ତପ୍ତପାଣି ଘାଟି ଓ ମାର୍ଲବା ଘାଟିରେ ପୃଥକ୍ ବସ୍ ଦୁର୍ଘଟଣା: ୫୦ରୁ ଅଧିକ ଆହତ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଓ ଗଜପତି ଜିଲ୍ଲାର ମାର୍ଲବା ଘାଟିରେ ରବିବାର ଦୁଇଟି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେମାନେ ସମସ୍ତେ ବର ଯାତ୍ରୀ ଓ କନ୍ୟା ଯାତ୍ରୀ ବୋଲି ଜଣାଯାଇଛି। ରବିବାର ଅପରାହ୍ନରେ ଉଭୟ ଦୁର୍ଘଟଣା ଘଟିଛି। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ତପ୍ତପାଣି ଘାଟିରେ ବରଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୨୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ [...]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଓ ଗଜପତି ଜିଲ୍ଲାର ମାର୍ଲବା ଘାଟିରେ ରବିବାର ଦୁଇଟି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେମାନେ ସମସ୍ତେ ବର ଯାତ୍ରୀ ଓ କନ୍ୟା ଯାତ୍ରୀ ବୋଲି ଜଣାଯାଇଛି। ରବିବାର ଅପରାହ୍ନରେ ଉଭୟ ଦୁର୍ଘଟଣା ଘଟିଛି।
ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ତପ୍ତପାଣି ଘାଟିରେ ବରଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୨୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଥିଲା। ଦିଗପହଣ୍ଡି ବ୍ଲକ୍ ମେଘଝୋଳି ନିକଟସ୍ଥ ପେଣ୍ଠଗାଁରୁ ଗଜପତି ଜିଲ୍ଲା ଚାନ୍ଦିପୁଟକୁ ବସ୍ ଯୋଗେ ବର ଯାତ୍ରୀ ଯାଇଥିଲେ। ଭୋଜି ଖାଇ ଫେରୁଥିବା ବେଳେ ପାଳୁଖୋଳା ନିକଟରେ ଘାଟିରେ ବ୍ରେକ୍ ଫେଲ୍ ହୋଇଯିବାରୁ ବସ୍ ପାହାଡ଼ ସହ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଦମକଳ ବାହିନୀ ଓ ପୋଲିସ ଉଦ୍ଧାର କାର୍ଯ୍ୟ କରିବା ସହ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲା।
ସେପଟେ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ମାର୍ଲବା ଘାଟିରେ କନ୍ୟାଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ ୩୦ ଯାତ୍ରୀ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ନିକଟସ୍ଥ ଚାନ୍ଦୁଲି ଗ୍ରାମରୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହର ଉପକଣ୍ଠ ରାଣୀପେଣ୍ଠ ଗ୍ରାମକୁ ଏହି କନ୍ୟାଯାତ୍ରୀମାନେ ବସ୍ରେ ଆସୁଥିଲେ। ମାର୍ଲବା ଘାଟିର ଏକ ମୋଡରେ ବସ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍ରେ ଥିବା ମୋଟ ୬୦ ଜଣ କନ୍ୟା ଯାତ୍ରୀଙ୍କ ମଧ୍ୟରୁ ୩୦ ଜଣ ଆହତ ହୋଇଥିଲେ। ଆହତମାନଙ୍କୁ ପ୍ରଥମେ ରାୟଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଆହତମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।
CM Announces Increase in Pension of Nirman Shramik
Next ArticleBPSPA IGP Receives DGP Disc for Significant Contribution to Police Training
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
