ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

କଟକର ରୁପା ତାରକସି କାମକୁ ଜିଆଇ ମାନ୍ୟତା

ଭୁବନେଶ୍ୱର – କଟକର ପ୍ରସିଦ୍ଧ ତାରକସି କାମକୁ ଜିଓଗ୍ରାଫିକାଲ ଇଣ୍ଡିକେସନ୍‌ -ଜିଆଇ ମାନ୍ୟତା ମିଳିଛି। ଚେନ୍ନାଇର ଜିଓଗ୍ରାଫିକାଲ ଇଣ୍ଡିକେସନ ରେଜିଷ୍ଟ୍ରିରୁ ଏହି ସୂଚନା ମିଳିଛି। ତାରକସି କାମକୁ ଜିଆଇ ମାନ୍ୟତା ମିଳିଲା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀ ତଥା କଟକବାସୀ ଓ ପ୍ରଶାସନକୁ ଶୁଭେଚ୍ଛା ଜଣାଇଛନ୍ତି। ଓଡିଶା ପାଇଁ ଏହା ସମ୍ମାନର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କଟକ ସହରର ତାରକସି କାମ ୫ଶହ ବର୍ଷ ପୁରୁଣା ବୋଲି କୁହାଯାଏ । ୨୦୨୧ ମସିହା ଜୁଲାଇ [...]

Admin•ମାର୍ଚ୍ଚ 2, 2024
Share Article:

ଭୁବନେଶ୍ୱର – କଟକର ପ୍ରସିଦ୍ଧ ତାରକସି କାମକୁ ଜିଓଗ୍ରାଫିକାଲ ଇଣ୍ଡିକେସନ୍‌ -ଜିଆଇ ମାନ୍ୟତା ମିଳିଛି। ଚେନ୍ନାଇର ଜିଓଗ୍ରାଫିକାଲ ଇଣ୍ଡିକେସନ ରେଜିଷ୍ଟ୍ରିରୁ ଏହି ସୂଚନା ମିଳିଛି। ତାରକସି କାମକୁ ଜିଆଇ ମାନ୍ୟତା ମିଳିଲା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀ ତଥା କଟକବାସୀ ଓ ପ୍ରଶାସନକୁ ଶୁଭେଚ୍ଛା ଜଣାଇଛନ୍ତି। ଓଡିଶା ପାଇଁ ଏହା ସମ୍ମାନର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କଟକ ସହରର ତାରକସି କାମ ୫ଶହ ବର୍ଷ ପୁରୁଣା ବୋଲି କୁହାଯାଏ । ୨୦୨୧ ମସିହା ଜୁଲାଇ ୭ ତାରିଖରେ ଓଡିଶା ହସ୍ତକଳା ସମବାୟ ସମିତି ତରଫରୁ ରୁପା ତାରକସିକୁ ଜିଆଇ ମାନ୍ୟତା ଦେବା ପାଇଁ ଆବେଦନ ହୋଇଥିଲା। ଆବେଦନକୁ ବିଚାରକୁ ନେଇ କଟକ ତାରକସିର ଇତିହାସ ଏବଂ ବର୍ତ୍ତମାନର ସ୍ଥିତି ସମୀକ୍ଷା କରିବାକୁ ଏକ କନସଲଟାନ୍ସି ଫାର୍ମକୁ ଏହି ଦାୟିତ୍ଵ ଦିଆଯାଇଥିଲା। ଫାର୍ମର ସୁପାରିଶ କ୍ରମେ ତାମିଲନାଡୁର ଜିଆଇ ରେଜିଷ୍ଟ୍ରେସନ୍ ଉତ୍ପାଦର ନୋଡାଲ୍ ଅଫିସର୍ ପି.ସଞ୍ଜୟ ଗାନ୍ଧୀ କଟକ ରୁପା ତାରକସି ସମ୍ପର୍କରେ ୧୧୧ ପୃଷ୍ଠାର ରିପୋର୍ଟ ଜିଆଇ ରେଜିଷ୍ଟାରଙ୍କ ନିକଟରେ ଦାଖଲ କରିଥିଲେ। ଯେଉଁଥିରେ କଟକ ତାରକସିର ଐତିହ୍ୟ ଓ କାରିଗରି ସମ୍ପର୍କରେ ବିସ୍ତୃତ ଉଲ୍ଲେଖ ରହିଥିଲା । ଏହାର ତର୍ଜମା କରି ବିଶ୍ଵପ୍ରସିଦ୍ଧ କଟକର ତାରକସି କାମକୁ ଜିଆଇ ମାନ୍ୟତା ଦିଆଯାଇଛି।

#Odia#Odisha#News
Share Article:

Related Articles