୫-ଟି ଅଧ୍ୟକ୍ଷଙ୍କୁ ଭେଟିଲେ ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ଏନଏସି ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତା ଓ ଜନସାଧାରଣ , ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା
ଭୁବନେଶ୍ବର – ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ପାଇଁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ। ୫-ଟି ଅଧ୍ୟକ୍ଷ ସେମାନଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶ ପାଇଁ ଦିନରାତି କାମ କରୁଛନ୍ତି। ସମସ୍ତଙ୍କୁ ସେ ନିଜ ପରିବାରର [...]
ଭୁବନେଶ୍ବର – ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ପାଇଁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ।
୫-ଟି ଅଧ୍ୟକ୍ଷ ସେମାନଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶ ପାଇଁ ଦିନରାତି କାମ କରୁଛନ୍ତି। ସମସ୍ତଙ୍କୁ ସେ ନିଜ ପରିବାରର ସଦସ୍ୟ ବୋଲି ଭାବନ୍ତି। ସମସ୍ତେ ମିଳି ମିଶି ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ନୂଆ ଓଡିଶା ଗଠନ ପାଇଁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ।
ସୂଚନାଯୋଗ୍ୟ ଯେ, ଗତ ୨୪ ତାରିଖରେ ରାଜ୍ୟରେ ୩୫ଟି ନୂଆ ବିଜ୍ଞପିତ ଅଞ୍ଚଳ ପରିଷଦ ଓ ୩ଟି ବିଜ୍ଞପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟି ଭାବେ ଉନ୍ନୀତ କରିଥିଲେ ମୁଖ୍ୟମନ୍ତ୍ରୀ। ଆଜି ନବଗଠିତ ବିଭିନ୍ନ ବିଜ୍ଞପିତ ଅଞ୍ଚଳ ପରିଷଦ ଓ ମ୍ୟୁନିସିପାଲିଟିର ଜନସାଧାରଣ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା ପ୍ରକାଶ କରିଥିଲେ। ସେମାନଙ୍କ ସହିତ କୃଷକସାଥୀ ସଂଘ, ଓମଫେଡ ରିଟେଲର ସଂଘ, ନିଖିଳ ଓଡିଶା ଲେଫ୍ଟ ଆଉଟ ଗଣ ଶିକ୍ଷକ ମହାସଂଘ ଏବଂ ଓଡିଶା ପ୍ରଦେଶ ଲକ୍ଷେ ଘର ଦଳିତ ଜାତି ସମାଜ ମହାସଂଘର କର୍ମକର୍ତ୍ତାମାନେ ମଧ୍ୟ ୫-ଟି ଅଧ୍ୟକ୍ଷଙ୍କୁ ଭେଟି କୃତଜ୍ଞତା ଜଣାଇବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।
ସୂଚନାଯୋଗ୍ୟ ଯେ, ନବ ଗଠିତ ବୌଦ୍ଧଗଡ ମ୍ୟୁନିସିପାଲିଟି, କରଞ୍ଜିଆ ମ୍ୟୁନିସିପାଲିଟି, ବେତନଟି, ପାଣିକୋଇଲି, ଜାରକା, ବସ୍ତା, ସିମୁଳିଆ, କଣ୍ଟାମାଳ, ଶେରଗଡ ଓ ରାଇକିଆ ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣଙ୍କ ସହିତ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଧାୟକ ଅଶୋକ କୁମାର ବଳ, ବିଧାୟକ ପ୍ରଣବ ବଳବନ୍ତରାୟ, ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାୟକ ମହିଧର ରଣା ,ପୂର୍ବତନ ଏମପି ରବିନ୍ଦ୍ର ଜେନା , ବିହନ ନିଗମ ଅଧ୍ୟକ୍ଷ ବିଜୟ ନାୟକ ଏବଂ ଅନ୍ୟ ନେତୃବୃନ୍ଦ ଆଜି ନବୀନ ନିବାସଠାରେ ୫-ଟି ଅଧ୍ୟକ୍ଷଙ୍କୁ ଭେଟିଥିଲେ।
୫-ଟି ଉପକ୍ରମରେ ଜଳସେଚନ ପ୍ରକଳ୍ପ ତ୍ୱରାନ୍ୱିତ: ଗୋଟିଏ ଦିନରେ ୫୨ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର
Next ArticlePeople of Newly Formed Municipalities, NACs Meet 5T Chairman Kartik Pandian
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
