଲାବାସୀଙ୍କୁ ଉଦ୍ବୋଧନ ଦେଇ କହିଥିଲେ ଯେ ପୁରୀ ଶ୍ରୀମନ୍ଦିରଠାରୁ ଆରମ୍ଭ କରି ସମଲେଇ ମନ୍ଦିର ପର୍ଯ୍ୟନ୍ତ ରୂପାନ୍ତରଣ କାର୍ଯ୍ୟ କରାଯାଇଛି। ଖୁବ୍ ଶୀଘ୍ର କଣ୍ଟିଲୋ ନୀଳମାଧବ ପୀଠର ରୂପାନ୍ତରଣ କାମ ଶେଷ ହୋଇ ଲୋକାର୍ପିତ ହେବ।
କାର୍ଯ୍ୟକ୍ରମରେ ରାୟଗଡାରେ ଉପସ୍ଥିତ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, ବଡମ୍ବାଠାରେ ଉପସ୍ଥିତ ବିଧାୟକ ଦେବୀ ପ୍ରସାଦ ମିଶ୍ର, ନୟାଗଡରେ ବିଧାୟକ ଡ. ଅରୁଣ କୁମାର ସାହୁ, କୁଚିଣ୍ଡାରେ ବିଧାୟକ କିଶୋର ଚନ୍ଦ୍ର ନାୟକ, ପାଟଣାଗଡରେ ବିଧାୟକ ସରୋଜ କୁମାର ମେହେର, ନବରଙ୍ଗପୁର ଝରିଗାଁରେ ସାଂସଦ ରମେଶ ଚନ୍ଦ୍ର ମାଝୀ କହିଥିଲେ ଯେ ଆଜି ଜଳସେଚନ ବିଭାଗ ଚାଷୀ କୂଳର ଜୀବନ ରେଖା ପାଲଟିଛି। ଚାଷୀର ଆୟ ବୃଦ୍ଧି ବିଷୟରେ ଚିନ୍ତା କରି ମୁଖ୍ୟମନ୍ତ୍ରୀ ଚାଷୀ କୂଳର ସାହାଭରସା ପାଲଟିଛନ୍ତି। ପୂର୍ବରୁ ଗୋଟିଏ ପ୍ରକାର ଚାଷ ଉପରେ ନିର୍ଭର କରୁଥିବା ଚାଷୀ ଆଜି ଜଳସେଚନର ସୁବିଧା ଦ୍ୱାରା ବିଭିନ୍ନ ପ୍ରକାର ଚାଷ କରି ଅଧିକ ଲାଭବାନ ହେଉଛନ୍ତି। ଚାଷ କ୍ଷେତ୍ରରେ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଜଳସେଚନକୁ ପ୍ରାଥମିକତା ଦେଉଛନ୍ତି।
କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ।
୧୯୫ ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି, ମୋଦୀ ପୁଣି ବାରାଣସୀରୁ ଲଢ଼ିବେ
Next Article୫-ଟି ଅଧ୍ୟକ୍ଷଙ୍କୁ ଭେଟିଲେ ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ଏନଏସି ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତା ଓ ଜନସାଧାରଣ , ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
